କଡ଼ା ସୁରକ୍ଷାରେ ହେବ ରଥଯାତ୍ରା, ମୁତୟନ ହେବେ 160 ପ୍ଲାଟୁନ୍ ପୋଲିସ୍ ଫୋର୍ସ

ଭୁବନେଶ୍ୱର: ରଥଯାତ୍ରାକୁ ଆଉ ଏକ ସପ୍ତାହ ସମୟ ବାକି ଅଛି । ଏ ନେଇ ରାଜ୍ୟ ସରକାର ଓ ପ୍ରଶାସନ ପକ୍ଷରୁ ସମସ୍ତ ପ୍ରକାର ପ୍ରସ୍ତୁତି କରାଯାଉଛି । ରଥଯାତ୍ରାକୁ ଶୃଙ୍ଖଳିତ କରିବା ପାଇଁ ସୁରକ୍ଷା ବ୍ୟବସ୍ଥା କଡ଼ାକଡ଼ି କରାଯାଉଛି ।
ସେଥିଲାଗି ରାଜ୍ୟ ପୋଲିସ ମହାନିର୍ଦ୍ଦେଶକ ସୁନୀଲ ବଂଶଲଙ୍କ ଅଧ୍ୟକ୍ଷତାରେ ଏସପିଙ୍କ କାର୍ଯ୍ୟଳୟରେ ବରିଷ୍ଠ ପୋଲିସ ପଦାଧିକାରୀଙ୍କୁ ନେଇ ଗୁରୁତ୍ୱପୂର୍ଣ୍ଣ ବୈଠକ ଅନୁଷ୍ଠିତ ହୋଇଛି । ଗତବର୍ଷ ଭଳି ଚଳିତବର୍ଷ ରଥଯାତ୍ରାକୁ ଶାନ୍ତିଶୃଙ୍ଖଳା ଓ ସୁରୁଖୁରୁରେ ଶେଷ କରିବା ପୋଲିସ ପ୍ରଶାସନ ଜୋରଦାର ପ୍ରସ୍ତୁତି କରାଯାଉଛି । ଶାନ୍ତିଶୃଙ୍ଖଳାର ସହ ରଥଯାତ୍ରା କେମିତି ହୋଇପାରିବ ସେ ନେଇ ବୈଠକରେ ଆଲୋଚନା କରାଯାଇଛି ।
ସୁରକ୍ଷା ଦୃଷ୍ଟିରୁ ବ୍ୟାପକ ବ୍ୟବସ୍ଥା ପୋଲିସ ପକ୍ଷରୁ କରାଯାଇଛି । ପହଣ୍ଡି, ରଥଟଣା, ଜନଗହଳି ନିୟନ୍ତ୍ରଣ, ଟ୍ରାଫିକ ସୁପରିଚାଳନା, ଭିଭିଆଇପିଙ୍କ ସୁରକ୍ଷା ପାଇଁ 160 ପ୍ଲାଟୁନ ଫୋର୍ସ ମୁତୟନ ହେବେ । ପୂର୍ବବର୍ଷ ଭଳି ସମସ୍ତଙ୍କ ସହଯୋଗରେ ରଥଯାତ୍ରା ସୁରୁଖୁରୁରେ ଶେଷ ହେବ ବୋଲି ରାଜ୍ୟ ପୋଲିସ ମହାନିର୍ଦ୍ଦେଶକ କହିଛନ୍ତି ।
ବୈଠକରେ ଗୁଇନ୍ଦା ନିର୍ଦ୍ଦେଶକ ସଞ୍ଜୀବ ପଣ୍ଡା, ଅତିରିକ୍ତ ଡିଜି ରାଧାକୃଷ୍ଣ ଶର୍ମା, ଏଡିଜି ସଞ୍ଜୟ କୁମାର, ଅମିତାଭ ଠାକୁର, ଅମେତେନ୍ଦ୍ର ନାଥ ସିହ୍ନା, ଆଶିଷ ସିଂହ, ଅଖିଳେଶ୍ୱର ସିଂହ ପ୍ରମୁଖ ଉପସ୍ଥିତ ଥିଲେ ।












Click it and Unblock the Notifications