ପୁରୀ: ରାତି ପାହିଲେ କାଳିଆ ସାଅନ୍ତଙ୍କ ବିଶ୍ୱପ୍ରସିଦ୍ଧ ରଥଯାତ୍ରା । ତେବେ ଏଥି ପାଇଁ ଆଜି ଅପରାହ୍ନରେ ପୂର୍ବ ନିର୍ଦ୍ଧାରିତ ନୀତି ନିର୍ଘଣ୍ଟ ଅନୁଯାୟୀ ସକାଳ ଧୂପ ପରେ ଆଜ୍ଞାମାଳ ବିଜେ ନୀତି ଅନୁଷ୍ଠିତ ହୋଇଛି ।