Get Updates
Get notified of breaking news, exclusive insights, and must-see stories!

ରଥଯାତ୍ରା ସମୀକ୍ଷା ବୈଠକ: ଶ୍ରଦ୍ଧାଳୁଙ୍କ ସୁବିଧା ପାଇଁ ବିଶେଷ ଦୃଷ୍ଟି ନେଇ ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶ

ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି ଭିଡିଓ କନ୍ଫରେନ୍ସିଂ ଜରିଆରେ ମହାପ୍ରଭୁ ଶ୍ରୀ ଜଗନ୍ନାଥଙ୍କ ରଥଯାତ୍ରା ପ୍ରସ୍ତୁତି ପାଇଁ ସ୍ବତନ୍ତ୍ର ସମୀକ୍ଷା ବୈଠକରେ ଅଧ୍ୟକ୍ଷତା କରିଛନ୍ତି । ରଥାଯାତ୍ରା ଯେପରି ଶାନ୍ତିଶୃଙ୍ଖଳା ସହିତ ସୁରୁଖୁରୁରେ ଅନୁଷ୍ଠିତ ହେବ, ସେଥିପାଇଁ

ପୁରୀ: ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି ଭିଡିଓ କନ୍ଫରେନ୍ସିଂ ଜରିଆରେ ମହାପ୍ରଭୁ ଶ୍ରୀ ଜଗନ୍ନାଥଙ୍କ ରଥଯାତ୍ରା ପ୍ରସ୍ତୁତି ପାଇଁ ସ୍ବତନ୍ତ୍ର ସମୀକ୍ଷା ବୈଠକରେ ଅଧ୍ୟକ୍ଷତା କରିଛନ୍ତି । ରଥାଯାତ୍ରା ଯେପରି ଶାନ୍ତିଶୃଙ୍ଖଳା ସହିତ ସୁରୁଖୁରୁରେ ଅନୁଷ୍ଠିତ ହେବ, ସେଥିପାଇଁ ସମସ୍ତଙ୍କର ସହଯୋଗ କାମନା କରିଛନ୍ତି।

meeting

ଦୁଇ ବର୍ଷ ପରେ ଭକ୍ତମାନଙ୍କ ଗହଣରେ ରଥଯାତ୍ରା ଅନୁଷ୍ଠିତ ହେଉଥିବାରୁ ମୁଖ୍ୟମନ୍ତ୍ରୀ ଏଥିରେ ଖୁସି ପ୍ରକାଶ କରିଛନ୍ତି । ସେ କହିଛନ୍ତି ଯେ ଏବର୍ଷ ବହୁତ ଅଧିକ ଭକ୍ତଙ୍କର ସମାଗମ ହେବ । ତେଣୁ ସବୁପ୍ରକାର ଆଗୁଆ ବନ୍ଦୋବସ୍ତ କରିବାପାଇଁ ପରାମର୍ଶ ଦିଆଯାଇଛି। ସମସ୍ତେ ଯେପରି ଭଲ ଅନୁଭବ ନେଇ ଫେରିବେ, ସେଥିପ୍ରତି ବିଶେଷ ଦୃଷ୍ଟି ଦେବାକୁ ସେ କହିଛନ୍ତି ।

କୋଭିଡ ସମୟରେ ରଥଯାତ୍ରା ପରିଚଳନାରେ ସେବାୟତ ବନ୍ଧୁମାନେ ଅନେକ ସାହାଯ୍ୟ କରିଥିଲେ । ନିଜେ ରଥକୁ ଟାଣି ଗୁଣ୍ଡିଚା ମନ୍ଦିରରେ ପହଞ୍ଚାଇଥିଲେ । ସେଥିପାଇଁ ସେ ସେବାୟତ ମାନଙ୍କୁ ଧନ୍ୟବାଦ ଜଣାଇଥିଲେ। ବୈଠକରେ ଆଇନ ମନ୍ତ୍ରୀ ଶ୍ରୀ ଜଗନ୍ନାଥ ସାରକା ଯୋଗ ଦେଇ ରଥଯାତ୍ରା ପ୍ରସ୍ତୁତି ସଂପର୍କରେ ବିଭିନ୍ନ ନିଷ୍ପତ୍ତି ଏବଂ ଏହାର ଅନୁପାଳନ ସଂପର୍କରେ ସୂଚନା ଦେଇଛନ୍ତି।

ଉନ୍ନୟନ କମିଶନର ଶ୍ରୀ ପି.କେ. ଜେନା ରଥଯାତ୍ରା ପାଇଁ ନିଆଯାଇଥିବା ସମସ୍ତ ପ୍ରସ୍ତୁତି ସଂପର୍କରେ ବିସ୍ତୃତ ସୂଚନା ଦେଇଥିଲେ। ପୋଲିସ ମହାନିର୍ଦ୍ଦେଶକ ଶ୍ରୀ ସୁନିଲ ବଂଶଲ ଆଇନ ଶୃଙ୍ଖଳା ବ୍ୟବସ୍ଥା, ପରିଚାଳନା ଓ ପ୍ରସ୍ତୁତି ବାବଦରେ ଜଣାଇଛନ୍ତି ।

ବୈଠକରେ ସୂଚନା ଓ ଲୋକସଂପର୍କ ମନ୍ତ୍ରୀ, ସଂସ୍କୃତି ମନ୍ତ୍ରୀ, ସ୍ବାସ୍ଥ୍ୟ ମନ୍ତ୍ରୀ, ଖାଦ୍ୟ ଓ ଯୋଗାଣ ମନ୍ତ୍ରୀ, ଗୃହନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ, ବାଣିଜ୍ୟ ଓ ପରିବହନ ମନ୍ତ୍ରୀ, ପୁରୀ ସାଂସଦ ଓ ବିଧାୟକ ପ୍ରମୁଖଙ୍କ ସହିତ ରାଜ୍ୟ ପ୍ରଶାସନର ବରିଷ୍ଠ ଅଧିକାରୀ ପୁରୀ ଜିଲ୍ଲାପାଳ, ସେବାୟତ ଓ ଛତିଶା ନିଯୋଗର ସଦସ୍ୟମାନେ ଯୋଗ ଦେଇଥିଲେ।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+