Rath Yatra 2025: କାଲି ଜନ୍ମବେଦୀରେ ଦର୍ଶନ ଦେବେ ଦାରୁବ୍ରହ୍ମ
କାଲି ଜନ୍ମବେଦୀରେ ଦର୍ଶନ ଦେବେ ଦାରୁବ୍ରହ୍ମ । ଆଡପ ମଣ୍ଡପରେ ରହି ଭକ୍ତଙ୍କୁ ଦର୍ଶନ ଦେବେ ମହାପ୍ରଭୁ । ହଜାର ହଜାର ଭକ୍ତ ଭଗବାନଙ୍କ ଦର୍ଶନ ପାଇବା ପାଇଁ ଶ୍ରୀଗୁଣ୍ଡିଚା ମନ୍ଦିରରେ ଖୋଲିବ ।
ଶ୍ରୀଗୁଣ୍ଡିଚା ମନ୍ଦିରରେ ଆଡ଼ପ ଅବଢ଼ା ପାଇବାରୁ ଲକ୍ଷାଧିକ ଭକ୍ତ ଉତ୍କଣ୍ଠାର ସହ ଚାହିଁ ରହିଛନ୍ତି । ଭକ୍ତମାନେ ଶୃଙ୍ଖଳିତ ଭାବେ ଗୁଣ୍ଡିଚା ମନ୍ଦିରକୁ ପ୍ରବେଶ କରି ଆଡ଼ପ ମଣ୍ଡପରେ ମହାପ୍ରଭୁଙ୍କୁ ଦର୍ଶନ କରିବେ ।

ମହାପ୍ରଭୁଙ୍କୁ ଆଡ଼ପ ମଣ୍ଡପରେ ଦର୍ଶନ ପାଇ ଭକ୍ତ ଭାବ ବିହ୍ଵଳିତ ହୋଇଛନ୍ତି । କାରଣ ଆଡ଼ପ ମଣ୍ଡପରେ ମହାପ୍ରଭୁଙ୍କୁ ଦର୍ଶନ ପାଇଁ ଭକ୍ତଙ୍କୁ ୧ ବର୍ଷ ଅପେକ୍ଷା କରିବାକୁ ପଡ଼ିଥାଏ ।
ଶ୍ରୀମନ୍ଦିରର ରତ୍ନ ସିଂହାସନରେ ମହାପ୍ରଭୁଙ୍କୁ 10 ବର୍ଷ ଦର୍ଶନ କରିବା ଯାହା ଆଡ଼ପ ମଣ୍ଡପରେ ମହାପ୍ରଭୁଙ୍କୁ ମାତ୍ର ଥରେ ଦର୍ଶନ କଲେ ସୁଫଳ ମିଳିଥାଏ ବୋଲି ଶାସ୍ତ୍ରରେ ଉଲ୍ଲେଖ ରହିଛି ।












Click it and Unblock the Notifications