ଆଜି ଶ୍ରୀମନ୍ଦିରରେ ହେବ ଘଣାଲାଗି ନୀତି
ଆଜି ମହାପ୍ରଭୁଙ୍କ ଅଣସରର ତ୍ରୟୋଦଶୀ ତିଥି । ଅନୁଷ୍ଠିତ ହେବ ମହାପ୍ରଭୁଙ୍କ ଘଣା ଏବଂ ଖଳି ପ୍ରସାଦ ଲାଗି ନୀତି । ଅଣସର ତ୍ରୟୋଦଶୀରେ ଘଣା ଲାଗି ଓ ଶ୍ରୀପୟର ମୁଦ ଉପଲକ୍ଷେ ପାଟଡୋର ଓ ଖଳି ପ୍ରସାଦ ଲାଗି ହୋଇଥାଏ ।
ପୁରୀ: ଆଜି ମହାପ୍ରଭୁଙ୍କ ଅଣସରର ତ୍ରୟୋଦଶୀ ତିଥି । ଅନୁଷ୍ଠିତ ହେବ ମହାପ୍ରଭୁଙ୍କ ଘଣା ଏବଂ ଖଳି ପ୍ରସାଦ ଲାଗି ନୀତି । ଅଣସର ତ୍ରୟୋଦଶୀରେ ଘଣା ଲାଗି ଓ ଶ୍ରୀପୟର ମୁଦ ଉପଲକ୍ଷେ ପାଟଡୋର ଓ ଖଳି ପ୍ରସାଦ ଲାଗି ହୋଇଥାଏ ।

ସ୍ନାନପୂର୍ଣ୍ଣିମା ଠାରୁ ଅସୁସ୍ଥ ହୋଇ ଅଣସରଘରେ ଥିବା ଶ୍ରୀଜୀଉମାନେ ସୁସ୍ଥ ହୋଇଛନ୍ତି । ସୁସ୍ଥ ହେବା ପରେ ଶ୍ରୀମନ୍ଦିରରେ ଆଜି ମହାପ୍ରଭୁଙ୍କର ଘଣାଲାଗି ନୀତି ଅନୁଷ୍ଠିତ ହେବ । ଶନିବାର ବିଳମ୍ବିତ ରାତିରୁ ଦଇତାପତି ସେବକମାନେ ଏଥିପାଇଁ ପ୍ରସ୍ତୁତି ଆରମ୍ଭ କରିଦେଇଛନ୍ତି । ଆଜି ବିଳମ୍ବିତ ରାଜି ପର୍ଯ୍ୟନ୍ତ ଏହି ନୀତିକାନ୍ତି ଚାଲିବ ।
ଅଣସର ଗୃହରେ ଗୋପନୀୟ ଭାବେ ଶ୍ରୀଜିଉଙ୍କୁ ଘଣା ଲାଗି ପରେ ଖଳି ଲାଗି ଓ ତତ୍ପରେ ଖଡ଼ି ଲାଗି ହୋଇଥାଏ । ଘଣ୍ଟ, ଛତ୍ର, କାହାଳି ସହ ଖଳି ପ୍ରସାଦକୁ ସୁଦ୍ଧ ସୁଆରଙ୍କ ଘରୁ ଶ୍ରୀମନ୍ଦିରକୁ ବିଜେ କରାଯାଇଥାଏ । ଶୁଦ୍ଧ ସୁଆରଙ୍କଦ୍ୱାରା ପ୍ରସ୍ତୁତ ଏହି ଦିବ୍ୟ ପ୍ରଲେପକୁ ରୂପା ପିଙ୍ଗଣରେ ରଖି ଦଇତାପତି ସେବକ ମହାପ୍ରଭୁଙ୍କ ଶ୍ରୀଅଙ୍ଗରେ ଲାଗି କରିଥାନ୍ତି । ଭିତର ଖଳି ଲାଗି ପୂର୍ବରୁ ପ୍ରଭୁଙ୍କ ଘଣା ଲାଗି ଗୋପନ ନୀତି ସଂପନ୍ନ ହୋଇଥାଏ ।












Click it and Unblock the Notifications