Rath Yatra 2025: ତିନି ରଥର ରହସ୍ୟ

Rath Yatra 2025: ଆଜି ବିଶ୍ୱ ପ୍ରସିଦ୍ଧ ରଥ ଯାତ୍ରା । ଶ୍ରୀଜଗନ୍ନାଥଙ୍କ ରଥଯାତ୍ରାର ଅନେକ ନାଁ ରହିଛି । ଘୋଷଯାତ୍ରା, ଶ୍ରୀଗୁଣ୍ଡିଚା ଯାତ୍ରା ମଧ୍ୟ କୁହାଯାଏ । ଆଜି ଭାଇଭଉଣୀଙ୍କ ସହ ଜନ୍ମବେଦୀକୁ ଯିବେ ମହାପ୍ରଭୁ । ଶ୍ରୀଜିଓଙ୍କ ଦର୍ଶନ ପାଇଁ ପୁରୀ ବଡ଼ ଦାଣ୍ତ ଲୋକାରଣ୍ୟ । ଏଥର ଦୁଇ ଦିନ ରଥ ଟାଣିବାର ସୌଭାଗ୍ୟ ପାଇବେ ଶ୍ରଦ୍ଧାଳୁ । ୫୩ ବର୍ଷ ପରେ ବିରଳ ସଂଯୋଗ ପଡ଼ିଛି । ତେବେ ଚାଲନ୍ତୁ ଜାଣିବା ତିନି ରଥ ବିଷୟରେ କିଛି ଖାସ୍ ।

ନନ୍ଦିଘୋଷ ରଥ

ଜଗନ୍ନାଥଙ୍କ ରଥର ନାଁ 'ନନ୍ଦିଘୋଷ' ବା 'ଗରୁଡ଼ଧ୍ଵଜ' ବା 'କପିଳଧ୍ଵଜ । ଏହି ରଥରେ ଜଗନ୍ନାଥଙ୍କ ସହ ମଦନମୋହନ ମଧ୍ୟ ରଥରେ ବିଜେ କରନ୍ତି । ମୋଟ ୭୪୨ଖଣ୍ଡ କାଠରେ ନିର୍ମିତ ଏହି ରଥର ଉଚ୍ଚତା ୪୫ଫୁଟ ୬ ଇଞ୍ଚ । ଏହି ନନ୍ଦିଘୋଷ ରଥରେ ୧୬ ଟି ଚକ ଯଥା ବିଷ୍ଣୁସିଦ୍ଧ, ବିଭୂତି, ଅଣିମା, ପ୍ରଜ୍ଞା, ଧୀ, ଜ୍ଞାନ, ପ୍ରେମ, ଆଶକ୍ତ, ରତି, କେଳି, ସତ୍ୟ, ସୁଷ୍ଵସ୍ତି, ଜାଗୃତି, ତୁରୀୟ, ଆମ, ନିର୍ବାଣ ସଂଯୁକ୍ତ ହୋଇଥାଏ ।

ନନ୍ଦିଘୋଷ ଚକର ଉଚ୍ଚତା ୬ ଫୁଟ । ପରମ୍ପରା ଅନୁସାରେ ଧଳାରଙ୍ଗର ଚାରୋଟି ଘୋଡ଼ା ଶଙ୍ଖ, ବଳାହକ, ଶ୍ଵେତ ଓ ହରିଦ୍ଵାଶ) ସ୍ଥାପନ କରାଯାଏ । ଏହାର ପତାକା ଗରୁଡ଼ ଚିହ୍ନାଙ୍କିତ । ନାଲି ଓ ହଳଦିଆ ରଙ୍ଗର କପଡ଼ା ରେ ରଥାବରଣ କରାଯାଏ । ନନ୍ଦିଘୋଷରେ ହରିହର, ପଣ୍ଡୁ ନୃସିଂହ, ଗିରିଧର, ଷଡ଼ଭୁଜ ଚିନ୍ତାମଣି କୃଷ୍ଣ, ଚତୁର୍ଭୁଜ ନାରାୟଣ, ସପ୍ତଫେଣ ସର୍ପରେ ଆସୀନ ମଧୁସୂଦନ ବା ବିଷ୍ଣୁ, ଲକ୍ଷ୍ମଣ, ପଞ୍ଚମୁଖୀ ମହାବୀର ପାର୍ଶ୍ଵଦେବ/ଦେବୀ ଭାବେ ଅବସ୍ଥାନ କରିଥାନ୍ତି ।

The Secret of the Three Chariots

ତାଳଧ୍ଵଜ ରଥ

'ତାଳଧ୍ଵଜ' ବା 'ଲଙ୍ଗଳ ଧ୍ଵଜ' ରଥରେ ବଳଭଦ୍ରଙ୍କ ସହ ରାମକୃଷ୍ଣ ବିଜେ କରନ୍ତି। ମୋଟ ୭୩୧ଖଣ୍ଡ କାଠରେ ତିଆରି ଏହି ରଥର ଉଚ୍ଚତା ୪୫ଫୁଟ ଅଟେ । ଏହି ରଥରେ ୧୪ ଟି ଚକ ସଂଯୁକ୍ତ ହୋଇଥାଏ । ପ୍ରତ୍ୟେକ ଚକର ଉଚ୍ଚତା ୬ ଫୁଟ ୬ ଇଞ୍ଚ। ପରମ୍ପରା ମୁତାବକ କଳା ରଙ୍ଗର ଚାରୋଟି ଘୋଡ଼ା ଘୋଡ଼ା (ଶଙ୍ଖ, ସୁଚିତ୍ର, ଅଙ୍ଗଦ, ମେଘନାଦ) ସ୍ଥାପନ କରାଯାଏ ।

ଦର୍ପଦଳନ ରଥ

'ଦର୍ପଦଳନ' ବା 'ପଦ୍ମଧ୍ଵଜ' ବା 'ଦେବଦଳନ' ରଥରେ ସୁଭଦ୍ରାଙ୍କ ସହ ଶ୍ରୀସୁଦର୍ଶନ ବିଜେ କରନ୍ତି । ମୋଟ ୭୧୧ଖଣ୍ଡ କାଠରେ ତିଆରି ଏହି ରଥର ଉଚ୍ଚତା ୪୪ଫୁଟ ୬ ଇଞ୍ଚ ଅଟେ । ଏହି ରଥରେ ୧୨ ଟି ଚକ ସଂଯୁକ୍ତ ହୋଇଥାଏ । ପ୍ରତ୍ୟେକ ଚକର ଉଚ୍ଚତା ୬ ଫୁଟ ୮ ଇଞ୍ଚ । ପରମ୍ପରା ମୁତାବକ ନାଲି ଚାରୋଟି ଘୋଡ଼ା (ରୋଚିକା, ମୋଚିକା, ଜିତା, ଅପରାଜିତା) ସ୍ଥାପନ କରାଯାଏ । ନାଲି ଓ କଳା ରଙ୍ଗର କପଡ଼ା ରେ ରଥାବରଣ କରାଯାଏ ।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+