Rath Yatra 2025: ରଥଯାତ୍ରାକୁ ଆଉ କେଉଁ କେଉଁ ଯାତ୍ରା କୁହାଯାଏ ?

Rath Yatra 2024: ଧାଡ଼ି ପହଣ୍ଡିରେ ଆସି ରଥରେ ବିରାଜିଲେ ମହାବାହୁ । ପ୍ରଥମେ ଶ୍ରୀ ସୁଦର୍ଶନ, ପରେ ପରେ ତିନି ଠାକୁର ରଥରେ ବିରାଜିତ । ଘଣ୍ଟଘଣ୍ଟା, ମୃଦଙ୍ଗ, ହରିବୋଲ, ହୁଳହୁଳିରେ ପ୍ରକମ୍ପିତ ପରିବେଶ । ରଥାରୂଢ଼ ଶ୍ରୀଜିଉଙ୍କ ଦର୍ଶନ ପାଇଁ ବଡ଼ଦାଣ୍ଡରେ ଭକ୍ତଙ୍କ ଭିଡ଼ ।

Rath Yatra 2025

ରଥଯାତ୍ରାକୁ ଅନ୍ୟାନ୍ୟ ନାମରେ ମଧ୍ୟ କୁହାଯାଇଥାଏ । ଚାଲନ୍ତୁ ଜାଣିବା ସେଗୁଡ଼ିକ କଣ କଣ ?

ଘୋଷଯାତ୍ରା: ବିଶ୍ୱର ମଙ୍ଗଳ ଘୋଷଣା କରୁଥିବାରୁ ବା ନ‌ନ୍ଦିଘୋଷ ରଥରେ ବସି ଯାତ୍ରା କରୁଥିବାରୁ ଘୋଷଯାତ୍ରା ।
ଆଡ଼ପମଣ୍ଡପ ଯାତ୍ରା: ଗୁଣ୍ଡିଚା ମଣ୍ଡପରେ ଥିବା ଆଡ଼ପମଣ୍ଡପରେ ବିଜେ କରୁଥିବାରୁ ଆଡ଼ପମଣ୍ଡପ ଯାତ୍ରା ।
ଜନ୍ମ‌ବେଦୀ ବା ଅନ୍ତର୍ବେଦୀ ଯାତ୍ରା: ପ୍ରଭୁଙ୍କର ଜନ୍ମ ବେଦୀ ଆଡ଼ପମଣ୍ଡପଠାରେ ହୋଇଥିବାରୁ ଜନ୍ମ‌ବେଦୀ ବା ଅନ୍ତର୍ବେଦୀ ଯାତ୍ରା ।
ଦଶାବତାର ଯାତ୍ରା: ଗୁଣ୍ଡିଚା ଘରେ ଦଶ ଅବତାର ବେଶ ହେଉଥିବାରୁ ଦଶାବତାର ଯାତ୍ରା ।
ପତିତପାବନ ଯାତ୍ରା: ପତିତମାନଙ୍କୁ ଉଦ୍ଧାର କରିବାକୁ ଏହି ଯାତ୍ରା ହେଉଥିବାରୁ ପତିତପାବନ ଯାତ୍ରା ।
ନବଦିନାତ୍ମକ ଯାତ୍ରା: ଏହି ଯାତ୍ରା ଯିବା ଆସିବା ଓ ରହଣୀକୁ ମିଶେଇ ୯ ଦିନ ହେଉଥିବାରୁ ନବଦିନାତ୍ମକ ଯାତ୍ରା ।
ଗୁଣ୍ଡିଚା ଯାତ୍ରା: ଗୁଣ୍ଡିଚା ଘରକୁ ଯାତ୍ରା କରୁଥିବାରୁ ଏହା ଗୁଣ୍ଡିଚା ଯାତ୍ରା

ଆବେଗ ଭରା ଭକ୍ତପ୍ରାଣ...ଲୁହ ଛଳ ଛଳ ଆଖି...ଭାବର ଠାକୁର ଯେତେବେଳେ ବଡ଼ଦେଉଳ ଛାଡ଼ି ବଡ଼ଦାଣ୍ଡକୁ ଓହ୍ଲାଇ ଆସିବେ, ଭକ୍ତଟିଏ ତା'ର ଦୁଃଖ ଆଉ ସୁଖ ଜଣାଇବ ନିଜ ପ୍ରାଣପ୍ରିୟ ଠାକୁରଙ୍କୁ..ତେଣୁ ଆଜିଠୁ ଉଛୁଳିଲାଣି ଶ୍ରୀକ୍ଷେତ୍ର...ଭକ୍ତିରେ ଭିଜିଲାଣି ବଡ଼ଦାଣ୍ଡ । ଏଣେ ରଥ ପ୍ରସ୍ତୁତ....ପଥ ପ୍ରସ୍ତୁତ...ଅପେକ୍ଷା ସେହି ଜଗତରନାଥ ଜଗନ୍ନାଥ ।

ରଥଯାତ୍ରା ପାଇଁ ୧୮୦ ପ୍ଲାଟୁନ ପୋଲିସ ଫୋର୍ସ ମୁତୟନ କରାଯାଇଥିବାବେଳେ ଭିଡ଼ ନିୟନ୍ତ୍ରଣ ପାଇଁ ବଡ଼ଦାଣ୍ଡକୁ ୬ଟି ଜୋନରେ ବିଭକ୍ତ କରାଯାଇଛି। ତାସହ ଅତ୍ୟାଧୁନିକ ଜ୍ଞାନ କୌଶଳ, ଆର୍ଟିଫିସିଆଲ୍ ଇଣ୍ଟେଲିଜେନ୍ସର ସହାୟତା ନିଆଯାଇଛି। ୩ ଠାକୁରଙ୍କ ୩ କର୍ଡନ ଦାୟିତ୍ବରେ ରହିବେ ୩ କମ୍ପାନୀ ରାପିଡ଼ ଆକ୍ସନ ଫୋର୍ସ, ୨ କମ୍ପାନୀ ସିଆରପିଏଫ ଓ ୮ କଂପାନୀ ଏସଓଜି ।ସେହିପରି ଗତ ରାତିରୁ ଲାଗୁ ହୋଇଛି ଟ୍ରାଫିକ୍ କଟକଣା । ପ୍ରଥମ ଥର ପାଇଁ ରଥଯାତ୍ରାକୁ ଆସୁଥିବା ଯାନବାହନର ଗଣତି ହେବ। AI ସହାୟତାରେ ପୁରୀ-ବ୍ରହ୍ମଗିରି, ପୁରୀ-ଭୁବନେଶ୍ୱର ଏବଂ ପୁରୀ-କୋଣାର୍କ ରାସ୍ତାରେ ସ୍ୱତନ୍ତ୍ର ଟ୍ରାଫିକ ପରିଚାଳନା ହେବ। ବ୍ଲାକସ୍ପଟରେ ଡ୍ରୋନର ନିଆଯିବ ସହାୟତା। ବସ୍ ଓ ୨ ଚକିଆ ଯାନଗୁଡିକ ପାଇଁ ମୋଟ୍ ୨୧ଟି ସ୍ଥାନରେ ସ୍ୱତନ୍ତ୍ର ପାର୍କିଂ ବ୍ୟବସ୍ଥା ରହିଛି।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+