ଆଜି ପବିତ୍ର ହେରା ପଞ୍ଚମୀ, ନନ୍ଦିଘୋଷ ରଥ ଭାଙ୍ଗିବେ ମହାଲକ୍ଷ୍ମୀ
ଆଜି ପବିତ୍ର ହେରା ପଞ୍ଚମୀ । ମହାପ୍ରଭୁଙ୍କ ନନ୍ଦିଘୋଷ ରଥ ଭାଙ୍ଗିବେ ରାଗ ଜର୍ଜରିତ ମାଆ ମହାଲକ୍ଷ୍ମୀ । ତାଙ୍କୁ ସାଙ୍ଗରେ ନ ନେଇ ନବଦିନାତ୍ମକ ଯାତ୍ରାରେ ଯାଇଥିବା ଚତୁର୍ଦ୍ଧାମୂର୍ତ୍ତୀଙ୍କ ଉପରେ ରାଗରେ ଜର୍ଜରିତ ମାଆ ମହାଲକ୍ଷ୍ମୀ ।
ପୁରୀ: ଆଜି ପବିତ୍ର ହେରା ପଞ୍ଚମୀ । ମହାପ୍ରଭୁଙ୍କ ନନ୍ଦିଘୋଷ ରଥ ଭାଙ୍ଗିବେ ରାଗ ଜର୍ଜରିତ ମାଆ ମହାଲକ୍ଷ୍ମୀ । ତାଙ୍କୁ ସାଙ୍ଗରେ ନ ନେଇ ନବଦିନାତ୍ମକ ଯାତ୍ରାରେ ଯାଇଥିବା ଚତୁର୍ଦ୍ଧାମୂର୍ତ୍ତୀଙ୍କ ଉପରେ ରାଗରେ ଜର୍ଜରିତ ମାଆ ମହାଲକ୍ଷ୍ମୀ । ସନ୍ଧ୍ୟାଧୂପ ପରେ ମହାଲକ୍ଷ୍ମୀ ବିମାନରେ ଶ୍ରୀଗୁଣ୍ଡିଚା ମନ୍ଦିର ଆସିବା ପରେ ପ୍ରଥମେ ନନ୍ଦିଘୋଷ ରଥ ନିକଟରେ ରହିଥାନ୍ତି । ସେଠାରେ ମହାଲକ୍ଷ୍ମୀଙ୍କୁ ମହାପ୍ରସାଦ ଲାଗି, ବନ୍ଦାପନା, ଚାମର ଆଲଟ ଆଦି ସହ ଦହି ପଟି ମଣୋହି ନୀତି ଅନୁଷ୍ଠିତ ହୋଇଥାଏ ।

ଘଣ୍ଟଘଣ୍ଟା, କାହାଳୀ ଶୋଭାଯାତ୍ରାରେ ବଡ଼ଦାଣ୍ଡ ଦେଇ ଶ୍ରୀଗୁଣ୍ଡିଚା ମନ୍ଦିରଠାରେ ପହଞ୍ଚିବେ। କାଳିଆ ଠାକୁର ଜନ୍ମବେଦୀକୁ ଆସିବା ପରମ୍ପରା ମୁତାବକ ମହାଲକ୍ଷ୍ମୀ ଶ୍ରୀମନ୍ଦିରରୁ ବିଜେ କରି ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ରଥ ଉପରେ ରାଗ ସୁଝାଇବେ। ରଥ ଭାଙ୍ଗି ପୁଣି ଶ୍ରୀମନ୍ଦିର ଚାଲିଯିବେ। ହେରାପଞ୍ଚମୀ ନୀତିପରେ ବୁଧବାର ଠାରୁ ବାହୁଡାଯାତ୍ରା ପ୍ରସ୍ତୁତି ଆରମ୍ଭ ହେବ। ହେରାପଞ୍ଚମୀ ନୀତି ନନ୍ଦିଘୋଷ ରଥ ପାଖରୁ ଆରମ୍ଭ ହୋଇ ନାକଚଣା ଦ୍ୱାର ନିକଟରେ ଶେଷ ହେବ। ଏଥିପାଇଁ ସମସ୍ତ ପ୍ରସ୍ତୁତି ଶେଷ ହୋଇଛି।
-
ଯୁଦ୍ଧ ଭିତରେ ଇରାନ ସହ କଥା ହେଲା ଭାରତ, ଜାଣନ୍ତୁ କଣ ହେଲା ଆଲୋଚନା -
ହରିଶ ରାଣାଙ୍କୁ ମିଳିଲା ଇଚ୍ଛାମୃତ୍ୟୁ -
ଇରାନ ପାଇଁ ଆମେରିକା ଋଷ ମୁହାଁମୁହିଁ , ଋଷକୁ ବଡ ଚେତାବନୀ ଦେଲେ ଆମେରିକା -
ସଞ୍ଜୁ ସାମସନ ହୋଇପାରନ୍ତି ପରବର୍ତ୍ତୀ ଟି୨୦ ଅଧିନାୟକ -
ବାଚସ୍ପତିଙ୍କ ବିପକ୍ଷରେ ବିରୋଧୀଙ୍କ ଅବିଶ୍ୱାସ ପ୍ରସ୍ତାବ ଖାରଜ -
ଦିଲ୍ଲୀ ଏମ୍ସରେ ରାଜସ୍ୱ ମନ୍ତ୍ରୀ ସୁରେଶ ପୂଜାରୀଙ୍କ ଅସ୍ତ୍ରୋପଚାର ସଫଳ, ସ୍ୱାସ୍ଥ୍ୟାବସ୍ଥା ସ୍ଥିର ଥିବା ଏମ୍ସ ପକ୍ଷରୁ ସୂଚନା -
ବର୍ଷା ପାଇଁ ୪ ଜିଲ୍ଲାକୁ ଆଲର୍ଟ ଜାରି, ଆସନ୍ତା ୨୪ ଘଣ୍ଟାରେ... -
୬୯ ମଣ୍ଡି ନୋଡାଲ ଅଫିସର୍ଙ୍କ ମାର୍ଚ୍ଚ ମାସ ଦରମା ବନ୍ଦ, ଦରମା ବନ୍ଦ କଲେ ଜିଲ୍ଲାପାଳ -
ରାଜ୍ୟରେ ରନ୍ଧନ ଗ୍ୟାସ ସଙ୍କଟ, ଠିକ୍ ସମୟରେ ଆସୁନି ଗ୍ୟାସ୍ ସିଲିଣ୍ଡର -
ରାଜ୍ୟର ଏହି ୪ ଜିଲ୍ଲାରେ ଖୋଲିବ ଚାଉଳ ATM, ସୂଚନା ଦେଲେ ମନ୍ତ୍ରୀ -
୪ ଜିଲ୍ଲାରେ କାଳବେଶାଖୀ ସମ୍ଭାବନା -
IPL 2026: ଏହି ଦିନ ଘୋଷଣା ହେଵ କାର୍ଯ୍ୟସୂଚୀ !












Click it and Unblock the Notifications