ଆରମ୍ଭ ହେଲା ରଥଟଣା, ବଡ଼ଦାଣ୍ଡରେ ପ୍ରଥମେ ଗଡ଼ିଲା ତାଳଧ୍ୱଜ ରଥ
ଆରମ୍ଭ ହେଲା ରଥଟଣା । ବଡ଼ଦାଣ୍ଡରେ ପ୍ରଥମେ ଗଡ଼ିଲା ତାଳଧ୍ୱଜ ରଥ । ଘଣ୍ଟଘଣ୍ଟା ନାଦରେ ପ୍ରକମ୍ପିତ ହେଉଛି ବଡ଼ଦାଣ୍ଡ, ହୁଳହୁଳି ଓ ହରିବୋଲ ଧ୍ୱନିରେ ପ୍ରକମ୍ପିତ ହେଉଛି ଶ୍ରୀକ୍ଷେତ୍ର ।
ପୁରୀ: ଆରମ୍ଭ ହେଲା ରଥଟଣା । ବଡ଼ଦାଣ୍ଡରେ ପ୍ରଥମେ ଗଡ଼ିଲା ତାଳଧ୍ୱଜ ରଥ । ଘଣ୍ଟଘଣ୍ଟା ନାଦରେ ପ୍ରକମ୍ପିତ ହେଉଛି ବଡ଼ଦାଣ୍ଡ, ହୁଳହୁଳି ଓ ହରିବୋଲ ଧ୍ୱନିରେ ପ୍ରକମ୍ପିତ ହେଉଛି ଶ୍ରୀକ୍ଷେତ୍ର ।

ପରମ୍ପରା ଅନୁସାରେ ପ୍ରଥମେ ଶ୍ରୀ ବଳଭଦ୍ରଙ୍କର ରଥ ଟଣା ଯାଇଛି । ରଥରେ ଅଶ୍ୱ ଯୋଖା ହେବା ପରେ ତାଳଧ୍ୱଜ ରଥ ଟଣା ଆରମ୍ଭ ହୋଇଛି । ବିଭିନ୍ନ ନୀତିକାନ୍ତି ପରେ ନିର୍ଦ୍ଧାରିତ ସମୟ ଠାରୁ ପ୍ରାୟ ଦେଢ ଘଣ୍ଟା ପୂର୍ବରୁ ତାଳଧ୍ୱଜ ରଥ ମାଉସୀ ମା' ଅଭିମୁଖେ ଗଡିଛି । ଡାହୁକ ରଥ ଉପରେ ଛିଡା ହୋଇ ଳମ୍ବା ବେତ ଧରି ଭକ୍ତ ମାନଙ୍କୁ ରଥ ଟାଣିବାକୁ ଉତ୍ସାହିକ କରୁଛନ୍ତି
ସର୍ବପ୍ରଥମେ ବଳଭଦ୍ର ମହାପ୍ରଭୁଙ୍କ ତାଳଧ୍ୱଜ ରଥ ଟଣାଯାଏ । ସମତାଳରେ ଉଭୟ ଭଟିମୁଣ୍ଡା ଓ ପୁରୀ ଘଣ୍ଟୁଆମାନେ ଏହି ସମୟରେ ଘଣ୍ଟ ବଜାଇଥାନ୍ତି। ଡାହୁକ ରଥ ଉପରେ ଠିଆ ହୋଇ ଯୋଡ଼ି ଲମ୍ବା ବେତ ଧରି ରଥ ବୋଲି ଗୀତ ଗାଇ ଭକ୍ତଜନଙ୍କୁ ଆମୋଦିତ କରିଥାନ୍ତି । ସର୍ବ ଧର୍ମ ନିର୍ବିଶେଷରେ ଲକ୍ଷ ଲକ୍ଷ ଶ୍ରଦ୍ଧାଳୁ ଭକ୍ତ ରଥ ଦଉଡ଼ି ଧାରଣ ପୂର୍ବକ ଆନନ୍ଦ ମନରେ ରଥକୁ ଟାଣିଥାନ୍ତି । ଭକ୍ତମାନଙ୍କ ହରିବୋଲ, ହୁଳହୁଳି, ସଂକୀର୍ତ୍ତନ ଇତ୍ୟାଦିରେ ସମଗ୍ର ବଡ଼ଦାଣ୍ଡ ଏକ ଆଧ୍ୟାତ୍ମିକ ପରିବେଶ ସୃଷ୍ଟି ହୋଇଥାଏ । ତାଳଧ୍ୱଜ ରଥ ପରେ ଦେବୀ ସୁଭଦ୍ରାଙ୍କ ଦେବଦଳନ ଓ ଜଗନ୍ନାଥଙ୍କ ନନ୍ଦିଘୋଷ ରଥ ଟଣା ଯାଇଥାଏ ।
-
ସୁଭଦ୍ରା ଯୋଜନା ହିତାଧିକାରୀଙ୍କ ଆକାଉଣ୍ଟକୁ ଗଲା ଚତୁର୍ଥ କିସ୍ତି ଟଙ୍କା, ପଠାଇଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ -
ଯୁଦ୍ଧ ଭିତରେ ଋଷ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନଙ୍କ ସହ କଥା ହେଲେ ଟ୍ରମ୍ପ, କହିଲେ ଆଲୋଚନା... -
T20 ବିଶ୍ୱକପ: କେତେ ମିଳିଲା ପୁରସ୍କାର ରାଶି ? -
ସୋମବାର ଶ୍ରୀମନ୍ଦିରରେ ୪ ଘଣ୍ଟା ବନ୍ଦ ରହିବ ସର୍ବସାଧାରଣ ଦର୍ଶନ -
ମଧ୍ୟପ୍ରାଚ୍ୟରେ ମହା ଭୟଙ୍କର ଯୁଦ୍ଧ, ଇସ୍ରାଏଲର ମିସାଇଲ ମାଡ଼ରେ ଆମେରିକାର ୩୦ କୋଟି ଡଲାର ମୂଲ୍ୟର ଥଡ୍ ରେଡାର ସିଷ୍ଟମ ଧ୍ବଂସ -
ବର୍ଷିଲେ ରାଷ୍ଟ୍ରପତି, ଅସନ୍ତୋଷ ପରେ ମମତା ବାନାର୍ଜୀ ଦେଲେ ପ୍ରତିକ୍ରିୟା -
ବଦଳିଲା ବୁକିଂ ନିୟମ, ଏଣିକି ୨୧ ଦିନ ନ ହେଲେ ମିଳିବନି ନୂଆ ସିଲିଣ୍ଡର -
ଦକ୍ଷିଣ ଲେବାନନ୍ ଉପରେ ପୁନର୍ବାର ଆକ୍ରମଣ କଲା ଇସ୍ରାଏଲ, ଏପର୍ଯ୍ୟନ୍ତ ଯୁଦ୍ଧରେ ୧,୨୩୦ ଲୋକଙ୍କର ମୃତ୍ୟୁ -
ଟି୨୦ ବିଶ୍ୱକପରେ ଇତିହାସ ରଚିଲା ଭାରତ , ଗମ୍ଭୀରଙ୍କ ପାଇଁ ଇନଷ୍ଟା ପୋଷ୍ଟ୍ କଲେ ଧୋନୀ -
ଘରୋଇ ମାଟିରେ ଭାରତର ବଡ଼ ବିଜୟ, ଖୁସିରେ ଝୁମିଲେ ବିରାଟ -
ଭେନେଜୁଏଲାରୁ ୧୦୦ ନିୟୁତ ଡଲାର ମୂଲ୍ୟର ସୁନା ପାଇଛି ଆମେରିକାର ; ଗୃହ ସଚିବ -
ସାବଧାନ! ହାଡ଼କୁ ଦୁର୍ବଳ କରୁଛି ଏହି ସବୁ ଜିନିଷ












Click it and Unblock the Notifications