Get Updates
Get notified of breaking news, exclusive insights, and must-see stories!

ରଥଯାତ୍ରା ପ୍ରସ୍ତୁତି: ଏହି ସବୁ ସ୍ଥାନରେ ଲାଗିବ ସିସିଟିଭି

ଆଗକୁ ଆସୁଛି ମହାପ୍ରଭୁଙ୍କ ରଥଯାତ୍ରା । ଏବେ ଠୁ ଆରମ୍ଭ ହୋଇଗଲାଣି ପ୍ରସ୍ତୁତି । ସୁରକ୍ଷା ବ୍ୟବସ୍ଥା କଡାକଡି ପାଇଁ ପୋଲିସ ପକ୍ଷରୁ ବ୍ୟାପକ ବ୍ୟବସ୍ଥା ନେଇ ଯୋଜନା ପ୍ରସ୍ତୁତ ହେଲାଣି । ଗତ ଦୁଇ ବର୍ଷ ହେଲାଣି ଭକ୍ତଙ୍କ ବିନା ଗାଡ଼ିଛି ମହାପ୍ରଭୁ ଜଗନ୍ନାଥଙ୍କ ରଥ । କିନ୍ତୁ ଚଳିତ ବର୍ଷ ଭକ୍ତ ଙ୍କ ଗହଣରେ ରଥ ଗଡିବକୁ ଯୋଜନା ଥିବା ବେଳେ ସେପଟେ ପୁରୀ ଜିଲ୍ଲା ପ୍ରଶାସନ ଏବେଠୁ ସୁରକ୍ଷା ବ୍ୟବସ୍ଥା କୁ ନେଇ ଯୋଜନା ପ୍ରସ୍ତୁତ ଆରମ୍ଭ କରିଛି ।

ଆସନ୍ତା ଜୁନ ମାସ ୨୭ ତାରିଖରେ ପୁରୀର ବିଶ୍ଵପ୍ରସିଦ୍ଧ ରଥଯାତ୍ରା ଅନୁଷ୍ଠିତ ହେବାକୁ ଯାଉଛି । ଏହି ରଥଯାତ୍ରାକୁ ଶୃଙ୍ଖଳିତ ଏବଂ ସୁପରିଚାଳନା କରିବା ନିମନ୍ତେ ଆଜି ଅପରାହ୍ନରେ କଟକସ୍ଥିତ ରାଜ୍ୟ ପୋଲିସ ମୁଖ୍ୟ କାର୍ଯ୍ୟIଳୟଠାରେ ରାଜ୍ୟ ଆରକ୍ଷୀ ମହାନିର୍ଦ୍ଦେଶକ ଯୋଗେଶ ବାହାଦୁର ଖୁରାନିଆଙ୍କ ଅଧ୍ୟକ୍ଷତାରେ ଗୁରୁତ୍ଵପୂର୍ଣ୍ଣ ବୈଠକ ଅନୁଷ୍ଠିତ ହୋଇଥିଲା ।

ଏହି ଅବସରରେ ଡିଜିପି ଶ୍ରୀ ଖୁରାନିଆ ରଥଯାତ୍ରାକୁ ଶୃଙ୍ଖଳିତ କରିବା ପାଇଁ ସକ୍ରିୟ ତଥା ସଜାଗ ରହିବାକୁ ବରିଷ୍ଠ ପୋଲିସ ଅଧିକାରୀ ମାନଙ୍କୁ ନିର୍ଦ୍ଦେଶ ଦେଇଥିଲେ । ଶ୍ରୀ ଜଗନ୍ନାଥ ମନ୍ଦିର ପରମ୍ପରା ଅନୁଯାୟୀ ଶ୍ରୀଜୀଉଙ୍କ ରୀତିନୀତି ବିଭିନ୍ନ ତାରିଖରେ ପାଳନ କରାଯିବ । ଶ୍ରୀଜୀଉଙ୍କ ଗୁରୁତ୍ୱପୂର୍ଣ୍ଣ ନୀତିକାନ୍ତି ମଧ୍ୟରେ ଜୁନ ୧୧ ତାରିଖରେ ଦେବସ୍ନାନ ପୂର୍ଣ୍ଣିମା, ଜୁନ ୨୬ ତାରିଖରେ ନବଯୌବନ ଦର୍ଶନ, ଜୁନ ୨୭ ତାରିଖରେ ରଥଯାତ୍ରା,ଜୁଲାଇ ୦୧ ତାରିଖରେ ହେରା ପଞ୍ଚମୀ, ଜୁଲାଇ ୦୪ରେ ସନ୍ଧ୍ଯା ଦର୍ଶନ, ଜୁଲାଇ ୦୫ ରେ ବାହୁଡା ଯାତ୍ରା, ଜୁଲାଇ ୦୬ ତାରିଖରେ ସୁନାବେଶ, ଜୁଲାଇ ୦୭ ରେ ଅଧରପଣା ଓ ଜୁଲାଇ ୮ ତାରିଖରେ ନୀଳାଦ୍ରିବିଜେ ଅନୁଷ୍ଠିତ ହେବ । ଏହି ଉପଲକ୍ଷେ ଦେଶ ବିଦେଶରୁ ଲକ୍ଷାଧିକ ଭକ୍ତ ପୁରୀରେ ସମାଗମ ହେବେ।

ratha yatra

ଏହାକୁ ଦୃଷ୍ଟିରେ ରଖି ବିଭିନ୍ନ ସୁରକ୍ଷା ବନ୍ଦୋବସ୍ତ ସମ୍ପର୍କରେ ବୈଠକରେ ଆଲୋଚନା ହୋଇଥିଲା । ରଥଯାତ୍ରା ନିମନ୍ତେ ସୁରକ୍ଷା ବ୍ୟବସ୍ଥାକୁ ବ୍ୟାପକ କରିବା ସହ ବରିଷ୍ଠ ପୋଲିସ ଅଧିକାରୀମାନେ ସ୍ଵତନ୍ତ୍ର କାର୍ଯ୍ୟ ପାଇଁ ନିୟୋଜିତ ହେବେ । ସହରର ବିଭିନ୍ନ ଗୁରୁତ୍ୱପୂର୍ଣ୍ଣ ସ୍ଥାନ ଗୁଡିକରେ ସିସିଟିଭି ସ୍ଥାପନ, ଟ୍ରାଫିକ ସୁପରିଚାଳନା ନିମନ୍ତେ ରୋଡ ଡିଭାଇଡର, ଡ଼ିଲିନେଟର ଓ ଟ୍ରାଫିକ ଜୋନ ବ୍ୟବସ୍ଥା, ସହରର ବିଭିନ୍ନ ସ୍ଥାନରେ ପର୍ଯ୍ୟାପ୍ତ ପାର୍କିଂ ବ୍ୟବସ୍ଥା, ଶୃଙ୍ଖଳିତ ଟ୍ରାଫିକ ବ୍ୟବସ୍ଥାର ପରିଚାଳନା ଆଦି ସମ୍ପର୍କରେ ବୈଠକରେ ଆଲୋଚନା ହୋଇଥିଲା।

ସେହିପରି ସମୁଦ୍ର କୂଳରେ ପୋଲିସ ପକ୍ଷରୁ ପାଟ୍ରୋଲିଂ କଡାକଡି ଓ ଅସ୍ଥାୟୀ ପୋଲିସ ଆଉଟପୋଷ୍ଟ ଖୋଲାଯିବା ସମ୍ପର୍କରେ ମଧ୍ୟ ବିସ୍ତୃତ ଭାବେ ଆଲୋଚନା କରାଯାଇଥିଲା । ଏହାବ୍ଯତୀତ ରେଳବାଇ ପୋଲିସ ପକ୍ଷରୁ ପୁରୀ, ଭୁବନେଶ୍ବର, ଖୋର୍ଦ୍ଧା, ଜଟଣୀ ଆଦି ରେଳ ଷ୍ଟେସନରେ ବ୍ୟାପକ ସୁରକ୍ଷା ବ୍ୟବସ୍ଥା ସମ୍ପର୍କରେ ମଧ୍ୟ ଆଲୋଚନା ହୋଇଥିଲା। ଆରପିଏଫ ସହ ଉପଯୁକ୍ତ ସମନ୍ଵୟ ରଖି କାର୍ଯ୍ୟ କରିବାକୁ ଡିଜିପି ପରାମର୍ଶ ଦେଇଥିଲେ।

More From
Prev
Next
Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+