ସୁସ୍ଥ ହୋଇଛନ୍ତି ମହାପ୍ରଭୁ; ଆଜି ଅଣସରର ତ୍ରୟୋଦଶୀ ତିଥିରେ ହେବ ଘଣା ଓ ଖଳି ପ୍ରସାଦ ଲାଗି
ସୁସ୍ଥ ହୋଇଛନ୍ତି ମହାପ୍ରଭୁ । ଗଜପତି ମହାରାଜାଙ୍କୁ ଶ୍ରୀଜିଉଙ୍କ ସୁସ୍ଥ ହେବା ଖବର ଦିଆଯିବା ପରେ ରାଜପ୍ରାସାଦ ବିଜେ ସମ୍ପନ୍ନ ହୋଇଛି । ଆଉ ଆଜି ମହାପ୍ରଭୁଙ୍କ ଅଣସରର ତ୍ରୟୋଦଶୀ ତିଥି । ଏହି ଅବସରରେ ମହାପ୍ରଭୁଙ୍କ ଘଣା ଏବଂ ଖଳି ପ୍ରସାଦ ଲାଗି ନୀତି କରାଯିବ ।
ଅଣସର ଗୃହରେ ସମ୍ପୂର୍ଣ୍ଣ ଗୋପନୀୟ ଭାବେ ଶ୍ରୀଜୀଉମାନଙ୍କୁ ଘଣା ଲାଗି ପରେ ଖଳି ଲାଗି ଓ ତତ୍ପରେ ଖଡ଼ି ଲାଗି କରାଯିବ। ଘଣ୍ଟ, ଛତା, କାହାଳି ସହ ଖଳି ପ୍ରସାଦ ଶୁଦ୍ଧ ସୁଆରଙ୍କ ଘରଠାରୁ ଶ୍ରୀମନ୍ଦିରକୁ ବିଜେ କରାଯିବ। ଶୁଦ୍ଧ ସୁଆରଙ୍କଦ୍ୱାରା ପ୍ରସ୍ତୁତ ଏହି ଦିବ୍ୟ ପ୍ରଲେପକୁ ରୁପା ପିଂଗଣରେ ରଖି ଦଇତାପତି ସେବକ ଶ୍ରୀଅଙ୍ଗରେ ଲାଗି କରିବେ ।

ଅଣସର ଗୃହରେ ସମ୍ପୂର୍ଣ୍ଣ ଗୋପନୀୟ ଭାବେ ଶ୍ରୀଜୀଉ ମାନଙ୍କୁ ଘଣା ଲାଗି ପରେ ଖଳି ଲାଗି ଓ ତତ୍ପରେ ଖଡ଼ି ଲାଗି ହେବ ।
ଖଳି ଲାଗି ପୂର୍ବରୁ ପ୍ରଭୁଙ୍କ ଘଣା ଲାଗି ଗୋପନ ନୀତି ସଂପନ୍ନ ହେବ। ଏହାପୂର୍ବରୁ ନୂତନ ବିଗ୍ରହଙ୍କୁ ଗୋପନ ସେବାରେ ରକ୍ତ ବସ୍ତ୍ର ଆବରଣ କରାଯିବ। ଗୋପନୀୟତା ରକ୍ଷା କରି ଦଇତା ଓ ପତିମହାପାତ୍ର ସେବକମାନେ ଏକ ସ୍ୱତନ୍ତ୍ର ଶୈଳିରେ ଶ୍ରୀଜିଉଙ୍କୁ ରକ୍ତବସ୍ତ୍ର ଆବରଣ କରିବେ। ନବଯୌବନ ଦର୍ଶନ ପୂର୍ବରୁ ଶ୍ରୀବିଗ୍ରହମାନଙ୍କ ଶ୍ରୀଅଙ୍ଗରେ ଶେଷ ଦଫାରେ ବିଳମ୍ବିତ ରାତିରେ ଖଳି ଲାଗି କରାଯିବ। ଏହି ଖଳିକୁ ଶୁଦ୍ଧ ସୁଆର ମାନେ ନିଜ ନିଜ ବାସଭବନରେ ଶୁଦ୍ଧପୁତ ଭାବେ ପ୍ରସ୍ତୁତ କରିଥାନ୍ତି।
ବିଜେ କାହାଳି, ବଜୟନ୍ତ୍ରୀ,ଘଣ୍ଟଛତା ସହ ଶୋଭାଯାତ୍ରାରେ ମହାପ୍ରଭୁଙ୍କ ଶ୍ରୀଅଙ୍ଗ ଲାଗିନିମନ୍ତେ ତିନି ଶୁଦ୍ଧ ସୁଆର ଅଧିବାସିତ ଖଳି ପ୍ରସାଦକୁ (ଦିବ୍ୟ ପ୍ରଲେପ) ଶ୍ରୀମନ୍ଦିରକୁ ବିଜେ କରାଇବେ। ଏହା ପୂର୍ବରୁ ଏହି ଖଳିକୁ ଶୁଦ୍ଧ ସୁଆରଙ୍କ ବାସ ଭବନରେ ଖଳି ହାଣ୍ଡିକୁ ମହିଳାମାନେ ବନ୍ଦାପନା କରିବେ। ବିଜେ କାହାଳି ବାଜିବା ପରେ ବରକନ୍ଦାଜଙ୍କ ସୁରକ୍ଷା ବଳୟ ଭିତରେ ପ୍ରଭୁଙ୍କ ଶ୍ରୀଅଙ୍ଗ ଲାଗି ଖଳି ଶ୍ରୀମନ୍ଦିରକୁ ବିଜେ କରିବ। ଶୁଦ୍ଧସୁଆର ଖଳିପ୍ରସାଦକୁ ନେଇ ଦଇତାପତିଙ୍କୁ ହସ୍ତାନ୍ତର କରିବା ପରେ ଆଜି ବିଳମ୍ବିତ ରାତିରେ ଏହି ଖଳିକୁ ଶ୍ରୀବିଗ୍ରହଙ୍କୁ ଦଇତାପତି ମାନେ ଲାଗି କରିବେ।












Click it and Unblock the Notifications