ଆଜି ଶ୍ରୀବିଗ୍ରହମାନଙ୍କ ବନକଲାଗି ନୀତି ; ୫ ଘଣ୍ଟା ଦର୍ଶନ ବନ୍ଦ
ଆଜି ଶ୍ରୀବିଗ୍ରହମାନଙ୍କ ବନକଲାଗି ନୀତି । ବନକଲାଗି ନୀତି ଯୋଗୁଁ ଆଜି ୫ ଘଣ୍ଟା ଦର୍ଶନ ବନ୍ଦ । ରାତି ୯ରୁ ୨ଟା ଯାଏଁ ସର୍ବସାଧାରଣ ଦର୍ଶନ ବନ୍ଦ ରହିବ।
ଅନ୍ୟପକ୍ଷରେ ପୁରୀରେ ପ୍ରବଳ ଭିଡ଼କୁ ଦୃଷ୍ଟି ରଖି ଆଜି ଶ୍ରଦ୍ଧାଳୁମାନଙ୍କ ପାଇଁ ରାଜ୍ୟ ପୁଲିସ ମୁଖ୍ୟାଳୟ ପକ୍ଷରୁ ଏକ ଜରୁରୀ ସୂଚନା ଜାରି କରାଯାଇଛି।
ଏଥିରେ କୁହାଯାଇଛି, ଆଜି (୨୯.୦୬.୨୦୨୫) ସକାଳ ସମୟରୁ ପୁରୀ ସହରକୁ ବହୁ ସଂଖ୍ୟାରେ ଯାନବାହାନ ଆସୁଥିବାର ଦେଖିବାକୁ ମିଳୁଛି। ଏହିଭଳି ପରିସ୍ଥିତିରେ ଯାତ୍ରୀମାନଙ୍କୁ ଦୁଇ ଘଣ୍ଟା କିମ୍ବା ତାହାଠାରୁ ଅଧିକ ସମୟ ଧରି ଅପେକ୍ଷା କରିବାକୁ ପଡ଼ିପାରେ। ତେଣୁ ପୁରୀକୁ ଆସିବାକୁ ଯୋଜନା କରୁଥିବା ଭକ୍ତ ଓ ଯାତ୍ରୀମାନେ ଦୟାକରି ଏହାକୁ ଧ୍ୟାନରେ ରଖି ମହାପ୍ରଭୁଙ୍କ ଦର୍ଶନ ପାଇଁ ଆସନ୍ତୁ ।

ସୂଚନାଯୋଗ୍ୟ, ଆଜି ଭୋରରେ ପୁରୀ ଶରଧାବାଲିରେ ଦଳାଚକଟାରେ ୩ ଜଣ ଶ୍ରଦ୍ଧାଳୁଙ୍କ ମୃତ୍ୟୁ ଘଟିଛି। ତା'ସହିତ ୬ ଜଣ ଶ୍ରଦ୍ଧାଳୁ ଆହତ ହୋଇଛନ୍ତି। ଏହି ଘଟଣା ପରେ ସରକାର ଓ ପ୍ରଶାସନଙ୍କୁ ଅନେକ ପ୍ରଶ୍ନ ସମ୍ମୁଖୀନ ହେବାକୁ ପଡ଼ିଛି। ପ୍ରଥମ ପଦକ୍ଷେପ ସ୍ୱରୂପ ସରକାର ପୁରୀ ଜିଲ୍ଲାପାଳ ଓ ଏସ୍ପିଙ୍କୁ ବଦଳି କରିଛନ୍ତି। ଜଣେ କମାଣ୍ଡାଣ୍ଟ ଓ ଜଣେ ଡିସିପିଙ୍କୁ ସସ୍ପେଣ୍ଡ କରିଛନ୍ତି। ରଥଯାତ୍ରାକୁ ସୁପରଭିଜନ କରିବା ପାଇଁ ଉଚ୍ଚ ଶିକ୍ଷା ବିଭାଗର କମିଶନର ତଥା ସଚିବ ଅରବିନ୍ଦ ଅଗ୍ରୱାଲଙ୍କୁ ଦାୟିତ୍ୱ ଦିଆଯାଇଛି।












Click it and Unblock the Notifications