Get Updates
Get notified of breaking news, exclusive insights, and must-see stories!

ଶରଧାବାଲିର କିମ୍ବଦନ୍ତୀ କଣ? କାହିଁକି ଭକ୍ତଟିଏ ଏ ବାଲିକୁ ମଥାରେ ବୋଳିଦିଏ ?

ଶରଧାବାଲିରେ ତିନି ରଥ । ଏହି ପବିତ୍ର ମାଟିକୁ ମୁଣ୍ଡରେ ମାରିଲେ କୋଟିକୋଟି ପୂଣ୍ୟ ମିଳେ । ପୁରାତନ କାଳରେ ପୁରୀ ମାଳିନୀ ନଦୀକୁ ପୋତି ଗୁଣ୍ଡିଚା ମନ୍ଦିର ଏବଂ ଜଗନ୍ନାଥ ମନ୍ଦିରକୁ ଏକ ସିଧା ରାସ୍ତା ସଂଯୋଗ ସକାଶେ ବାଲି ପକାଇ ପୂର୍ଣ୍ଣ କରାଯାଇଥିଲା । ସେହି ସ୍ଥାନକୁ ଶରଧାବାଲି କୁହାଯାଉଛି ।

ଶରଧାବାଲିର କାହାଣୀ

ତ୍ରୟୋଦଶ ଶତାବ୍ଦୀରେ ପୁରୀର ଗଜପତି ଥିଲେ ଭାନୁଦେବ ଏବଂ ମହାରାଣୀଙ୍କ ନାମ ଥିଲା ଶ୍ରଦ୍ଧାଦେବୀ । ଆଜିର ଶରଧାବାଲିକୁ ସେତେବେଳେ ବାଙ୍କି ମୁହାଣ କୁହାଯାଉଥିଲା । ଏହି ବାଙ୍କି ମୁହାଣରେ ଇନ୍ଦ୍ରଦ୍ୟୁମ୍ନରାଜା ପ୍ରଥମେ ସମୁଦ୍ରରୁ ଦାରୁ ସଂଗ୍ରହ କରିଥିଲେ । ଗୁଣ୍ଡିଚା ମନ୍ଦିରରେ ଚତୁର୍ଦ୍ଧାମୂର୍ତ୍ତିଙ୍କର ପ୍ରତିମା ନିର୍ମାଣ କରିଥିଲେ । ବ୍ରହ୍ମାଙ୍କ ନିର୍ଦ୍ଦେଶରେ ଶ୍ରୀମନ୍ଦିର ନିର୍ମାଣ କରାଇ ତିନିଠାକୁରଙ୍କୁ ସିଂହାସନରେ ବସାଇ ପୂଜାର୍ଚ୍ଚନା ଆରମ୍ଭ କରିଥିଲେ । ସେତେବେଳ ପୁରୀ ସହରକୁ ତିନୋଟି ଛୋଟ ଛୋଟ ନଦୀ ଘେରି ରହିଥିଲେ । ସେଥିରୁ ମାଳିନୀ ନାମକ ନଦୀଟି ବାଙ୍କି ମୁହାଣଠାରେ ସମୁଦ୍ରରେ ମିଶିଥିଲା । ତେଣୁ ମାଳିନୀ ନଦୀଦ୍ୱାରା ବଡ଼ଦାଣ୍ଡ ଦୁଇଭାଗରେ ବିଭକ୍ତ ହୋଇଥିଲା । ଫଳରେ ଗୁଣ୍ଡିଚା ମନ୍ଦିରକୁ ଶ୍ରୀମନ୍ଦିର ସହିତ ସିଧା ସଂଯୋଗ ହୋଇ ପାରୁନଥିଲା ।

rath yatra 2024

ଇନ୍ଦ୍ରଦ୍ୟୁମ୍ନ ରାଜା ପ୍ରଥମେ ତିନୋଟି ରଥ ନିର୍ମାଣ କରି ଠାକୁରମାନଙ୍କୁ ନେଇ ମାଳିନୀ ନଦୀକୂଳକୁ ନେଲେ । ନଦୀରେ ତିନୋଟି ବଡ଼ ଡଙ୍ଗାରେ ପ୍ରତିମାମାନଙ୍କୁ ପାରିକରି ଶ୍ରୀମନ୍ଦିର ପାର୍ଶ୍ୱକୁ ନେଲେ । ଏପଟେ ନଦୀକୂଳରୁ ଆଉ ତିନୋଟି ରଥ ନିର୍ମାଣ କରି ଶ୍ରୀମନ୍ଦିରକୁ ନେଇ ପ୍ରତିଷ୍ଠା କରିଥିଲେ । ସେହି ସମୟଠାରୁ ରଥଯାତ୍ରାର ସୃଷ୍ଟି ହୋଇଛି ବୋଲି ଅନେକ ମତ ଦିଅନ୍ତି । ଏହାଥିଲା ଠାକୁରଙ୍କ ଜନ୍ମବେଦୀରୁ ଶ୍ରୀମନ୍ଦିରକୁ ପ୍ରଥମ ରଥଯାତ୍ରା । ଏହାପରେ ପ୍ରଭୁ ନିଜେ ଇନ୍ଦ୍ରଦ୍ୟୁମ୍ନ ରାଜାଙ୍କୁ କହିଲେ, ସବୁବର୍ଷ ତାଙ୍କର ଜନ୍ମସ୍ଥାନ ବା ଆଡ଼ପ ମଣ୍ଡପକୁ ଯିବାକୁ ଆଷାଢ଼ମାସ ଶୁକ୍ଳ ପକ୍ଷଦ୍ୱିତୀୟାରେ ତାଙ୍କର ରଥଯାତ୍ରା କରିବାକୁ । ଇନ୍ଦ୍ରଦ୍ୟୁମ୍ନଙ୍କ ଶାସନ କାଳରୁ ଆଜିଯାଏ ସେହିପରି ରଥଯାତ୍ରା ଚଳିଆସୁଅଛି । ସେତେବେଳେ ଆଜିଭଳି ରାସ୍ତାଘାଟର ସୁବିଧା ନଥିଲା । ତେଣୁ ବାଲି ମାଟିରେ ରଥ ଟାଣିବା ବହୁତ କଷ୍ଟ ହେଉଥିଲା । ରାଜା ଅଶ୍ୱ, ଗଜ ଓ କଳାବେଠିଆମାନଙ୍କୁ ଲଗାଇ ରଥ ଟାଣୁଥିଲେ । ଛଅଟି ରଥ ତିଆରି କରି ରଥଯାତ୍ରା କରିବା ବହୁତ କଷ୍ଟସାଧ୍ୟ ହେଉଥିଲା । ଏଥିପାଇଁ ନବଦିନାତ୍ମକ ଯାତ୍ରା ଗୋଟିଏ ମାସରୁ ଉର୍ଦ୍ଧ୍ୱ ସମୟ ଲାଗୁଥିଲା ।

ଏହିପରି ଅସୁବିଧାକୁ ଦେଖି ମହାରାଣୀ ଶ୍ରଦ୍ଧାଦେବୀଙ୍କ ଏକ ଉଦ୍ଭଟ ଚିନ୍ତା ଆସିଲା । ସେ ଗଜପତି ମହାରାଜାଙ୍କୁ କହିଲେ ଆମର ରଥଯାତ୍ରା କରିବାକୁ ଏତେ ଅସୁବିଧା ହେଉଛି । ତେଣୁ ତୁମେ ଯଦି ମାଳିନୀ ନଦୀକୁ ପୋତି ଦିଅନ୍ତ ତେବେ ତିନୋଟି ରଥ ସିଧା ଗୁଣ୍ଡିଚା ମନ୍ଦିରକୁ ଯାଇ ପାରନ୍ତା । ଭାନୁଦେବ ଏକଥା ଶୁଣି ହସିକରି କହିଲେ, ତୁମର ମୁଣ୍ଡ ଖରାପ ହେଲାଣି ନା କ'ଣ ? ନଦୀ ପୋତିବା କ'ଣ ଏତେ ସହଜ ? ରାଣୀ କହିଲେ ଭଣ୍ଡାରରୁ ମୋତେ କିଛି ଅର୍ଥ ଦିଅନ୍ତୁ ମୁଁ ଯାଇ ବାଲି ପକାଇ ନଦୀ ପୋତା କାର୍ଯ୍ୟ ଆରମ୍ଭ କରିବି । ତଥାପି ରାଜା ମହାରାଣୀଙ୍କ କଥାକୁ ବିଶ୍ୱାସ କରିପାରିଲେ ନାହିଁ । ଶେଷରେ ରାଣୀ କହିଲେ ଆମେ ପୋତିବା କାର୍ଯ୍ୟ ଆରମ୍ଭ କରିଦେଲେ ଆମର ପରପିଢ଼ି କେହି କେବେ ତ ଏ କାର୍ଯ୍ୟ ସଂପାଦନ କରିପାରିବେ । ତେଣୁ ଏହି କାର୍ଯ୍ୟଟି କରିବା ଦାୟିତ୍ୱ ମୋତେ ଦିଅନ୍ତୁ । ଶେଷରେ ରାଣୀଙ୍କ କଥାରେ ଗଜପତି ସମ୍ମତ ହୋଇ ବାଲି ପକାଇ ନଦୀ ପୋତା କାର୍ଯ୍ୟ ଆରମ୍ଭ କରିଦେଲେ ।

ଭଗବାନଙ୍କର ଏ ଥିଲା ଏକ ବିଚିତ୍ର ଲୀଳା । ଚାହୁଁ ଚାହୁଁ ସେହି ବର୍ଷ ରଥଯାତ୍ରା ପୂର୍ବରୁ ମାଳିନୀ ନଦୀଟି ବାଲିରେ ପୋତି ହୋଇଗଲା । ଗଜପତି ଆଶ୍ଚର୍ଯ୍ୟ ହୋଇଗଲେ । ଫଳରେ ଶ୍ରୀମନ୍ଦିରରୁ ଗୁଣ୍ଡିଚା ମନ୍ଦିରଯାଏ ଗୋଟିଏ ବଡ଼ଦାଣ୍ଡ ହୋଇପାରିଲା । ଛଅଟି ରଥ ପରିବର୍ତ୍ତେ ତିନୋଟି ରଥରେ ଠାକୁରଙ୍କର ଘୋଷଯାତ୍ରା ହୋଇପାରିଲା । ଗଜପତି ବହୁତ ଖୁସି ହୋଇଗଲେ । ମହାରାଣୀ ଶ୍ରଦ୍ଧାଦେବୀଙ୍କଦ୍ୱାରା ବାଲି ପୋତାଯାଇ ଏଭଳି ଏକ ଅସମ୍ଭବ କାର୍ଯ୍ୟ ହୋଇ ପାରିଥିବାରୁ, ଗଜପତି ଖୁସିହୋଇ ମହାରାଣୀଙ୍କ ନାମ ଶ୍ରଦ୍ଧା ସହିତ ବାଲିକୁ ଯୋଡ଼ି ଦେଇ ସେହି ସ୍ଥାନଟିର ନାମ ରଖିଲେ 'ଶ୍ରଦ୍ଧାବାଲି' । ହେଲେ କାଳକ୍ରମେ ଶ୍ରଦ୍ଧା ଶବ୍ଦର ଉଚ୍ଚାରଣ ଶରଧା ହୋଇ ନାମ ହୋଇଗଲା 'ଶରଧାବାଲି' ଯାହାକି ଆଜି ଏକ କାହାଣୀ ହୋଇଯାଇଛି।

More From
Prev
Next
Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+