ଆଜି ସନ୍ଧ୍ୟା ଦର୍ଶନ; ସକାଳୁ ସନ୍ଧ୍ୟା ପର୍ଯ୍ୟନ୍ତ ଜନ୍ମବେଦୀରେ ତିନି ଠାକୁରଙ୍କୁ ଦର୍ଶନ କରିପାରିବେ ଭକ୍ତ, ୫ଟା ପରେ ଦର୍ଶନ ବନ୍ଦ

ଆଜି ୫ଟା ପରେ ସନ୍ଧ୍ୟା ଦର୍ଶନ ବନ୍ଦ । ସୋମବାର ବାହୁଡା ଯାତ୍ରା ରହୁଥିବାରୁ ଆଜି ସନ୍ଧ୍ୟା ପରଠାରୁ ଜନ୍ମବେଦୀରେ ମହାପ୍ରଭୁଙ୍କ ଦର୍ଶନ ବନ୍ଦ ରହିବ ବୋଲି କହିଛନ୍ତି ପୁରୀ ଜିଲ୍ଲାପାଳ ସିଦ୍ଧାର୍ଥ ଶଙ୍କର ସ୍ୱାଇଁ ।

ସେପଟେ ଶ୍ରୀ ବଳଭଦ୍ର ଓ ଦେବୀ ଶୁଭଦ୍ରାଙ୍କ ରଥର ଦକ୍ଷିଣ ମୋଡ଼ ସରିଥିବାବେଳେ ଶ୍ରୀ ଜଗନ୍ନାଥଙ୍କ ନନ୍ଦିଘୋଷ ରଥର ଦକ୍ଷିଣ ମୋଡ କରାଯାଇ ନାକଚଣା ଦ୍ୱାର ନିକଟରେ ରଖାଯାଇଛି । ଶ୍ରୀଗୁଣ୍ଡିଚା ମନ୍ଦିରରେ ଆଡପମଣ୍ଡପରୁ ଦର୍ଶନ ଦେଉଛନ୍ତି ଚତୁର୍ଦ୍ଧାବିଗ୍ରହ।

ପୁରୀରେ ହଜାର ହଜାର ଶ୍ରଦ୍ଧାଳୁଙ୍କ ସମାଗମ ଦେଖିବାକୁ ମିଳିଛି । ଘୋଷଯାତ୍ରାରେ ୧୦ ଲକ୍ଷରୁ ଅଧିକ ଭକ୍ତ ପୁରୀ ଆସିଥିବା ବେଳେ ବାହୁଡା ଯାତ୍ରାରେ ମଧ୍ୟ ଲକ୍ଷ ଲକ୍ଷ ଭକ୍ତଙ୍କ ସମାଗମ ହେବାର ଅଛି । ରଥଯାତ୍ରା ବେଳେ ଦଳଚକଟା ଘଟିଥିବାରୁ ବାହୁଡା ଯାତ୍ରାରେ ଯେପରି ସେଭଳି କିଛି ଅଘଟଣ ନୁହଏ ତାହା ଉପରେ ପ୍ରଶାସନ ଗୁରୁତ୍ବ ଦେଇଛି ।

rath yatra 2024

ରଥଯାତ୍ରାର ଅବଶିଷ୍ଟ ରୀତିନୀତି ଶୃଙ୍ଖଳିତ କରିବାକୁ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡା, ଆଇନ ମନ୍ତ୍ରୀ ପୃଥ୍ବୀରାଜ ହରିଚନ୍ଦନ ଓ ସଂସ୍କୃତି ମନ୍ତ୍ରୀ ସୂର୍ଯ୍ୟବଂଶୀ ସୂରଜଙ୍କୁ ପୁରୀରେ ରହିବାକୁ ମୁଖମନ୍ତ୍ରୀ ମୋହନ ମାଝି ନିର୍ଦ୍ଦେଶ ଦେଇଛନ୍ତି । ନୀଳାଦ୍ରିବିଜେ ସରିବା ଯାଏଁ ପୁରୀରେ ସକ୍ରିୟ ଭାବେ ଏମାନେ ରହି ରୀତିନୀତି ନିରୀକ୍ଷଣ କରିବେ । ବାକି ନୀତି ଯେଭଳି ସୁବ୍ୟସ୍ଥିତ ଓ ଶୃଙ୍ଖଳିତ ହେବ ତାହା ସୁନିଶ୍ଚିତ କରିବାକୁ ମୁଖମନ୍ତ୍ରୀ ନିର୍ଦ୍ଦେଶ ଦେଇଛନ୍ତି ।

୪୬ ବର୍ଷର ବ୍ୟବଧାନ ପରେ ଆଜି ଖୋଲିବାକୁ ଯାଉଛି ଶ୍ରୀମନ୍ଦିର ରତ୍ନଭଣ୍ଡାର। ଏଥିପାଇଁ ଚୂଡ଼ାନ୍ତ ଏସ୍‌ଓପି ଜାରି କରିଛନ୍ତି ରାଜ୍ୟ ସରକାର। ଏସମ୍ପର୍କରେ ଆଜି ସନ୍ଧ୍ୟାରେ ରାଜ୍ୟ ସରକାର ଶ୍ରୀମନ୍ଦିର ପ୍ରଶାସନକୁ ଚିଠି ମାଧ୍ୟମରେ ଅବଗତ କରିଛନ୍ତି। ଏହି ଏସ୍‌ଓପି ଆଧାରରେ ଶୁଭ ବେଳା ଦେଖି ରବିବାର ରତ୍ନଭଣ୍ଡାର ତାଲା ଖୋଲାଯିବ। ଦିନ ୧ଟାରୁ ସାଢ଼େ ୧ଟା ଭିତରେ ରତ୍ନଭଣ୍ଡାର ଖୋଲିବାକୁ ଯୋଜନା କରାଯାଇଛି। ଶନିବାର ବିଳମ୍ବିତ ରାତିରେ ରତ୍ନଭଣ୍ଡାର ଯାଞ୍ଚ କମିଟିର ଅଧ୍ୟକ୍ଷ ଜଷ୍ଟିସ ବିଶ୍ବନାଥ ରଥଙ୍କ ସହ କମିଟିର ଅନ୍ୟ ସଦସ୍ୟମାନେ ଓ ମୁଖ୍ୟ ଶାସନ ସଚିବ ମନୋଜ ଆହୁଜା, ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ ଅରବିନ୍ଦ ପାଢ଼ୀ ପ୍ରମୁଖ ଶ୍ରୀମନ୍ଦିର ଯାଇ ସ୍ଥିତି ଅନୁଧ୍ୟାନ କରିଛନ୍ତି।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+