ରଥଯାତ୍ରା ଦଳାଚକଟା ଘଟଣା : ୪ ଜଣିଆ କମିଟି ଗଠନ କଲେ ସରକାର

ପୁରୀ ଶରଧାବାଲିରେ ଗତ ରବିବାର ଦିନ ଘଟିଥିବା ଦଳାଚକଟା ଘଟଣାର ତଦନ୍ତ ପାଇଁ ଏକ ସ୍ବତନ୍ତ୍ର ଟିମ୍‌ ଗଠନ କରିଛନ୍ତି ରାଜ୍ୟ ସରକାର । ଉନ୍ନୟନ କମିସନରଙ୍କ ନେତୃତ୍ବରେ ଏହି କମିଟିରେ ୪ ଜଣ ଓଏଏସ୍‌ ଅଧିକାରୀଙ୍କୁ ସାମିଲ କରାଯାଇଛି । ଆଜି ଏନେଇ ସାଧାରଣ ପ୍ରଶାସନ ଓ ସାଧାରଣ ଅଭିଯୋଗ ବିଭାଗ ପକ୍ଷରୁ ନିର୍ଦ୍ଦେଶନାମା ଜାରି ହୋଇଛି।

Rath Yatra incident

ଏହି ଟିମରେ ଅଛନ୍ତି ମାନସ ରଂଜନ ସାମଲ, ବିନୟ କୁମାର ଦାଶ, ରଶ୍ମୀ ରଂଜନ ନାୟକ ଓ ପ୍ରଦୀପ କୁମାର ସାହୁ । ଏହି ୪ ଜଣ ଓଏଏସ୍‌ ଅଧିକାରୀ ପ୍ରତିଦିନ ଉନ୍ନୟନ କମିସନରଙ୍କ କାର୍ଯ୍ୟାଳୟରେ ଉପସ୍ଥିତ ରହି ଅପରାହ୍‌ଣ ୩ଟାରୁ ୫ଟା ଯାଏଁ ତଦନ୍ତ ପାଇଁ ସମୟ ଦେବେ ।

ଗତ ରବିବାର ଦିନ ସକାଳେ ଶରଧାବାଲିରେ ମହାପ୍ରଭୁଙ୍କ ପହୁଡ଼ ଖୋଲିବା ‌ପରେ ପ୍ରବଳ ଭିଡ଼ ଯୋଗୁଁ ଦଳାଚକଟା ପରିସ୍ଥିତି ସୃଷ୍ଟି ହୋଇଥିଲା । ଏଥିରେ ଖୋର୍ଦ୍ଧା ଜିଲ୍ଲା ବୋଲଗଡ଼ର ବାସନ୍ତୀ ସାହୁ, ପ୍ରେମକାନ୍ତ ମହାନ୍ତି ଏବଂ ବାଲିପାଟଣାର ପ୍ରଭାତୀ ଦାସଙ୍କର ମୃତ୍ୟୁ ଘଟିଛି । ଏଥିରେ ଅନେକ ଶ୍ରଦ୍ଧାଳୁ ମଧ୍ୟ ଆହତ ହୋଇଥିଲେ।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+