ଆଜିଠୁ ମହାପ୍ରଭୁଙ୍କ ୨୧ ଦିନ ଭିତର ଚନ୍ଦନ ଯାତ୍ରା; ଏକାଦଶୀରେ ପ୍ରଥମ ଜଳକ୍ରୀଡ଼ା
ମହାପ୍ରଭୁଙ୍କ ବାହାର ଚନ୍ଦନ ଯାତ୍ରା ଶେଷ ହେବା ପରେ ଆଜିଠୁ ଭିତର ଚନ୍ଦନ ଯାତ୍ରା ଆରମ୍ଭ ହେବ । ୨୧ଦିନ ଧରି ମହାପ୍ରଭୁଙ୍କୁ ଚନ୍ଦନ ଓ ଆଲଟ ଲାଗି କରାଯିବ ।
ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ଯାତଭୋଗ ସରିବା ପରେ ଭିତର ଚନ୍ଦନ ଯାତ୍ରା ନୀତି ଆରମ୍ଭ ହେବ । ଜ୍ୟେଷ୍ଠ କୃଷ୍ଣ ଏକାଦଶୀ, ସାବିତ୍ରୀ ଅମାବାସ୍ୟା, ଶୀତଳ ଷଷ୍ଠୀ ଓ ରୁକ୍କିଣୀ ହରଣ ଏକାଦଶରେ ଶ୍ରୀମନ୍ଦିର ଭିତରରେ ଠାକୁରଙ୍କ ଜଳକ୍ରୀଡା ନୀତି ଅନୁଷ୍ଠିତ ହୋଇଥାଏ । ବୈଶାଖ ଶୁକ୍ଳ ତୃତୀୟା ବା ଅକ୍ଷୟ ତୃତୀୟାରୁ ଜ୍ୟେଷ୍ଠ ଶୁକ୍ଳ ଚତୁର୍ଦ୍ଦଶୀ ଅର୍ଥାତ ସ୍ନାନପୂର୍ଣ୍ଣିମା ପୂର୍ବଦିନ ପର୍ଯ୍ୟନ୍ତ ମୋଟ ୪୨ଦିନ ଧରି ଚନ୍ଦନଯାତ୍ରା ଅନୁଷ୍ଠିତ ହୋଇଥାଏ ।

ବୁଧବାରଠାରୁ ବଡ଼ଦେଉଳରେ ଆରମ୍ଭ ହେବ ମହାପ୍ରଭୁଙ୍କ ୨୧ଦିନିଆ ଭିତର ଚନ୍ଦନ ଯାତ୍ରା । ଶୁକ୍ରବାର ଜ୍ୟେଷ୍ଠ କୃଷ୍ଣ ଏକାଦଶୀରେ ଅନୁଷ୍ଠିତ ହେବ ପ୍ରଥମ ଜଳକ୍ରୀଡ଼ା ଉତ୍ସବ । ମଦନମୋହନ ଓ ଶ୍ରୀଦେବୀ ଆଜ୍ଞାମାଳ ପାଇ ରୋହିଣୀ କୁଣ୍ଡ ନିକଟସ୍ଥ ଜଳକ୍ରୀଡ଼ା ମଣ୍ଡପକୁ ବିଜେ ହେବେ । ଶ୍ରୀମନ୍ଦିରସ୍ଥ ଜଳକ୍ରୀଡ଼ା ମଣ୍ଡପରେ ଠାକୁରେ 'ଜଳକ୍ରୀଡ଼ା' କରିବେ । ସୁବାସିତ ପୁଷ୍ପ, କର୍ପୂର, ଚନ୍ଦନ ଇତ୍ୟାଦି ସୁଗନ୍ଧିତ ଦ୍ରବ୍ୟଯୁକ୍ତ ପାଣିରେ ଠାକୁରେ ଅଧିଷ୍ଠିତ ହେବେ ।
ପୂଜାପଣ୍ଡା ସାଆନ୍ତ ପଞ୍ଚୋପଚାରରେ ଶୀତଳ ଭୋଗ ପରେ ଠାକୁରଙ୍କ ବେଶ ଅନୁଷ୍ଠିତ ହେବ। ମୁଦିରସ୍ତ ପ୍ରସାଦ ଲାଗି କରିବେ । ଚନ୍ଦନ ପାଣି ପିଚକାରୀ ନୀତି ବଢ଼ିବ । ଏହି ଅବସରରେ ଠାକୁରଙ୍କ ଆଲଟ ଲାଗି ଓ ଚନ୍ଦନ ଲାଗି ନୀତି ହେବ। ଏଥିସହ ୨୭ ତାରିଖ ମଙ୍ଗଳବାର ସାବିତ୍ରୀ ଅମାବାସ୍ୟା, ଜୁନ୍ ୧ ତାରିଖ ରବିବାର ଶୀତଳ ଷଷ୍ଠୀ ଓ ୬ ତାରିଖ ଶୁକ୍ରବାର ରୁକ୍ମିଣୀ ହରଣ ଏକାଦଶୀ ତିଥିରେ ଜଳକ୍ରୀଡ଼ା ନୀତି ସମ୍ପନ୍ନ ହେବ।
ଜ୍ୟେଷ୍ଠ କୃଷ୍ଣ ଏକାଦଶୀ, ସାବିତ୍ରୀ ଅମାବାସ୍ୟା, ଶୀତଳ ଷଷ୍ଠୀ ଓ ରୁକ୍ମିଣୀ ହରଣ ଏକାଦଶୀରେ ଶ୍ରୀମନ୍ଦିର ଭିତରେ ଥିବା ଜଳକ୍ରୀଡ଼ା ମଣ୍ଡପରେ ଠାକୁରଙ୍କ ଜଳକ୍ରୀଡ଼ା ନୀତି ଅନୁଷ୍ଠିତ ହେବ। ବୈଶାଖ ଶୁକ୍ଳ ତୃତୀୟା ବା ଅକ୍ଷୟ ତୃତୀୟାରୁ ଜ୍ୟେଷ୍ଠ ଶୁକ୍ଳ ଚତୁର୍ଦ୍ଦଶୀ ଅର୍ଥାତ ସ୍ନାନପୂର୍ଣ୍ଣିମା ପୂର୍ବଦିନ ପର୍ଯ୍ୟନ୍ତ ମୋଟ ୪୨ ଦିନ ଧରି ଚନ୍ଦନଯାତ୍ରା ଅନୁଷ୍ଠିତ ହୋଇଥାଏ । ପ୍ରଥମ ୨୧ ଦିନ ମହାପ୍ରଭୁଙ୍କ ଚଳନ୍ତି ପ୍ରତିମା ଓ ପଞ୍ଚପାଣ୍ଡଵ ନରେନ୍ଦ୍ର ପୁଷ୍କରିଣୀରେ ଜଳକ୍ରୀଡା କରିବା ପରେ ପରବର୍ତ୍ତୀ ୨୧ ଦିନ ଜ୍ୟେଷ୍ଠ ଶୁକ୍ଳ ଚତୁର୍ଦ୍ଦଶୀ ପର୍ଯ୍ୟନ୍ତ ଶ୍ରୀମନ୍ଦିରରେ ଭିତର ଚନ୍ଦନ ଯାତ୍ରା ଅନୁଷ୍ଠିତ ହୋଇଥାଏ।












Click it and Unblock the Notifications