Get Updates
Get notified of breaking news, exclusive insights, and must-see stories!

ଆଡ଼ପ ମଣ୍ଡପରେ ଚତୁର୍ଦ୍ଧା ବିଗ୍ରହ: ଆଜିଠୁ ମିଳିବ ଆଡ଼ପ ଅବଢ଼ା, ଜନ୍ମବେଦିରେ ଦର୍ଶନ ଦେବେ ମହାପ୍ରଭୁ

ରତ୍ନବେଦି ଛାଡ଼ି ଜନ୍ମବେଦିରେ ବିରାଜିଛନ୍ତି ଚତୁର୍ଦ୍ଧା ବିଗ୍ରହ । ରଥରେ ଗଡ଼ିବା ବେଳେ ବିଳମ୍ବ କଲେ, କିନ୍ତୁ ରଥରୁ ପହଣ୍ଡି ବେଳେ ସଅଳ ସଅଳ ଆଗେଇ ଚାଲିଲେ । ଭକ୍ତଙ୍କ ମେଳରେ ଦୁଇଦିନ ଲୀଳାଖେଳା କରିବା ପରେ ଭାଇଭଉଣୀଙ୍କ ସହ ଆଡ଼ପ ମଣ୍ଡପରେ ବିଜେ କରିଛନ୍ତି ।

ଗୋଟି ପହଣ୍ଡିରେ ଏହି ନୀତି ଅନୁଷ୍ଠିତ ହୋଇଛି। ପ୍ରଥମେ ଶ୍ରୀବଳଭଦ୍ର, ପରେ ଦେବୀ ସୁଭଦ୍ରା ଏବଂ ଶେଷରେ ମହାପ୍ରଭୁ ଶ୍ରୀଜଗନ୍ନାଥ ଟାହିଆ ଲଗେଇ ଝୁଲିଝୁଲି ଗୁଣ୍ଡିଚା ବାଡ଼ିରେ ପ୍ରବେଶ କରିଥିଲେ। ଘଣ୍ଟଘଣ୍ଟା, ହରିବୋଲ, ହୁଳହୁଳି, ଜୟ ଜଗନ୍ନାଥ ଧ୍ବନିରେ ପ୍ରକମ୍ପିତ ହୋଇଛି ଶ୍ରୀକ୍ଷେତ୍ର। ପହଣ୍ଡି ୬ଟା ୫୦ରେ ଆରମ୍ଭ ହୋଇଥିଲା। ୯ଟା ୩୫ ସୁଦ୍ଧା ମହାପ୍ରଭୁ ଶ୍ରୀଜଗନ୍ନାଥ ଗୁଣ୍ଡିଚା ବାଡ଼ିରେ ପ୍ରବେଶ କରିସାରିଥିଲେ।

ସୋମବାରଠାରୁ ଆଡ଼ପ ମଣ୍ଡପରେ ଦର୍ଶନ କରିବାର ସୌଭାଗ୍ୟ ପାଇବେ ଭକ୍ତ। ଆଡ଼ପ ମଣ୍ଡପରେ ଅଧିଷ୍ଠିତ ହେବା ସ୍ବୟଂ ମହାପ୍ରଭୁଙ୍କ ନିର୍ଦ୍ଦେଶ ବୋଲି ଶାସ୍ତ୍ର ବିଦିତ। ଆଡ଼ପ ମଣ୍ଡପରେ ଜଗନ୍ନାଥଙ୍କର ଅବସ୍ଥିତିକୁ ଜନ୍ମବେଦି ଯୋଗ କୁହାଯାଏ। ଜନ୍ମବେଦି ମହାପ୍ରଭୁଙ୍କ ପୃଥିବୀର ସବୁଠାରୁ ପ୍ରୀତିପଦ ସ୍ଥାନ ବୋଲି ପୁରାଣରେ ଉଲ୍ଲେଖ ରହିଛି। ଏଥିପାଇଁ ରଥାଯାତ୍ରାରେ ଆଡ଼ପ ମଣ୍ଡପରେ ମହାପ୍ରଭୁଙ୍କ ଦର୍ଶନ ପାଇଁ ଭକ୍ତଙ୍କ ସୁଅ ଛୁଟିବ। ଏହାକୁ ଦୃଷ୍ଟିରେ ରଖି ସୁରକ୍ଷା ବ୍ୟବସ୍ଥାକୁ ବଢ଼ାଇ ଦିଆଯାଇଛି। ଏଥିସହ ଶ୍ରୀମନ୍ଦିରରେ ସୋମବାରଠାରୁ ୬ ଦିନ ଧରି ଶ୍ରୀଗୁଣ୍ଡିଚା ମନ୍ଦିରରେ ମିଳିବ ଆଡ଼ପ ଅବଢ଼ା। ଆଜି ରାତିରୁ ରୋଷ ପ୍ରସ୍ତୁତି ଆରମ୍ଭ ହୋଇଛି।

Adap Abdha will be available from today

ଆଡ଼ପ ମଣ୍ଡପକୁ ମହାପ୍ରଭୁ ବିଜେ କରିବା ପରେ ଆଜି ବିଳମ୍ବିତ ରାତିରେ ଆଡ଼ପ ମଣ୍ଡପରୁ ଚାରମାଳ ଫିଟାଯାଇଛି।
ଶନିବାର ତିନି ରଥ ଶ୍ରୀଗୁଣ୍ଡିଚା ମନ୍ଦିର ସମ୍ମୁଖରେ ପହଞ୍ଚିବା ପରେ ରଥ ଉପରେ ଦୈନିନ୍ଦିନ ନୀତିକାନ୍ତି ଆରମ୍ଭ ହୋଇଥିଲା। ଗତକାଲି ରାତି ପ୍ରାୟ ୧୧ଟାରୁ ୧୧ଟା ୨୦ ମଧ୍ୟରେ ତିନି ରଥରେ ଚନ୍ଦନଲାଗି ହୋଇଥିଲା। ୧୧ଟା ୨୦ରୁ ବଡ଼ସିଂହାର ବେଶ ଆରମ୍ଭ ହୋଇଥିଲା। ରାତି ୧୧ଟା ୪୦ରୁ ବଡ଼ସିଂହାର ବେଶ ଶେଷ ପରେ ୧୨ଟା ମଧ୍ୟରେ ବଡ଼ସିଂହାର ଭୋଗ ହୋଇଥିଲା। ଭୋଗ ନୀତି ସଂପନ୍ନ ପରେ ରାତି ୧୨ଟା ୧୫ରେ ରଥ ଉପରେ ରାତ୍ର ପହୁଡ଼ ହୋଇଥିଲା।

ଆଜି ସକାଳ ୬ଟା ୧୫ରୁ ୬ଟା ୨୫ରେ ମଙ୍ଗଳ ଆଳତି ପରେ ଅନ୍ୟାନ୍ୟ ନୀତି ବଢ଼ିଥିଲା। ରଥ ଉପରେ ଗୋପାଳବଲ୍ଲଭ ଓ ଅନ୍ୟାନ୍ୟ ଭୋଗ ନୀତି ସଂପନ୍ନ ହୋଇଥିଲା। ତିନି ରଥରେ ମଇଲମ, ମହାସ୍ନାନ, ସର୍ବାଙ୍ଗ, ବେଶ ପରେ ମଧ୍ୟାହ୍ନଧୂପ ନୀତି ଅନୁଷ୍ଠିତ ହୋଇଥିଲା। ସନ୍ଧ୍ୟାଧୂପ ପରେ ୩ଟା ୨୫ରେ ଘୋଡ଼ା ଫିଟା ଓ ଚାରବନ୍ଧା ଆରମ୍ଭ ହୋଇଥିଲା। ସାଢ଼େ ୬ଟାରେ ଚାରବନ୍ଧା ଶେଷ ହୋଇଥିଲା। ସେହିପରି ଆଜି ସନ୍ଧ୍ୟା ୬ଟା ୫୦ରେ ପହଣ୍ଡି ଆରମ୍ଭ ହୋଇଥିଲା। ପ୍ରଥମେ ଶ୍ରୀରାମ, ଶ୍ରୀକୃଷ୍ଣ ଓ ମଦନମୋହନ ଆଡ଼ପ ମଣ୍ଡପକୁ ବିଜେ କରିଥିଲେ। ପରେ ପ୍ରଭୁ ସୁଦର୍ଶନ, ବଡ଼ଠାକୁର ଶ୍ରୀବଳଭଦ୍ର, ଦେବୀ ସୁଭଦ୍ରା ଓ ଶେଷରେ ମହାପ୍ରଭୁ ଶ୍ରୀଜଗନ୍ନାଥ ଗୋଟି ପହଣ୍ଡିରେ ଜନ୍ମବେଦିକୁ ବିଜେ କରିଥିଲେ।

ବୁଧବାର ଦର୍ଶନ ଓ ପୂଜା ନୀତି ପାଇଁ ଶ୍ରୀମନ୍ଦିର ପ୍ରଶାସନ ସ୍ବତନ୍ତ୍ର ନୀତି ଚୂଡ଼ାନ୍ତ କରିଛି। ନୀତି ନିର୍ଘଣ୍ଟ ଅନୁଯାୟୀ, ଆସନ୍ତାକାଲି ସକାଳ ୫ଟାରେ ଦ୍ବାରଫିଟା ନୀତି ଅନୁଷ୍ଠିତ ହେବ। ସାଢ଼େ ୫ଟାରେ ଭିତରଶୋଧ ଓ ୬ଟାରେ ମଙ୍ଗଳଆଳତି ନୀତି ସଂପନ୍ନ ହେବ।

ଅବକାଶ ପୂଜା ଶେଷ ପରେ ସାଢ଼େ ୭ଟାରୁ ସାଢ଼େ ୮ଟା ସାହାଣମେଲା ଦର୍ଶନ ହେବ। ସକାଳ ୯ଟାରେ ରୋଷହୋମ ସହ ଅନ୍ୟାନ୍ୟ ନୀତି ବଢ଼ିବ। ପୂର୍ବାହ୍ଣ ୧୦ଟାରେ ଗୋପାଳବଲ୍ଲଭ, ପୂର୍ବାହ୍ଣ ସାଢ଼େ ୧୦ରୁ ମଧ୍ୟାହ୍ନ ୧୨ଟା ମଧ୍ୟରେ ସକାଳଧୂପ, ମଧ୍ୟାହ୍ନ ସାଢ଼େ ୧୨ଟାରୁ ସାଢ଼େ ଗୋଟାଏ ପ୍ରଥମ ଭୋଗମଣ୍ଡପ, ଅପରାହ୍ଣ ୪ଟାରୁ ସାଢ଼େ ୫ଟା ମଧ୍ୟାହ୍ନ ଧୂପ, ସନ୍ଧ୍ୟା ୫ରୁ ସାଢ଼େ ୬ଟା ଭିତରେ ଦ୍ୱିତୀୟ ଭୋଗମଣ୍ଡପ ନୀତି ଶେଷ ହେବ। ପରେ ବନକଲାଗି ନୀତି ଅନୁଷ୍ଠିତ ହେବ। ଜୁଲାଇ ୧ରେ ରେ ହେରାପଞ୍ଚମୀ ନୀତି, ୨ ତାରିଖରେ ରଥ ଦକ୍ଷିଣ‌ମୋଡ଼, ୪ ତାରିଖରେ ସନ୍ଧ୍ୟା ଦର୍ଶନ, ୫ ତାରିଖରେ ବାହୁଡ଼ାଯାତ୍ରା, ୬ ତାରିଖରେ ସୁନାବେଶ, ୭ ତାରିଖରେ ଅଧର ଓ ଗରୁଡ଼ ଶୟନ ନୀତି ଏବଂ ୮ ତାରିଖରେ ନୀଳାଦ୍ରି ବିଜେ ନୀତି ଅନୁଷ୍ଠିତ ହେବ।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+