Rath Yatra 2025: ରଥଯାତ୍ରା ପାଇଁ ଉତ୍ତରାଛକରୁ ପୁରୀ ଲାଗିବ ସିସି କ୍ୟାମେରା

ଜୁନ ୨୭ରେ ପୁରୀରେ ବିଶ୍ୱପ୍ରସିଦ୍ଧ ରଥଯାତ୍ରା ଅନୁଷ୍ଠିତ ହେବ। ରଥଯାତ୍ରାକୁ ଶୃଙ୍ଖଳିତ ତଥା ବ୍ୟବସ୍ଥିତ ଭାବେ ଆୟୋଜନ କରିବା ପାଇଁ ରାଜ୍ୟ ପୋଲିସ ପକ୍ଷରୁ ଏବେଠାରୁ ପ୍ରସ୍ତୁତି ଆରମ୍ଭ ହୋଇଛି।

ଶୁକ୍ରବାର ଭୁବନେଶ୍ୱରସ୍ଥିତ ଡିଜିପି କ୍ୟାମ୍ପ ଅଫିସରେ ଏସଂକ୍ରାନ୍ତରେ ପ୍ରଥମ ପ୍ରସ୍ତୁତି ବୈଠକ ଅନୁଷ୍ଠିତ ହୋଇଥିଲା। ପୋଲିସ ଡିଜି ଯୋଗେଶ ବାହାଦୁର ଖୁରାନିଆଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଏହି ବୈଠକରେ ରଥଯାତ୍ରା ଆୟୋଜନକୁ ନେଇ ବିଭିନ୍ନ ଗୁରୁତ୍ୱପୂର୍ଣ୍ଣ ବିଷୟରେ ଆଲୋଚନା ହୋଇଥିଲା। ରଥଯାତ୍ରାରେ ସମ୍ଭାବ୍ୟ ଭିଡ଼ ନିୟନ୍ତ୍ରଣ ଓ ଗତ ବର୍ଷ ହୋଇଥିବା ବିଭିନ୍ନ ସମସ୍ୟାକୁ ଦୃଷ୍ଟିରେ ରଖି ଏବେଠାରୁ ବ୍ୟାପକ ପ୍ରସ୍ତୁତି ଆରମ୍ଭ କରିବା ପାଇଁ ଡିଜିପି ଖୁରାନିଆ ବରିଷ୍ଠ ପୋଲିସ ଅଧିକାରୀଙ୍କୁ ନିର୍ଦ୍ଦେଶ ଦେଇଥିଲେ। ଏହାପରେ ବିଭିନ୍ନ ପ୍ରସଙ୍ଗରେ ବୈଠକରେ ବିସ୍ତୃତ ଆଲୋଚନା ହୋଇଥିଲା।

Rath Yatra 2025

ଭୁବନେଶ୍ୱର ଉତ୍ତରା ଛକଠାରୁ ପୁରୀ ଯାଏ ସିସିଟିଭି ଲଗାଇବା, ଟ୍ରାଫିକ ସମସ୍ୟାର ସୁପରିଚାଳନା, ଦଳାଚକଟା ଭଳି ପରିସ୍ଥିତିକୁ ଏଡାଇବା ପାଇଁ ସ୍ବତନ୍ତ୍ର ବ୍ୟବସ୍ଥା, ଗାଡି ପାର୍କିଂ, ଅତି ବିଶିଷ୍ଟ ବ୍ୟକ୍ତି ବିଶେଷଙ୍କ ପାଇଁ ସ୍ବତନ୍ତ୍ର ହେଲିପ୍ୟାଡ୍‌, ପୋଲିସ ଫୋର୍ସଙ୍କ ରହଣୀ ପାଇଁ ସ୍ବତନ୍ତ୍ର ସୁବିଧା, ଶୃଙ୍ଖଳିତ ରଥଟଣା, ବ୍ୟାରିକେଡ଼ ବ୍ୟବସ୍ଥା, ଜିଲା ପ୍ରଶାସନ ସହ ମିଶି ବିଭିନ୍ନ ଅସୁବିଧାର ସମାଧାନ ଏବଂ ଭକ୍ତଙ୍କ ଶୃଙ୍ଖଳିତ ଦର୍ଶନ ପାଇଁ ସ୍ବତନ୍ତ୍ର ସୁବିଧା ଆଦି ସମ୍ପର୍କରେ ଡିଜିପି ଆଲୋଚନା କରିଥିଲେ।

ଏହି ବୈଠକରେ କ୍ରାଇମବ୍ରାଞ୍ଚ ଏଡିଜି ବିନୟତୋଷ ମିଶ୍ର, ଏସସିଆରବି ନିର୍ଦ୍ଦେଶକ ସନ୍ତୋଷ ବାଲା, ଆଧୁନିକୀକରଣ ଏଡିଜି ସୌମେନ୍ଦ୍ର ପ୍ରିୟଦର୍ଶୀ, ଆଇନ ଶୃଙ୍ଖଲା ଏଡିଜି ସଞ୍ଜୟ କୁମାର, ମୁଖ୍ୟାଳୟ ଏଡିଜି ଦୟାଲ ଗଙ୍ଗୱାର, ଏସଏପି ଏଡିଜି ରାଜେଶ କୁମାର, ଟ୍ରେନିଂ ଆଇଜି ଅନୁପ କୁମାର ସାହୁ, ଅପରେସନ୍‌ ଡିଆଇଜି ଅଖିଳେଶ୍ୱର ସିଂ, କେନ୍ଦ୍ରାଞ୍ଚଳ ଡିଆଇଜି ଚରଣ ସିଂ ମିନା, ଏସ୍‌ଆଇଡବ୍ଲ୍ୟୁ ଡିଆଇଜି କନୱର ବିଶାଲ ସିଂ, ଭୁବନେଶ୍ୱର ଡିସିପି ପିନାକ ମିଶ୍ର, ମୁଖ୍ୟାଳୟ ଏଆଇଜି ଯୁଗଳ କିଶୋର କୁମାର ବିନୋଥ, ମୁଖ୍ୟାଳୟ ଏଆଇଜି ବିବେକାନନ୍ଦ ଶର୍ମା ଏବଂ ପୁରୀ ଏସପି ଭିନିତ ଅଗ୍ରୱାଲ ପ୍ରମୁଖ ଉପସ୍ଥିତ ଥିଲେ।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+