କୌଣସି ସେବକ ମୋବାଇଲ ବ୍ୟବହାର କରିପାରିବେ ନାହିଁ; ନିର୍ଦ୍ଧାରିତ ସମୟ ଅନୁସାରେ ରଥଟଣା ଉପରେ ମୋହର
ଶୃଙ୍ଖଳିତ ରଥଯାତ୍ରା ନେଇ ବୈଠକ ପରେ ମୁଖ୍ୟ ପ୍ରଶାସକଙ୍କ ସୂଚନା। ନିର୍ଦ୍ଧାରିତ ସମୟ ଅନୁସାରେ ରଥଟଣା ଉପରେ ମୋହର ଲାଗିଛି। କୌଣସି ସେବକ ମୋବାଇଲ ବ୍ୟବହାର କରିପାରିବେ ନାହିଁ । ରଥ ଟଣା ବେଳେ ଅଣସେବକ ରଥ ଉପରକୁ ଯାଇ ପାରିବେ ନାହିଁ । ଏପରିକି ସେବକଙ୍କ ସହାୟକ ମଧ୍ୟ ବସି ପାରିବେ ନାହିଁ । ଯଦି ଅଣସେବକ ଚଢ଼ିବେ ତାହେଲେ ମୋକଦ୍ଦମା କରାଯିବ।

ଏସଆଇକୁ ଶ୍ରୀମନ୍ଦିର ପ୍ରଶାସନର ଚିଠି । ରତ୍ନଭଣ୍ଡାର ସଂରକ୍ଷଣ କାର୍ଯ୍ୟ ଶୀଘ୍ର ସାରିବା ପାଇଁ ଏଏସଆଇକୁ ଚିଠି ଲେଖିଛନ୍ତି ଶ୍ରୀମନ୍ଦିର ପ୍ରଶାସକ ଡକ୍ଟର ଅରବିନ୍ଦ କୁମାର ପାଢ଼ୀ । ରଥଯାତ୍ରା ସମୟରେ ଜୁନ୍ ୨୮ ରୁ ଜୁଲାଇ ୬ ମଧ୍ୟରେ ବାକି ଥିବା ରତ୍ନଭଣ୍ଡାର କାମ ତ୍ୱରାନ୍ବିତ କରି ଶୀଘ୍ର ଶେଷ କରିବା ପାଇଁ ଚିଠିରେ ଉଲ୍ଲେଖ କରିଛନ୍ତି ମୁଖ୍ୟ ପ୍ରଶାସକ ।
ରତ୍ନଭଣ୍ଡାରର ଗୁରୁତ୍ବ ଦୃଷ୍ଟିରେ ଅଗ୍ରାଧିକାର ଭିତ୍ତିରେ କାମ ଶେଷ କରିବାକୁ କୁହାଯାଇଛି । ଶ୍ରୀମନ୍ଦିରର ଦୀର୍ଘମିଆଦି ସଂରକ୍ଷଣ ତଥା ସ୍ଥାପତ୍ୟ ସୁରକ୍ଷା ଉପରେ ମଧ୍ୟ ଗୁରୁତ୍ୱ ଦିଆଯାଇଛି । ସେହିପରି ରଥଯାତ୍ରା ସମୟରେ କରାଯାଉଥିବା ଗର୍ଭଗୃହ ତଥା ଅନ୍ୟ ଗୁରୁତ୍ୱପୂର୍ଣ୍ଣ ସଂରକ୍ଷଣ କାର୍ଯ୍ୟର ତଦାରଖ ଏଏସଆଇ ଉପ-ମହାନିର୍ଦ୍ଦେଶକ କିମ୍ବା ନିର୍ଦ୍ଦେଶକ ପଦବୀର ଅଧିକାରୀଙ୍କ ଦ୍ୱାରା କରାଯିବାକୁ ମୁଖ୍ୟ ପ୍ରଶାସକ ଜଣାଇଛନ୍ତି ।
ଏପଟେ ରଥଯାତ୍ରାକୁ କିଭଳି ଶୃଙ୍ଖଳିତ ଭାବେ ଶେଷ କରାଯିବ ଶ୍ରୀମନ୍ଦିର କାର୍ଯ୍ୟାଳୟରେ ରଥଯାତ୍ରା ପରିଚାଳନା ନେଇ ବୈଠକ ବସିଛି । ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ, ଦଇତାପତି, ସମସ୍ତ ବାଡ଼ଗ୍ରାହୀ ଓ ନିଯୋଗର ସଦସ୍ୟ ବୈଠକରେ ଉପସ୍ଥିତ ଅଛନ୍ତି ।
-
IPS ସୌମେନ୍ଦ୍ର ପ୍ରିୟଦର୍ଶୀଙ୍କୁ ରଥଯାତ୍ରା ଦାୟିତ୍ୱ -
ଉପଭୋକ୍ତାମାନଙ୍କ ପାଇଁ ହେଲ୍ପଲାଇନ୍ ନମ୍ୱର ଜାରି କଲେ ଗ୍ୟାସ୍ କମ୍ପାନୀ -
ପୁଣି ଖସିଲା ସୁନା-ରୂପା ରେଟ୍ -
ନିର୍ବାଚନକୁ ନେଇ ମୁହଁ ଖୋଲିଲେ ନବୀନ: କହିଲେ ଭାଜପା..... -
ଇରାନ ଉପରେ ଟ୍ରମ୍ପଙ୍କ ବଡ଼ ଦାବି, କହିଦେଲେ କିଛି ଏମିତି....... -
'ଭାରତର DNAରେ ବିଜୟ ରହିଛି, ପାକିସ୍ତାନ ଉପରେ ରାଗି ଗଲେ ପୂର୍ବତନ ଖେଳାଳି -
ନେପାଳ ଯାଇଥିଲେ ବୁଲିବା ପାଇଁ ଭୟଙ୍କର ଦୁର୍ଘଟଣା ଗଲା ୭ ଭାରତୀୟଙ୍କ ଜୀବନ -
୨ ବିଜେଡି ବିଧାୟକଙ୍କୁ କାରଣ ଦର୍ଶାଅ ନୋଟିସ୍, ରାତି ୯ଟା ଭିତରେ ନବୀନ ନିବାସକୁ ରିପୋର୍ଟ ନିର୍ଦ୍ଦେଶ -
୧ ଏପ୍ରିଲରୁ ଆୟକର ନିୟମରେ ହେବ ବଡ଼ ପରିବର୍ତ୍ତନ, ଆୟକର ବିଭାଗ ଆପଣଙ୍କର ସୋସିଆଲ ମିଡିଆ..... -
ଜାତୀୟ ରାଜପଥରେ ଯାତ୍ରା କରିବା ହେଲେ ମହଙ୍ଗା, ବାର୍ଷିକ FASTag ଟୋଲ୍ ପାସ୍ ଫି ହୋଲା ବୃଦ୍ଧି କଲେ ସରକାର -
ରାଜ୍ୟସଭା ନିର୍ବାଚନ ପାଇଁ ଏଜେଣ୍ଟ ଘୋଷଣା କଲେ ୩ ଦଳ , ଜାଣନ୍ତୁ କାହାର କିଏ ? -
ହର୍ମୁଜ ପ୍ରଣାଳୀ ଅତିକ୍ରମ କଲା ୨ ଏଲପିଜି ଗଚ୍ଛିତ ଭାରତୀୟ ଜାହାଜ












Click it and Unblock the Notifications