ଆଜି ଶ୍ରୀଜିଉଙ୍କ ବନକଲାଗି ନୀତି ସହ ଖଡି ପ୍ରସାଦ ବିଜେ

ଆଜି ଶ୍ରୀଜିଉଙ୍କ ବନକଲାଗି । ଶ୍ରୀମନ୍ଦିରରେ ଅନୁଷ୍ଠିତ ହେବ ସ୍ୱତନ୍ତ୍ର ନୀତିକାନ୍ତି । କଳା, ଧଳା, ନାଲି, ହରିତାଳ ଆଦି ପାରମ୍ପରିକ ରଙ୍ଗରେ ମହାପ୍ରଭୁଙ୍କ ଶ୍ରୀମୁଖ ଶୃଙ୍ଗାର କରିବେ ଦତ୍ତ ମହାପାତ୍ର ସେବକ । ଆଜି ଚତୁର୍ଦ୍ଦଶୀ ତିଥିରେ ବନକଲାଗି ଅନୁଷ୍ଠିତ ହେବ ।

ପୁରୀ: ଆଜି ଶ୍ରୀଜିଉଙ୍କ ବନକଲାଗି । ଶ୍ରୀମନ୍ଦିରରେ ଅନୁଷ୍ଠିତ ହେବ ସ୍ୱତନ୍ତ୍ର ନୀତିକାନ୍ତି । କଳା, ଧଳା, ନାଲି, ହରିତାଳ ଆଦି ପାରମ୍ପରିକ ରଙ୍ଗରେ ମହାପ୍ରଭୁଙ୍କ ଶ୍ରୀମୁଖ ଶୃଙ୍ଗାର କରିବେ ଦତ୍ତ ମହାପାତ୍ର ସେବକ । ଆଜି ଚତୁର୍ଦ୍ଦଶୀ ତିଥିରେ ବନକଲାଗି ଅନୁଷ୍ଠିତ ହେବ ।

 Ratha Yatra 2022

ସେପଟେ ଘଣ୍ଟ, ଛତା, କାହାଳୀ ମଧ୍ୟରେ ଶ୍ରୀନହରକୁ ଖଡ଼ିପ୍ରସାଦ ବିଜେ କରାଯିବ । ମହାପ୍ରଭୁଙ୍କୁ ଲାଗି ହୋଇଥିବା ଖଡିପ୍ରସାଦ ଦଇତାପତି ଓ ଦତ୍ତମହାପାତ୍ର ସେବକମାନେ ରୂପା ଥାଳିରେ ଆଣି ଗଜପତି ମହାରାଜାଙ୍କୁ ପ୍ରସାଦ ଅର୍ପଣ କରିବେ । ଏହା ପରେ ହିଙ୍ଗୁଳ, ହରିତାଳ,କେଶର, କସ୍ତୁରୀ, ଧଳା ଓ କଳା ରଙ୍ଗ ବ୍ୟବହାର କରି ମହାପ୍ରଭୁଙ୍କ ବନକଲାଗି ବା ଶ୍ରୀମୁଖ ଶୃଙ୍ଗାର କରାଯିବ । ଆସନ୍ତକାଲି ନବଯୌବନ ବେଶରେ ଦର୍ଶନ ଦେବେ ମହାପ୍ରଭୁ ।

ସେପଟେ ରଥ ଖଳାରେ ଶେଷ ପର୍ଯ୍ୟାୟରେ ନିର୍ମାଣ କାମ । ଚିତ୍ରକର ସେବକ ରଙ୍ଗ କାର୍ଯ୍ୟ ଜାରି ରଖିଥିବା ବେଳେ ଆଜି ରଥରେ ପାର୍ଶ୍ୱଦେବାଦେବୀ ଲଗାଯିବା ସହ ଅନ୍ୟାନ୍ୟ କାର୍ଯ୍ୟ କରାଯିବ ।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+