ଆଜି ବସିବ ପ୍ରଥମ ରଥଯାତ୍ରା ସମନ୍ୱୟ କମିଟି ବୈଠକ; ରଥଯାତ୍ରା ଶୃଙ୍ଖଳିତ ଭାବେ ସମାପନ ନେଇ ହେବ ଆଲୋଚନା

ଆଜି ବସିବ ପ୍ରଥମ ରଥଯାତ୍ରା ସମନ୍ୱୟ କମିଟି ବୈଠକ । କେନ୍ଦ୍ରାଞ୍ଚଳ ରାଜସ୍ୱ ଆଯୁକ୍ତଙ୍କ ଅଧ୍ଯକ୍ଷତାରେ ପୁରୀ ଟାଉନ ହଲ ଠାରେ ବସିବ ବୈଠକ । ଘୋଷଯାତ୍ରା ସୁରୁଖୁରରେ ସାରିବା ଉପରେ ବିଚାର ବିମର୍ଶ ହେବ ।

ଅକ୍ଷୟ ତୃତୀୟା ଠାରୁ ନିଳାଦ୍ରୀ ବିଜେ ପର୍ଯ୍ୟନ୍ତ ମହାପ୍ରଭୁଙ୍କ ନୀତିକାନ୍ତି, ରଥ ନିର୍ମାଣ, ରଥକାଠ ଯୋଗାଣ ସହ ସ୍ୱାସ୍ଥ୍ୟ ଓ ପରିମଳ ବ୍ୟବସ୍ଥା, ପାନୀୟ ଜଳ ଯୋଗାଣ, ବିଦ୍ୟୁତ ଯୋଗାଣ, ପରିବହନ ବ୍ୟବସ୍ଥା, ରାସ୍ତା ଘାଟ ମରାମତି ଓ ଉନ୍ନତି କରଣ, ପାର୍କିଂ ସ୍ଥଳ, ଶାନ୍ତି ଶୃଙ୍ଖଳା ରକ୍ଷା, ପଲ୍ଲିଶ୍ରୀ ମେଳା ଓ ପ୍ରଦର୍ଶନୀ ଆୟୋଜନ, ସ୍ୱେଛାସେବୀ ନିୟୋଜନ ଇତ୍ୟାଦି ସମ୍ବନ୍ଧରେ ବିସ୍ତୃତ ଆଲୋଚନା ଏହି ବୈଠକରେ ହେବ ।

ବୈଠକରେ ଜିଲ୍ଲାପାଳ, ଏସପିଙ୍କ ସମେତ ବିଭିନ୍ନ ବିଭାଗର ବିଭାଗୀୟ ଅଧିକାରୀ ଓ ସେବାୟତ ଯୋଗଦେବେ । ତେବେ ସମନ୍ୱୟ କମିଟି ବୈଠକ ପୂର୍ବରୁ ରଥଯାତ୍ରା ଶୃଙ୍ଖଳିତ ଭାବେ ସମାପନ ନେଇ ଜିଲ୍ଲାପାଳଙ୍କ ଅଧ୍ୟକ୍ଷତାରେ ଦୁଇଥର ବୈଠକ ହୋଇସାରିଛି ।

Rath yatra 2024

ବୈଠକରେ ବିଭିନ୍ନ ବିଭାଗର ବରିଷ୍ଠ ଅଧିକାରୀମାନେ ରହି ସେମାନଙ୍କ ବିଭାଗର ପ୍ରସ୍ତୁତି ନେଇ ତଥ୍ୟ ରଖିବେ । ଏହି ବୈଠକରେ ସେବାୟତ ପ୍ରତିନିଧ୍, ସହରର ବୁଦ୍ଧିଜୀବୀ, ରଥଯାତ୍ରାରେ ସମ୍ପୃକ୍ତ ଅନୁଷ୍ଠାନ ଓ ଗଣମାଧ୍ୟମ ପ୍ରତିନିଧ‌ିମାନେ ଆଲୋଚନାରେ ଭାଗନେବେ । ଏହା ସହିତ ଗତବର୍ଷ ରଥଯାତ୍ରାରେ ହୋଇଥ‌ିବା ତ୍ରୁଟି ଓ ସମସ୍ୟାକୁ ସୁଧାରି ସମସ୍ତ ବିଭାଗ ନିଜ ନିଜ ପ୍ରସ୍ତୁତି ଓ ଆକ୍ସନ ପ୍ଲାନ ଚୂଡ଼ାନ୍ତ କରିବାକୁ ନିର୍ଦ୍ଦେଶ ଦିଆଯିବା ।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+