ସ୍ନାନ ମଣ୍ଡପରେ ଭକ୍ତଙ୍କୁ ୩ ଘଣ୍ଟା ଦର୍ଶନ ଦେବେ ଚତୁର୍ଦ୍ଧାମୂରତୀ
ଶେଷ ହୋଇଛି ଶ୍ରୀମନ୍ଦିର ପରିଚାଳନା କମିଟି ବୈଠକ । ଗଜପତି ମହାରାଜ ଦିବ୍ୟସିଂହ ଦେବଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ବୈଠକରେ ସ୍ନାନଯାତ୍ରା, ରଥଯାତ୍ରା ଓ ବାହୁଡ଼ାଯାତ୍ରା ପାଇଁ ନୀତି ନିର୍ଘଣ୍ଟ ହୋଇଛି।
ପୁରୀ: ଶେଷ ହୋଇଛି ଶ୍ରୀମନ୍ଦିର ପରିଚାଳନା କମିଟି ବୈଠକ । ଗଜପତି ମହାରାଜ ଦିବ୍ୟସିଂହ ଦେବଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ବୈଠକରେ ସ୍ନାନଯାତ୍ରା, ରଥଯାତ୍ରା ଓ ବାହୁଡ଼ାଯାତ୍ରା ପାଇଁ ନୀତି ନିର୍ଘଣ୍ଟ ହୋଇଛି। ଛତିଶାନିଯୋଗ ବୈଠକରେ ଚୂଡ଼ାନ୍ତ ହୋଇଥିବା ନୀତିକାନ୍ତିର ବ୍ୟବସ୍ଥାବଳିରେ ଆଜିର ବୈଠକରେ ମୋହର ଲାଗିଛି ।

ତେବେ ୩ ଘଣ୍ଟା ପାଇଁ ସ୍ନାନ ମଣ୍ଡପରେ ଭକ୍ତଙ୍କୁ ଦର୍ଶନ ଦେବେ ଚତୁର୍ଦ୍ଧାମୂର୍ତ୍ତି । କୈାଣସି ଭକ୍ତ ଶ୍ରୀବିଗ୍ରହଙ୍କୁ ସ୍ପର୍ଶ କରିପାରିବେ ନାହିଁ । ଏନେଇ ବୈଠକରେ ନିଷ୍ପତ୍ତି ହୋଇଛି । ସେହିପରି ସ୍ନାନଯାତ୍ରା ଦିନ ପହଣ୍ଡି ସମୟରେ କେତେ ଜଣ ସେବାୟତ ନିୟୋଜିତ ହେବେ ଏବଂ ସ୍ନାନବେଦୀରେ କେତେ ଜଣ ସେବାୟତ ରହିପାରିବେ, ସେନେଇ ମଧ୍ୟ ଚର୍ଚ୍ଚା ହୋଇଛି।
ରଥଯାତ୍ରା ଓ ଦେବସ୍ନାନ ପୂର୍ଣ୍ଣିମା ନୀତି ନିର୍ଘଣ୍ଟ
ଜୁନ୍ ୧୪ରେ ହେବାକୁ ଥିବା ଦେବସ୍ନାନ ପୂର୍ଣ୍ଣିମା ପାଇଁ ଶ୍ରୀମନ୍ଦିର ପ୍ରଶାସନ, ସେବାୟତ, ଜିଲ୍ଲା ପୋଲିସ ପ୍ରଶାସନ ପକ୍ଷରୁ ବ୍ୟାପକ ବ୍ୟବସ୍ଥା ଗ୍ରହଣ କରାଯାଇଛି । ସ୍ନାନ ପୂର୍ଣ୍ଣିମା ଦିନ ମଙ୍ଗଳାର୍ପଣ, ଡୋରଲାଗି ଓ ପୁଷ୍ପାଞ୍ଜଳି ପରେ ପହଣ୍ଡି ଆରମ୍ଭ ହେବ । ଏଥର ଭକ୍ତଙ୍କ ଗହଣରେ ଦେବସ୍ନାନ ପୂର୍ଣ୍ଣିମା ଅନୁଷ୍ଠିତ ହେବାକୁ ଯାଉଥିବାରୁ ଦ୍ବିଗୁଣା ଭକ୍ତଙ୍କ ସମାଗମ ହେବାର ସମ୍ଭାବନା ରହିଛି ।
ଜୁନ୍ ୧୪ରେ ଭୋର ୪ଟାରେ ପହଣ୍ଡି ଆରମ୍ଭ ହୋଇ ୬ଟାରେ ଶେଷ ହେବ । ସକାଳ ୯.୩୦ରୁ ୧୧.୩୦ ମଧ୍ୟରେ ଜଳ ବିଜେ ଓ ପୂଜା ହୋଇ ୧୨.୧୫ରେ ଛେରା ପହଁରା ଓ ୧୨.୩୦ରୁ ୨.୩୦ ମଧ୍ୟରେ ହାତୀବେଶ ଶେଷ କରାଯିବ । ସକାଳେ ପରିମାଣିକ ଟିକେଟ ମାଧ୍ୟମରେ ଦର୍ଶନ ବ୍ୟବସ୍ଥା କରାଯିବ । ଭକ୍ତମାନେ ବଡ଼ଦାଣ୍ଡରୁ ଜଳଲାଗି ଓ ହାତୀବେଶ ପରେ ତିନି ଘଣ୍ଟା ସ୍ନାନ ମଣ୍ଡପ ଉପରେ ମହାପ୍ରଭୁଙ୍କ ଅପୂର୍ବ ବେଶ ଦେଖିବାର ସୁଯୋଗ ପାଇବେ ।
ସୂଚନାଯୋଗ୍ୟ, ଆସନ୍ତା ୧୪ ତାରିଖ ଦିନ ଶ୍ରୀଜିଉଙ୍କର ସ୍ନାନଯାତ୍ରା ଅନୁଷ୍ଠିତ ହେବ। ବିଗତ ୨ ବର୍ଷରେ ହୋଇଥିବା ସ୍ନାନଯାତ୍ରାରେ କୋଭିଡ-୧୯ ଯୋଗୁଁ ସାଧାରଣ ଭକ୍ତଙ୍କୁ ସାମିଲ କରାଯାଇ ନଥିଲା। ଏଥର କିନ୍ତୁ କୋଭିଡ-୧୯ ନିୟନ୍ତ୍ରିତ ଥିବାରୁ ସାଧାରଣ ଭକ୍ତ ମହାପ୍ରଭୁଙ୍କ ସ୍ନାନଯାତ୍ରାରେ ସାମିଲ ହୋଇପାରିବେ।












Click it and Unblock the Notifications