Get Updates
Get notified of breaking news, exclusive insights, and must-see stories!

ଆଜି ମହାପ୍ରଭୁଙ୍କ ସୁନାବେଶ; ଜାଣନ୍ତୁ କେଉଁ ଠାକୁର ପିନ୍ଧନ୍ତି କେଉଁ ଅଳଙ୍କାର ?

ଆଜି ମହାପ୍ରଭୁଙ୍କ ସୁନାବେଶ । ରଥ ଉପରେ ମହଣ ମହଣ ସୁନାରେ ସଜେଇ ହୋଇ ଭକ୍ତଙ୍କୁ ଦର୍ଶନ ଦେବେ ଚତୁର୍ଦ୍ଧା ମୂର୍ତ୍ତି । ପବିତ୍ର ଏକାଦଶୀ ତିଥିରେ ତିନି ରଥ ଉପରେ ଠାକୁରଙ୍କ ହେବ ସୁନାବେଶ । ରଥ ଉପରେ ମହାପ୍ରଭୁଙ୍କ ଅତି ସୁନ୍ଦର, କମନୀୟ ଓ ସୁଶୋଭିତ ସୁନା ବେଶ ଦେଖିବା ଲାଗି ଅପେକ୍ଷା କରି ରହିଛନ୍ତି ଅଗଣତି ଭକ୍ତ । ରଥ ଉପରେ ମଧ୍ୟାହ୍ନ ଧୂପ, ମଇଲମ ନୀତି ହେବ । ଅପରାହ୍ନରେ ମେକାପ ସର୍ବାଙ୍ଗ ନୀତି ପରେ ସୁନାବେଶ ଆରମ୍ଭ ହେବ ।

ବର୍ଷକୁ ୫ଥର ମହାପ୍ରଭୁଙ୍କର ସୁନାବେଶ ଧାରଣ କରନ୍ତି । କାର୍ତ୍ତିକ ପୂର୍ଣ୍ଣିମା, କୁମାର ପୂର୍ଣ୍ଣିମା, ଦୋଳ ପୂର୍ଣ୍ଣିମା ଓ ଦଶହରା ସମୟରେ ରତ୍ନସିଂହାସନରେ ମହାପ୍ରଭୁଙ୍କର ସୁନାବେଶ ହେଉଥିବା ବେଳେ ବାହୁଡ଼ା ଯାତ୍ରାର ଅନ୍ତିମ ଦିନ ବଡଦାଣ୍ଡରେ ରଥ ଉପରେ ହିଁ ଶ୍ରୀବିଗ୍ରହଙ୍କ ସୁନାବେଶ ହୋଇଥାଏ । ଭଗବାନଙ୍କ ସୁନାବେଶରେ ୧୩୮ ପ୍ରକାର ଅଳଙ୍କାରରେ ଶ୍ରୀଜିଉମାନେ ଅଳଙ୍କୃତ ହୋଇଥାନ୍ତି ।

ଶ୍ରୀଜୀଉମାନଙ୍କର ମଧ୍ୟାହ୍ନ ଧୂପ ଶେଷ ହେବା ପରେ, ପ୍ରାୟ ୨ଘଣ୍ଟା ସମୟ ବିନିମୟରେ ତିନିରଥ ଉପରେ ସୁନାବେଶ ଅନୁଷ୍ଠିତ ହୋଇଥାଏ । ଶ୍ରୀଜୀଉମାନେ ସୁନାବେଶରେ ପ୍ରାୟ ୬ଘଣ୍ଟା ପର୍ଯ୍ୟନ୍ତ ଭକ୍ତମାନଙ୍କୁ ଦର୍ଶନ ଦିଅନ୍ତି ।

suna besha

ଭିତିରଚ୍ଛ ମହାପାତ୍ର ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ବାଡ଼ରେ, ତଳିଚ୍ଛ ମହାପାତ୍ର ବଡ଼ଠାକୁର ଶ୍ରୀବଳଭଦ୍ରଙ୍କ ବାଡ଼ରେ ଓ ପୁଷ୍ପାଳକ ସେବାୟତ ଦେବୀ ସୁଭଦ୍ରାଙ୍କ ବାଡ଼ରେ ଯଥାକ୍ରମେ ନନ୍ଦିଘୋଷ, ତାଳଧ୍ୱଜ ଓ ଦର୍ପଦଳନ ରଥରେ ଶ୍ରୀବିଗ୍ରହମାନଙ୍କୁ ସୁନାବେଶରେ ସଜ୍ଜିତ କରିବାର ପରମ୍ପରା ରହିଛି।

ଆସନ୍ତୁ ଜାଣିବା କେଉଁ ଠାକୁର ପିନ୍ଧିଥାନ୍ତି କେଉଁ ଅଳଙ୍କାର ?
ବଳଭଦ୍ରଙ୍କ ଅଳଙ୍କାର :
ବଡ଼ ଭାଇ ବଳଭଦ୍ର ଶ୍ରୀପୟର, ଶ୍ରୀଭୁଜ, କିରୀଟ, ଓଡ଼ିଆଣୀ, କୁଣ୍ଡଳ, ଚନ୍ଦ୍ରସୂର୍ଯ୍ୟ, ଆଡ଼କାନି, ବାହାଡ଼ା ମାଳି, ଘାଗଡ଼ା ମାଳି, କଦମ୍ବ ମାଳି, ତିଳକ, ଚନ୍ଦ୍ରିକା, ଅଳକା, ଝୋବାକଣ୍ଠି, ବାଘନଖି ମାଳି, ସେବତୀ ମାଳି, ତ୍ରିଖଣ୍ଡିକା କମରପଟି, ହଳ ଏବଂ ମୁଷଳ ଅଳଙ୍କାରରେ ସଜେଇ ହୁଅନ୍ତି ।

ଭଉଣୀ ସୁଭଦ୍ରା:
କିରୀଟ, ଓଡ଼ିଆଣୀ, କାନ ଚନ୍ଦ୍ରସୂର୍ଯ୍ୟ, ଘାଗଡ଼ା ମାଳି, କଦମ୍ବ ମାଳି, ତଗଡ଼ି ଓ ସେବତୀ ମାଳି ଭଳି ଆଭୁଷଣ ପରିଧାନ କରିଥାନ୍ତି ।

ପ୍ରଭୁ ଜଗନ୍ନାଥ :
ଜଗମୋହନଙ୍କ ଶ୍ରୀଅଙ୍ଗରେ ମଧ୍ୟ କିରୀଟ, ଶ୍ରୀଭୁଜ, ଶ୍ରୀପୟର, ଚନ୍ଦ୍ରସୂର୍ଯ୍ୟ ଇତ୍ୟାଦି ସହିତ ଆଡ଼କାନି, ହରିଡ଼ା ମାଳି, ଘାଗଡ଼ା ମାଳି, କଦମ୍ବ ମାଳି, ତିଳକ, ଚନ୍ଦ୍ରିକା, ଅଳକା, ଝୋବାକଣ୍ଠି, ତାବିଜ ମାଳି, ସେବତୀ ମାଳି, ତ୍ରିଖଣ୍ଡିକା କମରପଟି, ସୁବର୍ଣ୍ଣ ଚକ୍ର ଏବଂ ରୋପ୍ୟ ଶଙ୍ଖରେ ବିଭୁଷିତ ହୋଇଥାନ୍ତି।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+