ଶରଧାବାଲିରେ ଠେଲାପେଲା, ୩ ଭକ୍ତଙ୍କ ମୃତ୍ୟୁ
ଶରଧାବାଲିରେ ଠେଲାପେଲା, ୩ ଭକ୍ତଙ୍କ ମୃତ୍ୟୁ । ରଥ ସମ୍ମୁଖରେ ଅଘଟଣ ଘଟିଥିବା ସୂଚନା। ଭୋରରୁ ଘଟିଛି ଅଘଟଣ । ଭୋର ୪ଟା ୨୦ରେ ଅଘଟଣ ଘଟିଥିବା ସୂଚନା। ଦର୍ଶନ ପାଇଁ ଅତ୍ୟଧିକ ଭିଡ଼ ଯୋଗୁ ଅଘଟଣ ।
ଠେଲାପେଲାରେ ପ୍ରାୟ ୫୦ ଜଣ ଆହତ ହୋଇଛନ୍ତି ବୋଲି କହିଲେ ପ୍ରତ୍ୟକ୍ଷଦର୍ଶୀ। ଭକ୍ତଙ୍କ ଭିଡ଼ ଭିତରେ ଚାର କାଠ ବୋଝେଇ ଟ୍ରକ ପଶିଥିଲା ।

ସୂଚନା ଅନୁସାରେ ଶରଧାବାଲିରେ ୩ ରଥ ଲାଗିବା ପରେ ଠାକୁରଙ୍କୁ ଦର୍ଶନ କରିବା ଲାଗି ଶ୍ରଦ୍ଧାଳୁଙ୍କ ଭିଡ଼ ହୋଇଥିଲେ । ରାତି ସମୟରେ ଭିଡ଼ ବଢ଼ି ଚାଲିଥିଲା । ତେବେ ରାତି ପ୍ରାୟ ୧୨ଟା ୧୫ ବେଳକୁ ଠାକୁରଙ୍କ ପହୁଡ଼ ପଡ଼ିଯାଇଥିଲା, ଯାହା ପୂର୍ବ ବର୍ଷଗୁଡ଼ିକ ତୁଳନାରେ ଶୀଘ୍ର ହୋଇଥିଲା । ତେବେ ଆଜି ଭୋର ୪ ସମୟରେଦର୍ଶନ ପାଇଁ ଆସିଥିବା ହଜାର ହଜାର ଶ୍ରଦ୍ଧାଳୁଙ୍କ ଜନସମାଗମ ଯୋଗୁଁ ଦଳାଚକଟା ହୋଇଛି । ରଥ ସମ୍ମୁଖରେ ଅଘଟଣ ଘଟିଥିବା ସୂଚନା ମିଳିଛି । ଯେଉଁ ସ୍ଥାନରେ ଦଳାଚକଟା ହୋଇଛି ସେଠାରେ ପ୍ରଶାସନ ତରଫରୁ ପୂର୍ବରୁ କୌଣସି ସୁରକ୍ଷା କିମ୍ବା ପୋଲିସ ବାହନୀ ସେଠାରେ ଉପସ୍ଥିତ ନଥିଲେ । ଯେଉଁ କାରଣରୁ ହଜାର ହଜାର ଭକ୍ତଙ୍କ ସମାଗମ ହୋଇ ଠେଲାପେଲା-ଦଳାଚକଟା ହୋଇଥିଲା ।
ସେହିପରି ରଥଯାତ୍ରା ଦିନ ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ 'ନନ୍ଦିଘୋଷ'ରଥ ନଗଡ଼ିବାକୁ ନେଇ ଶ୍ରଦ୍ଧାଳୁଙ୍କ ମଧ୍ୟରେ ତୀବ୍ର ଆକ୍ରୋଶ ଦେଖିବାକୁ ମିଳିଥିଲା । ଯଦିଓ ମହାପ୍ରଭୁଙ୍କ ପହଣ୍ଡିଠୁ ଆରମ୍ଭ କରି ସମସ୍ତ ପ୍ରକାରର ନୀତିକାନ୍ତି ସୁରୁଖୁରରେ ସମ୍ପନ୍ନ ହୋଇଥିଲେ ମଧ୍ୟ ଭିଡ଼ ନିୟନ୍ତ୍ରଣରେପୋଲିସ କାହିଁକି ବିଫଳ ହେଲା ତାକୁ ନେଇ ପ୍ରଶ୍ନ ଉଠିଛି । ଏହା ପର ଦିନ ମନ୍ଦିର ପ୍ରଶାସନ ପକ୍ଷରୁ ଦ୍ୱିତୀୟ ଦିନରେ ରଥଟଣା କାର୍ଯ୍ୟ ପ୍ରାୟ ସକାଳ ୯ଟା ୫୦ମିନିଟରେ ଆରମ୍ଭ ହୋଇଥିଲା । ମହାପ୍ରଭୁଙ୍କ ନନ୍ଦିଘୋଷଙ୍କ ରଥ ଦିନ ପ୍ରାୟ ୧ଟା ୧୦ମିନିଟରେ ଶରଧାବାଲିରେ ପହଂଚିଥିଲା । ଏହାପୂର୍ବରୁ ମହାପ୍ରଭୁ ବଳଭଦ୍ରଙ୍କ ତାଳଧ୍ୱଜ ଓ ଦେବୀ ସୁଭଦ୍ରାଙ୍କ ଦର୍ପଦଳନ ରଥ ଗୁଣ୍ଡିଚା ମନ୍ଦିର ସମ୍ମୁଖସ୍ଥ ଶରଧାବାଲିରେ ପହଂଚିଥିଲା ।
-
ଇରାନ ରାଷ୍ଟ୍ରପତିଙ୍କ ସହ କଥା ହେଲେ ମୋଦି, କହିଦେଲେ.. -
ପଶ୍ଚିମ ଏସିଆ ଅସ୍ଥିରତା ମଧ୍ୟରେ ସରକାର ରାଜ୍ୟଗୁଡ଼ିକୁ ଦିଆଯାଇଛି 40,000 କିଲୋଲିଟର ଅତିରିକ୍ତ କିରୋସିନି -
ରାଷ୍ଟ୍ରପତିଙ୍କୁ ଅପମାନ: ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀଙ୍କୁ ମୋହନ ମାଝୀଙ୍କ ଚିଠି -
ହର୍ମୁଜ୍ ପ୍ରଣାଳୀ ପାର ହୋଇ ମୁମ୍ବାଇ ପହଞ୍ଚିଲା ପ୍ରଥମ ଭାରତୀୟ ତୈଳ ଟ୍ୟାଙ୍କର୍ -
ଯୁଦ୍ଧ ବନ୍ଦ ପାଇଁ ଆମେରିକା ଆଗରେ ଏହି ୩ ସର୍ତ୍ତ ରଖିଲା ଇରାନ -
ପୁଣି ଥରେ ଚର୍ଚ୍ଚାରେ ମହାକୁମ୍ଭ ଭାଇରାଲ ଗର୍ଲ ମୋନାଲିସା -
ଇରାନକୁ ଗୋଟିଏ ଘଣ୍ଟା ମଧ୍ୟରେ ଧ୍ୱଂସ କରିଦେବୁ... ଡୋନାଲ୍ଡ ଟ୍ରମ୍ପ ! -
ହାର୍ଦ୍ଦିକ ପାଣ୍ଡ୍ୟାଙ୍କ ବିରୋଧରେ ଥାନାରେ ଏତଲା -
ଟିଏମସି ପ୍ରତିନିଧିଙ୍କୁ ସମୟ ଦେଲେନି ରାଷ୍ଟ୍ରପତି -
IAS ସ୍ତରରେ ଅଦଳବଦଳ କଲେ ରାଜ୍ୟ ସରକାର, ୫ IASଙ୍କୁ ଉପଜିଲ୍ଲାପାଳ ନିଯୁକ୍ତି -
ଜ୍ଞାନେଶ କୁମାରଙ୍କ ବିରୋଧ: ମହାଭିଯୋଗ ପ୍ରସ୍ତାବରେ କଲେ ସ୍ୱାକ୍ଷର ୧୮୦ ସାଂସଦ -
ଆସନ୍ତା ଶିକ୍ଷା ବର୍ଷରୁ ତୃତୀୟରୁ ଅଷ୍ଟମ ଶ୍ରେଣୀ ପିଲାଙ୍କୁ ମିଳିବ ଶାରୀରିକ ଶିକ୍ଷା












Click it and Unblock the Notifications