ଦେବୀ ସୁଭଦ୍ରାଙ୍କ ପରେ କାଳିଆ ସାଆନ୍ତଙ୍କ ଧାଡ଼ି ପହଣ୍ଡି: ଘଣ୍ଟ ନାଦ, ହରିବୋଲରେ ପ୍ରକମ୍ପିତ ଶରଧାବାଲି
ଚାଲିଛି ମହାପ୍ରଭୁ ଜଗନ୍ନାଥଙ୍କ ପହଣ୍ଡି । ଦେବୀ ସୁଭଦ୍ରାଙ୍କ ପରେ କାଳିଆ ସାଆନ୍ତଙ୍କ ଧାଡ଼ି ପହଣ୍ଡି । ଘଣ୍ଟ ନାଦ, ହରିବୋଲରେ ପ୍ରକମ୍ପିତ ଶରଧାବାଲି ।

ଥମେ ଚକ୍ରରାଜ ସୁଦର୍ଶନ ପହଣ୍ଡିରେ ଆସି ରଥରେ ବିରାଜମାନ ହୋଇଥିବାବେଳେ ପରେ ବଡ଼ଠାକୁର ବଳଭଦ୍ର ଏବଂ ପରେ ଭଉଣୀ ସୁଭଦ୍ରାଙ୍କର ପହଣ୍ଡି ସରିଛି। ଏବେ ଆରମ୍ଭ ହୋଇଛି ମହାବାହୁଙ୍କ ପହଣ୍ଡି। ଧାଡ଼ିପହଣ୍ଡିରେ ଆସୁଛନ୍ତି ମହାପ୍ରଭୁ। ଏହି ଅପରୂପ ଦୃଶ୍ୟ ଦେଖିବା ପାଇଁ ଶରଧାବାଲିରେ ପ୍ରବଳ ଭକ୍ତଙ୍କ ଗହଳି ଲାଗିଛି।
ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ହୋଇଥିବା ନୀତି ନିର୍ଘଣ୍ଟ ଅନୁଯାୟୀ, ଶନିବାର ଭୋର ୪ଟାରେ ମଙ୍ଗଳ ଆଳତି, ୪ଟା ୧୫ରେ ମଇଲମ, ୪ଟା ୩୦ରେ ତଡ଼ପଲାଗି ଓ ରୋଷହୋମ, ୫ଟାରେ ଅବକାଶ, ୫ଟା ୧୫ରେ ସୂର୍ଯ୍ୟପୂଜା, ୫ଟା ୩୦ରେ ଦ୍ୱାରପାଳ ପୂଜା ଓ ବେଶ ଶେଷ ହୋଇଛି । ସେହିପରି ଗୋପାଳବଲ୍ଲଭ ଓ ସକାଳ ଧୂପ ୫ଟା ୪୫ରୁ ୬ଟା ୪୫, ସେନାପଟାଲାଗି ୭ଟାରୁ ହୋଇ ପହଣ୍ଡି ଆରମ୍ଭ ହୋଇଛି। ମଙ୍ଗଳାର୍ପଣ ୧୧ଟା ୪୫, ପରେ ଡୋରଲାଗି ହୋଇ ୨ଟା ୩୦ରେ ଶେଷ ହେବ ।
ଅପରାହ୍ନ ୨ଟା ୩୦ରୁ ୩ଟା ୩୦ ପର୍ଯ୍ୟନ୍ତ ଛେରାପହଁରା, ଅପରାହ୍ନ ୩ଟାରୁ ୪ଟା ଭିତରେ ଚାରମାଳ ଫିଟା ସହ ଘୋଡ଼ା ଲାଗିବ । ଅପରାହ୍ନ ୪ଟାରୁ ରଥଟଣା ଆରମ୍ଭ ହେବ । ରଥଟଣା ସରିବା ପରେ ରଥ ଉପରେ ଅନ୍ୟାନ୍ୟ ନୀତି ହେବ ବୋଲି ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ସୂଚନା ଦିଆଯାଇଛି । ତେବେ ପ୍ରଶାସନ ଦ୍ୱାରା ନିର୍ଦ୍ଧାରିତ ନୀତି ନିର୍ଘଣ୍ଟର ଯଥେଷ୍ଟ ପୂର୍ବରୁ ମହାପ୍ରଭୁଙ୍କ ନୀତି ଆରମ୍ଭ ହୋଇଛି ବୋଲି ସେବାୟତମାନଙ୍କ ପକ୍ଷରୁ କୁହାଯାଇଛି । ଭିଡ଼ ନିୟନ୍ତ୍ରଣ ପାଇଁ ସ୍ବତନ୍ତ୍ର ଟ୍ରାଫିକ ବ୍ୟବସ୍ଥା କରାଯାଇଛି । ୨୦୫ ପ୍ଲାଟୁନ ପୋଲିସ ଫୋର୍ସ ମୁତୟନ ରହିବେ । ଆମ୍ବୁଲାନ୍ସ ଯିବା ପାଇଁ ଗ୍ରୀନ୍ କରିଡର ହେବ । ଭକ୍ତଙ୍କ ଉପରେ ପାଣି ସିଞ୍ଚନ କରାଯିବ। ପ୍ରଶାସନ ପକ୍ଷରୁ ସମସ୍ତ ପ୍ରକାର ବ୍ୟବସ୍ଥା କରାଯାଇଛି ।
-
ଟି୨୦ ବିଶ୍ୱକପରେ ଇତିହାସ ରଚିଲା ଭାରତ , ଗମ୍ଭୀରଙ୍କ ପାଇଁ ଇନଷ୍ଟା ପୋଷ୍ଟ୍ କଲେ ଧୋନୀ -
ଘରୋଇ ମାଟିରେ ଭାରତର ବଡ଼ ବିଜୟ, ଖୁସିରେ ଝୁମିଲେ ବିରାଟ -
ଭେନେଜୁଏଲାରୁ ୧୦୦ ନିୟୁତ ଡଲାର ମୂଲ୍ୟର ସୁନା ପାଇଛି ଆମେରିକାର ; ଗୃହ ସଚିବ -
ସାବଧାନ! ହାଡ଼କୁ ଦୁର୍ବଳ କରୁଛି ଏହି ସବୁ ଜିନିଷ -
ପାକିସ୍ତାନରେ ବଡ଼ ବିପର୍ଯ୍ୟୟ: ସ୍କୁଲ ଦୁଇ ସପ୍ତାହ ପାଇଁ ବନ୍ଦ, ଦରମା ୨୫% ହ୍ରାସ -
ଇରାନ ସହିତ ରୁଷ ଦୃଢ଼ ଭାବରେ ଛିଡା ହେବ; ରାଷ୍ଟ୍ରପତି ଭ୍ଲାଦିମିର ପୁଟିନ -
ଅନ୍ତର୍ଜାତୀୟ ମହିଳା ଦିବସରେ ଆର୍ଟସ୍ ଅଫ୍ ଉଇଭିଂର ପ୍ରଥମ ସ୍ଥାପନା ଦିବସ ପାଳିତ -
ଆସିଲା ଗ୍ରୀଷ୍ମ ଋତୁ, ଏହି ସବୁ ସମସ୍ୟା ଥିଲେ ଭୁଲରେ ବି ଖାଆନ୍ତୁ ନାହିଁ ତରଭୁଜ -
UAE ରାଷ୍ଟ୍ରଦୂତଙ୍କ ବଡ ବୟାନ ; କହିଲେ ପ୍ରଧାନମନ୍ତ୍ରୀ ଗୋଟାଏ ଫୋନ୍ କଲ ଯୁଦ୍ଧରେ ଲଗାଇ ପାରିବ ବ୍ରେକ -
ମାର୍ଚ୍ଚ ୨୮ରୁ ଆଇପିଏଲ ଆରମ୍ଭ -
କେଜରିୱାଲଙ୍କ ସହ ଅନ୍ୟ ୨୩ ଜଣଙ୍କୁ ନୋଟିସ୍ ଜାରି କଲେ ହାଇକୋର୍ଟ -
ଭାରତରେ ମହିଳା କଣ୍ଠଶିଳ୍ପୀଙ୍କ ଗୀତ ଖୁବ୍ କମ୍ ଦେଖିବାକୁ ମିଳିଥାଏ ,ଜାଣନ୍ତୁ କାହିଁକି ଏମିତି କହିଲେ ଲୋକପ୍ରିୟ କଣ୍ଠଶିଳ୍ପୀ ଶ୍ର











Click it and Unblock the Notifications