ଆସନ୍ତାକାଲି ଶ୍ରୀଜିଉଙ୍କ ନବଯୌବନ ଦର୍ଶନ

ଆସନ୍ତାକାଲି ମହାପ୍ରଭୁଙ୍କ ନବଯୌବନ ଦର୍ଶନ । ସକାଳ ୮ ଟାରେ ତାଟି ଫିଟିବା ପରେ ପ୍ରଥମେ ଏକ ଘଣ୍ଟା ପରିମାଣିକ ଦର୍ଶନ ପାଇଁ ଧାର୍ଯ୍ୟ କରାଯାଇଛି । ଏହା ପରେ ସକାଳ ୯ଟାରୁ ୧୦ଟା ୩୦ ପର୍ଯ୍ୟନ୍ତ ସର୍ବସାଧାରଣ ଦର୍ଶନ ସମୟ ରହିଛି ।

ପୁରୀ: ଆସନ୍ତାକାଲି ମହାପ୍ରଭୁଙ୍କ ନବଯୌବନ ଦର୍ଶନ । ସକାଳ ୮ ଟାରେ ତାଟି ଫିଟିବା ପରେ ପ୍ରଥମେ ଏକ ଘଣ୍ଟା ପରିମାଣିକ ଦର୍ଶନ ପାଇଁ ଧାର୍ଯ୍ୟ କରାଯାଇଛି । ଏହା ପରେ ସକାଳ ୯ଟାରୁ ୧୦ଟା ୩୦ ପର୍ଯ୍ୟନ୍ତ ସର୍ବସାଧାରଣ ଦର୍ଶନ ସମୟ ରହିଛି ।

Ratha Yatra 2022

ସେହିପରି ଅପରାହ୍ନ ୨ଟାରୁ ୩ଟା, ସନ୍ଧ୍ୟା ୬ରୁ ସାଢେ ୬, ରାତି ୯ରୁ ୧୦ଟା ୩୦ ଓ ରାତି ୧୧ଟା ୩୦ରୁ ୧୨ଟା ୩୦ ଯାଏ ସର୍ବସାଧାରଣ ଦର୍ଶନ ଉପଲବ୍ଧ ହେବ । ବିଶେଷ ନୀତି ପାଇଁ ସକାଳ ୧୦ଟା ୩୦ରୁ ଅପରାହ୍ନ ୨ଟା, ଅପରାହ୍ନ ୩ଟାରୁ ସନ୍ଧ୍ୟା ୬ଟା ଓ ସନ୍ଧ୍ୟା ୬ଟା ୩୦ରୁ ରାତି ୯ ଟା ଯାଏ ଏବଂ ରାତି ୧୦ଟା ୩୦ରୁ ୧୧ଟା ୩୦ ଯାଏ ସର୍ବ ସାଧାରଣ ଦର୍ଶନ ବନ୍ଦ ରହିବ ।

ଆଉ ଦୁଇଟା ଦିନ ପରେ ଘୋଷଯାତ୍ରା । ଦୁଇବର୍ଷ ପରେ ଭକ୍ତ ଶ୍ରୀମନ୍ଦିର ଯାଇ ଶ୍ରୀଜୀଉଙ୍କ ଦର୍ଶନ ପାଇପାରିବେ । ସେଥିପାଇଁ ଶ୍ରୀଜୀଉଙ୍କ ବନକ ଲାଗି ନୀତି ଚାଲିଛି । ଏଥିସହ ଚନ୍ଦନ ଲାଗି ମଧ୍ୟ ଚାଲିଛି । ଦତ୍ତମହାପାତ୍ର ସେବକମାନେ ବନକ ଲାଗି କରିବେ । ଶ୍ରୀଜୀଉଙ୍କ ଶ୍ରୀମୁଖ ଶୃଙ୍ଗାର ପାଇଁ ହିଙ୍ଗୁଳ,ହରିତାଳ, କେଶର,କସ୍ତୁରୀ କଳା ଓ ଧଳା ପ୍ରାକୃତିକ ରଙ୍ଗ ଲେପନ କରିବେ । ସେପରି ଆଜି ବିଳମ୍ବିତ ରାତ୍ରିରେ ମଧ୍ୟ ବନକ ଲାଗି ନୀତି କରାଯିବ ।

ସେହିପରି ନବଯୌବନ ଦର୍ଶନ ପରଦିନ ଉଭାଯାତ୍ରା । ସକାଳ ୪ରୁ ୬ଟା ୩୦, ମଧ୍ୟାହ୍ନ ୧୨ଟା ୩୦ରୁ ଅପରାହ୍ନ ଗୋଟାଏ ୩୦ ଓ ଅପରାହ୍ନ ୩ଟା ୩୦ରୁ ସନ୍ଧ୍ୟା ୫ଟା ଯାଏ ଜଗାଦର୍ଶନ କରିପାରିବେ ଭକ୍ତ । ସକାଳ ୬ଟା ୩୦ରୁ ଦିନ ୧୨ଟା ୩୦, ଅପରାହ୍ନ ଗୋଟାଏ ୩୦ରୁ ୩ଟା ୩୦ ଯାଏ ସାଧାରଣ ଦର୍ଶନ ବନ୍ଦ ରହିବ । ଶ୍ରୀଗୁଣ୍ଡିଚା ଯାତ୍ରା ନୀତିକାନ୍ତି ତଥା ନିର୍ଦ୍ଧାରିତ ସମୟରେ ପହଣ୍ଡି ସମ୍ପାଦନ ପାଇଁ ପ୍ରସ୍ତୁତି ପାଇଁ ଉଭାଯାତ୍ରା ଦିନ ସନ୍ଧ୍ୟା ୫ଟା ପରେ ମହାପ୍ରଭୁଙ୍କ ସର୍ବସାଧାରଣ ଦର୍ଶନ ଉପଲବ୍ଧ ହେବ ନାହିଁ ବୋଲି ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ସୂଚନା ଦିଆଯାଇଛି ।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+