ଆଜିଠୁ ଆଡ଼ପ ମଣ୍ଡପରେ ଦର୍ଶନ ଦେବେ ଚତୁର୍ଦ୍ଧାମୁରତୀ
ଆଜିଠୁ ଆଡ଼ପ ମଣ୍ଡପରେ ଦର୍ଶନ ଦେବେ ମହାପ୍ରଭୁ । ଆଜିଠୁ ମିଳିବ ଦୁର୍ଲ୍ଲଭ ଆଡ଼ପ ଅବଢ଼ା । ଗତକାଲି ପହଣ୍ଡି ବିଜେରେ ଆଡପ ମଣ୍ଡପକୁ ବିଜେ କରିଛନ୍ତି ଚତୁର୍ଦ୍ଧାମୂର୍ତ୍ତି ।
ପୁରୀ: ଆଜିଠୁ ଆଡ଼ପ ମଣ୍ଡପରେ ଦର୍ଶନ ଦେବେ ମହାପ୍ରଭୁ । ଆଜିଠୁ ମିଳିବ ଦୁର୍ଲ୍ଲଭ ଆଡ଼ପ ଅବଢ଼ା । ଗତକାଲି ପହଣ୍ଡି ବିଜେରେ ଆଡପ ମଣ୍ଡପକୁ ବିଜେ କରିଛନ୍ତି ଚତୁର୍ଦ୍ଧାମୂର୍ତ୍ତି । ଆଜିଠୁ ଜନ୍ମବେଦିରେ ଶ୍ରୀଜିଉଙ୍କୁ ଦର୍ଶନ କରିବେ ଶ୍ରଦ୍ଧାଳୁ । ଆଜିଠୁ ମଧ୍ୟ ଭକ୍ତଙ୍କୁ ମିଳିବ ଦୁର୍ଲ୍ଲଭ ଆଡ଼ପ ଅବଢ଼ା ।

ସକାଳୁ ଦ୍ବାରଫିଟା ଯିବା ପରେ ଭିତର ଶୋଧ, ମଙ୍ଗଳ ଆଳତୀ, ମଇଲମ, ଅବକାଶ ନୀତି କରାଯାଇ ଦୈନନ୍ଦିନ ନୀତିକାନ୍ତି ଅନୁଷ୍ଠିତ ହୋଇଛି । ପରେ ଗୋପାଳ ବହ୍ଲବ ପୂଜା, ସକାଳ ଧୂପ ଓ ଭୋଗ ମଣ୍ଡପ ନୀତି ହେବା ସହ ଯାତ୍ରାଙ୍ଗୀ ମହାସ୍ନାନ ଆଦି ନୀତି କରାଯାଇ ରାତ୍ରୀରେ ବଡ଼ ସିଂହାର ବେଶ ଓ ଭୋଗ ଅନୁଷ୍ଠିତ ହେବ ।
ଆଡ଼ପ ମଣ୍ଡପରେ ଦର୍ଶନର ବିଶେଷ ମହତ୍ତ୍ୱ ରହିଛି । ଗତ ଦୁଇବର୍ଷ ଧରି ଭକ୍ତ ଏହି ଦର୍ଶନରେ ବଞ୍ଚିତ ଥିଲେ । ଏଥର ଅଧିକ ଭକ୍ତଙ୍କ ସମାଗମ ହେବା ଆଶଙ୍କା ଥିବାରୁ ପ୍ରଶାସନ ବ୍ୟାପକ ପ୍ରସ୍ତୁତି କରିଛି । ଆଡ଼ପ ଦର୍ଶନ ଓ ମହାପ୍ରସାଦ ପାଇବା ନେଇ ହୋଇଛି ସ୍ବତନ୍ତ୍ର ବ୍ୟବସ୍ଥା ।
More From
-
ସୁଭଦ୍ରା ଯୋଜନା ହିତାଧିକାରୀଙ୍କ ଆକାଉଣ୍ଟକୁ ଗଲା ଚତୁର୍ଥ କିସ୍ତି ଟଙ୍କା, ପଠାଇଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ -
ଯୁଦ୍ଧ ଭିତରେ ଋଷ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନଙ୍କ ସହ କଥା ହେଲେ ଟ୍ରମ୍ପ, କହିଲେ ଆଲୋଚନା... -
T20 ବିଶ୍ୱକପ: କେତେ ମିଳିଲା ପୁରସ୍କାର ରାଶି ? -
ସୋମବାର ଶ୍ରୀମନ୍ଦିରରେ ୪ ଘଣ୍ଟା ବନ୍ଦ ରହିବ ସର୍ବସାଧାରଣ ଦର୍ଶନ -
ମଧ୍ୟପ୍ରାଚ୍ୟରେ ମହା ଭୟଙ୍କର ଯୁଦ୍ଧ, ଇସ୍ରାଏଲର ମିସାଇଲ ମାଡ଼ରେ ଆମେରିକାର ୩୦ କୋଟି ଡଲାର ମୂଲ୍ୟର ଥଡ୍ ରେଡାର ସିଷ୍ଟମ ଧ୍ବଂସ -
ବର୍ଷିଲେ ରାଷ୍ଟ୍ରପତି, ଅସନ୍ତୋଷ ପରେ ମମତା ବାନାର୍ଜୀ ଦେଲେ ପ୍ରତିକ୍ରିୟା -
ବଦଳିଲା ବୁକିଂ ନିୟମ, ଏଣିକି ୨୧ ଦିନ ନ ହେଲେ ମିଳିବନି ନୂଆ ସିଲିଣ୍ଡର -
ଦକ୍ଷିଣ ଲେବାନନ୍ ଉପରେ ପୁନର୍ବାର ଆକ୍ରମଣ କଲା ଇସ୍ରାଏଲ, ଏପର୍ଯ୍ୟନ୍ତ ଯୁଦ୍ଧରେ ୧,୨୩୦ ଲୋକଙ୍କର ମୃତ୍ୟୁ -
ଟି୨୦ ବିଶ୍ୱକପରେ ଇତିହାସ ରଚିଲା ଭାରତ , ଗମ୍ଭୀରଙ୍କ ପାଇଁ ଇନଷ୍ଟା ପୋଷ୍ଟ୍ କଲେ ଧୋନୀ -
ଘରୋଇ ମାଟିରେ ଭାରତର ବଡ଼ ବିଜୟ, ଖୁସିରେ ଝୁମିଲେ ବିରାଟ -
ଭେନେଜୁଏଲାରୁ ୧୦୦ ନିୟୁତ ଡଲାର ମୂଲ୍ୟର ସୁନା ପାଇଛି ଆମେରିକାର ; ଗୃହ ସଚିବ -
ସାବଧାନ! ହାଡ଼କୁ ଦୁର୍ବଳ କରୁଛି ଏହି ସବୁ ଜିନିଷ












Click it and Unblock the Notifications