ପାଖେଇ ଆସୁଛି ବିଶ୍ବ ପ୍ରସିଦ୍ଧ ରଥଯାତ୍ରା; ଚାଲିଛି ରଥ ନିର୍ମାଣ , ଚଳଚଞ୍ଚଳ ଶ୍ରୀନଅର ସମ୍ମୁଖ ରଥ ଖଳା

ପାଖେଇ ଆସୁଛି ବିଶ୍ବ ପ୍ରସିଦ୍ଧ ରଥଯାତ୍ରା । ଚାଲିଛି ରଥ ନିର୍ମାଣ କାର୍ଯ୍ୟ ଚଳଚଞ୍ଚଳ ଶ୍ରୀନଅର ସମ୍ମୁଖ ରଥ ଖଳା । ଶନିବାର ଠାରୁ ଆରମ୍ଭ ହୋଇଛି ନିର୍ମାଣ କାର୍ଯ୍ୟ । ରଥ ସଂହିତା ଓ ଶିଳ୍ପ ଶାସ୍ତ୍ର ମୁତାବକ ରଥ ନିର୍ମାଣ କାମ ଆରମ୍ଭ ହୋଇଛି ।

ରଥ ନିର୍ମାଣ ପାଇଁ ଭୋଇ ସେବାୟତମାନେ ରଥଖଳାରେ ଆବଶକ୍ୟୟ କାଠ ପହଞ୍ଚାଇବା ପରେ କରତୀ ସେବକମାନେ ତୁମ୍ବ ନିର୍ମାଣ ପାଇଁ କାଠ ଚିରଟ କରିଛନ୍ତି । ପ୍ରଥମ ଦିନରେ ତିନି ରଥ ପାଇଁ ୩ଟି ତୁମ୍ବ କଟାଯାଇଛି l ରଥଖଳାରେ ଚତୁର୍ପାଶ୍ୱରେ ଧଳା କପଡା ଗୁଡ଼ାଯାଇ ରଥ ନିର୍ମାଣ କାର୍ଯ୍ୟ କରାଯାଉଛି l

ପ୍ରାଥମିକ ଭାବରେ ତିନି ରଥ ପାଇଁ ୪୨ଟି ଚକ ଆବଶ୍ୟକ ଥିବାବେଳେ ୪୨ଟି ତୁମ୍ବର ନିର୍ମାଣ କାର୍ଯ୍ୟ ଆରମ୍ଭ କରିଛନ୍ତି ବିଶ୍ୱକର୍ମା ଓ କରତୀ ସେବାୟତ । ରଥ ଅମିନ ଓ ବିଶ୍ୱକର୍ମା ମହାରଣାଙ୍କ ନିର୍ଦ୍ଦେଶରେ କରତିଆ ସେବାୟତ କାର୍ଯ୍ଯ ଆରମ୍ଭ କରିଛନ୍ତି ।

Rath Yatra

ସେପଟେ ରଥଯାତ୍ରା ପାଇଁ ପ୍ରଶାସନ ପକ୍ଷରୁ ମଧ୍ୟ ପ୍ରସ୍ତୁତି ଆରମ୍ଭ ହୋଇଛି l ରଥ ନିର୍ମାଣ ପାଇଁ ମୋଟ ୮୬୫ ଖଣ୍ଡ ରଥ କାଠର ଆବଶ୍ୟକ ଥିବାବେଳେ ଗତବର୍ଷ ୫୩ ଖଣ୍ଡ କାଠ ବଳକା ରହିଛି ।

ତିନି ରଥ ପାଇଁ ଭୋଇ ସେବାୟତମାନେ କାଠ ଯୋଗାଇ ଦେବା ପରେ ରଥର ମୁଖ୍ୟ ବିଶ୍ୱକର୍ମା ନିର୍ଦ୍ଧିଷ୍ଟ ମାପ ଅନୁଯାଇ ତୁମ୍ବ ଗୁଡିକୁ ସାଇଜ କରିଛନ୍ତି l ତୁମ୍ବ ନିର୍ମାଣ ସରିବା ପରେ ଏଥିରେ ବିନ୍ଧ ଅନୁକୂଳ କରାଯାଇ ଖୋଦେଇ ସହ ପଇ ଓ ଅର ପର୍ଯ୍ୟାୟ କ୍ରମେ ନିର୍ମାଣ କରାଯିବ ।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+