ଆଜି ଚତୁର୍ଦ୍ଧାମୂର୍ତ୍ତିଙ୍କ ଚାରି ଘଣ୍ଟା ଦର୍ଶନ ବନ୍ଦ : କାହିଁକି ଜାଣନ୍ତୁ
ଆଜି ଗୁରୁବାର ଆଷାଢ଼ ଶୁକ୍ଳ ପଞ୍ଚମୀ ମାସନ୍ତ ତିଥି ଥିବାରୁ ଶ୍ରୀଜିଉଙ୍କ ବନକଲାଗି ନୀତି ଅନୁଷ୍ଠିତ ହେବ । ରୀତିନୀତି ଅନୁଯାୟୀ ମହାପ୍ରଭୁଙ୍କ ଦ୍ୱିତୀୟ ଭୋଗ ମଣ୍ଡପରେ ଭୋଗ ସମ୍ପନ୍ନ ହେବା ପରେ ଶ୍ରୀଜିଉଙ୍କ ‘ବନକଲାଗି’ ବା ‘ଶ୍ରୀମୁଖ ସିଂହାର’ ନୀତି ସମ୍ପନ୍ନ ହେବ ।
ପୁରୀ : ଆଜି ମହାପ୍ରଭୁଙ୍କ ବନକଲାଗି ବେଶ ଅନୁଷ୍ଠିତ ହେଉଛି । ଆଜି ଗୁରୁବାର ଆଷାଢ଼ ଶୁକ୍ଳ ପଞ୍ଚମୀ ମାସନ୍ତ ତିଥି ଥିବାରୁ ଶ୍ରୀଜିଉଙ୍କ ବନକଲାଗି ନୀତି ଅନୁଷ୍ଠିତ ହେବ । ରୀତିନୀତି ଅନୁଯାୟୀ ମହାପ୍ରଭୁଙ୍କ ଦ୍ୱିତୀୟ ଭୋଗ ମଣ୍ଡପରେ ଭୋଗ ସମ୍ପନ୍ନ ହେବା ପରେ ଶ୍ରୀଜିଉଙ୍କ 'ବନକଲାଗି' ବା 'ଶ୍ରୀମୁଖ ସିଂହାର' ନୀତି ସମ୍ପନ୍ନ ହେବ ।

ଦ୍ୱିତୀୟ ଭୋଗ ମଣ୍ଡପ ଉଠିବା ପରେ ଦତ୍ତମହାପାତ୍ର ସେବକମାନେ ଗୁଣ୍ଡିଚା ମନ୍ଦିର ଗର୍ଭଗୃହକୁ ପ୍ରବେଶ କରିବେ । ମହାପ୍ରଭୁଙ୍କ ଶ୍ରୀମୁଖ ଶ୍ରୀଙ୍ଗାର କରିବେ । ପ୍ରାକୃତିକ ପ୍ରଣାଳୀରେ ପ୍ରସ୍ତୁତ ରଙ୍ଗରେ ଶ୍ରୀବିଗ୍ରହମାନଙ୍କ ଶ୍ରୀମୁଖକୁ ଶ୍ରୀଙ୍ଗାର କରାଯିବ । ହିଙ୍ଗୁଳ, ହରିତାଳ, କସ୍ତୁରୀ, ନାଲି ଓ ଧଳା ରଙ୍ଗ ବ୍ୟବହାର କରାଯିବ । ଏହା ଗୁପ୍ତ ନୀତି ହୋଇଥିବାରୁ ଚାରି ଘଣ୍ଟା ଦର୍ଶନ ବନ୍ଦ ରହିବ ବୋଲି ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ସୂଚନା ମିଳିଛି । ବନକଲାଗି ନୀତି ପରେ ମହାପ୍ରଭୁଙ୍କର ମହାସ୍ନାନ କରାଯିବ ।
ଏଠାରେ ସୂଚନାଥାଉକି, କୋଭିଡ୍ କଟକଣା ପାଇଁ ଚଳିତ ବର୍ଷ ବିନା ଭକ୍ତରେ ଘୋଷଯାତ୍ରା ଅନୁଷ୍ଠିତ ହୋଇଥିଲା । ଶ୍ରୀଗୁଣ୍ଡିଚା ମନ୍ଦିରରେ ମଧ୍ୟ ଭକ୍ତ ମହାପ୍ରଭୁଙ୍କ ଦର୍ଶନରୁ ବଞ୍ଚିତ ହୋଇଛନ୍ତି । କୋଭିଡ କଟକଣା ଭିତରେ କେବଳ ମହାପ୍ରଭୁଙ୍କ ନୀତିକାନ୍ତି ଅନୁଷ୍ଠିତ ହେଉଛି ।
-
ବିଶ୍ୱକପରେ ହେବ ଟଙ୍କା ବର୍ଷା, ଜାଣନ୍ତୁ କେଉଁ ଦଳ ପାଇବେ କେତେ… -
ଉପ ମୁଖ୍ୟମନ୍ତ୍ରୀଙ୍କ ବଡ ଘୋଷଣା;କାଲି ମିଳିବ ସୁଭଦ୍ରା ଚତୁର୍ଥ କିସ୍ତି ଟଙ୍କା -
ରବିବାର ମହାମୁକାବିଲା; ଟିମ୍ ଇଣ୍ଡିଆର ପ୍ଲେଇଂ ଇଲେଭେନରେ ହେବ ବଡ଼ ପରିବର୍ତ୍ତନ! -
ପ୍ରଧାନମନ୍ତ୍ରୀଙ୍କୁ ଚିଠି ଲେଖିଲେ ଆନ୍ନା ହଜାରେ, ଜାଣନ୍ତୁ କେଉଁ କାରଣ ପାଇଁ ଲେଖିଲେ ପତ୍ର? -
ମମତା ବାନାର୍ଜୀଙ୍କ ଉପରେ ଅସନ୍ତୋଷ ପ୍ରକାଶ କଲେ ରାଷ୍ଟ୍ରପତି, କହିଲେ..... -
ରାଷ୍ଟ୍ରପତିଙ୍କୁ TMC ସରକାର ଅପମାନ କରିବା ଲଜ୍ଜାଜନକ ;ମୋଦି -
ସୋମବାର ଶ୍ରୀମନ୍ଦିରରେ ୪ ଘଣ୍ଟା ବନ୍ଦ ରହିବ ସର୍ବସାଧାରଣ ଦର୍ଶନ -
ଓଜନ ହ୍ରାସ ପାଇଁ କେଉଁ ପନିପରିବା ଖାଇବା ଉଚିତ ? -
ସୁଭଦ୍ରା ଯୋଜନା ହିତାଧିକାରୀଙ୍କ ଆକାଉଣ୍ଟକୁ ଗଲା ଚତୁର୍ଥ କିସ୍ତି ଟଙ୍କା, ପଠାଇଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ -
ନବୋଦୟ ବିଦ୍ୟାଳୟର ୩ ଦଶମ ଛାତ୍ର ପାଣିରେ ବୁଡି ମୃତ -
ପଡୋଶୀ ଦେଶଗୁଡିକୁ କ୍ଷମା ମାଗିଲେ ଇରାନ ରାଷ୍ଟ୍ରପତି, ଜାଣନ୍ତୁ ଯୁଦ୍ଧ ଭିତରେ ଏମିତି କାହିଁକି କଲା ..... -
ଇରାନର ଯୁଦ୍ଧ ଜାହାଜକୁ ଆଶ୍ରୟ ଦେଲା ଭାରତ












Click it and Unblock the Notifications