ଜାତୀୟ ଐତିହ୍ୟ ଲିଷ୍ଟରେ ରଥଯାତ୍ରା ଓ ବାଲିଯାତ୍ରା; ଏକ୍ସ’ରେ ସୂଚନା ଦେଲେ ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ

ଜାତୀୟ ଅତୁଲ୍ୟ ସାଂସ୍କୃତିକ ଐତିହ୍ୟ ତାଲିକାରେ ରଥଯାତ୍ରା ଓ ବାଲିଯାତ୍ରା ସାମିଲ ହୋଇଛି। ଏନେଇ ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ ଅରବିନ୍ଦ ପାଢ଼ୀ ସୋମବାର ସମାଜିକ ଗଣମାଧ୍ୟମ 'ଏକ୍ସ'ରେ ସୂଚନା ଦେଇଛନ୍ତି। ସେ ଲେଖିଛନ୍ତି ସଂସ୍କୃତି ମନ୍ତ୍ରାଳୟ ଅଧୀନରେ ପରିଚାଳିତ ସର୍ବୋଚ୍ଚ ସାଂସ୍କୃତିକ ସଂସ୍ଥା ସଙ୍ଗୀତ ନାଟକ ଏକାଡେମୀ ପକ୍ଷରୁ ସାମିଲ କରାଯାଇଛି। ପୂର୍ବରୁ ସଂସ୍କୃତି ମନ୍ତ୍ରାଳୟକୁ ଶ୍ରୀଜଗନ୍ନାଥ ମନ୍ଦିର ପ୍ରଶାସନ ତରଫରୁ ଏନେଇ ପ୍ରସ୍ତାବ ପଠାଇଥିଲା

Rath Yatra and Bali Yatra

ଜାତୀୟ ଅତୁଲ୍ୟ ସାଂସ୍କୃତିକ ଐତିହ୍ୟ ତାଲିକାରେ ରଥଯାତ୍ରା ଓ ବାଲିଯାତ୍ରା ସାମିଲ ହେଲା ପରେ ବିଶ୍ବ ପ୍ରସିଦ୍ଧ ରଥଯାତ୍ରା ଓ ବାଲିଯାତ୍ରାର ମହତ୍ବ ବଢ଼ିବ, ଏହା ନିଃସନ୍ଦହରେ କୁହାଯାଇ ପାରିବ। ଉଭୟ ରଥଯାତ୍ରା ଓ ବାଲିଯାତ୍ରାକୁ ‌କେନ୍ଦ୍ର ସରକାର ପ୍ରୋତ୍ସାହନ ଯୋଗାଇବେ।

ରଥଯାତ୍ରା ବହୁ ପ୍ରାଚୀନ ବୋଲି ଗବେଷକମାନେ ମତ ପ୍ରଦାନ କରିଛନ୍ତି। ଋଗ୍‌ବେଦ ଓ ଅଥର୍ବ ବେଦ ଇତ୍ୟାଦିରେ ରଥ ଶବ୍ଦର ପ୍ରୟୋଗ ହୋଇଛି। ପରବର୍ତ୍ତୀ କାଳରେ ଶତପଥ ବ୍ରାହ୍ମଣ ଗ୍ରନ୍ଥରେ ମଧ୍ୟ ଏହାର ଆଭାସ ମିଳିଥାଏ। ଖ୍ରୀଷ୍ଟପୂର୍ବ ଦ୍ୱିତୀୟ ଶତାଦ୍ଦୀରୁ ଖ୍ରୀଷ୍ଟପୂର୍ବ ପ୍ରଥମ ଶତାଦ୍ଦୀ ମଧ୍ୟରେ ଖୋଦିତ ହୋଇଥିବା କେତେକ ପ୍ରାଚୀନ ଭାସ୍କର୍ଯ୍ୟକୁ ଅନୁଧ୍ୟାନ କଲେ ସୂର୍ଯ୍ୟଙ୍କ ରଥଯାତ୍ରାର ସମ୍ୟକ୍ ନିଦର୍ଶନ ମିଳିଥାଏ। ତେଣୁ ସୂର୍ଯ୍ୟଙ୍କ ରଥଯାତ୍ରାର ପରବର୍ତ୍ତୀ ପରିକଳ୍ପନା ହେଉଛି ପୁରୁଷୋତ୍ତମ କ୍ଷେତ୍ରସ୍ଥ ମହାପ୍ରଭୁଙ୍କ ରଥଯାତ୍ରା। ଯେଉଁ ସବୁ ରଥଯାତ୍ରାର ଉଲ୍ଲେଖ ହୋଇଛି ସେଥି ମଧ୍ୟରେ ପୁରୀର ଶ୍ରୀଜଗନ୍ନାଥଙ୍କ ରଥଯାତ୍ରା ହେଉଛି ସବୁଠାରୁ ଅଧିକ ଜନାଦୃତ ଓ ପ୍ରସାରିତ। କେତେକ ଗବେଷକ ଶ୍ରୀଜଗନ୍ନାଥଙ୍କ ରଥଯାତ୍ରା ବୌଦ୍ଧ ପରମ୍ପରାରୁ ସୃଷ୍ଟି ହୋଇଛି ବୋଲି ଅନୁମାନ କରନ୍ତି ।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+