ଅଣସର ଘରେ ଚାଲିଛି ଶ୍ରୀଜିଉଙ୍କ ଗୁପ୍ତ ସେବା, ଆଜି ଲାଗି ହେବ ଓଷ

ପୁରୀ: ସ୍ନାନବେଦୀରେ 108 ଗରା ସୁବାସିତ ଜଳରେ ସ୍ନାନ କରିବା ପରେ ଜ୍ୱରରେ ପଡ଼ିଛନ୍ତି ଚତୁର୍ଦ୍ଧା ମୂର୍ତ୍ତି । ବଡ଼ ଠାକୁରଙ୍କୁ ସୁସ୍ଥ କରିବାକୁ ସେବାରେ ଲାଗିଛନ୍ତି ଦଇତାପତି । ବଇଦ ମହାରାଜଙ୍କ ପରାମର୍ଶ କ୍ରମେ ବିଭିନ୍ନ ଉପଚାର କରୁଛନ୍ତି ଦଇତାପତି ସେବକ ।
ମହାପ୍ରଭୁଙ୍କ ସୁସ୍ଥତା ପାଇଁ ଶ୍ରୀଅଙ୍ଗରେ ଲାଗି ହୋଇଛି ଫୁଲୁରୀ ତେଲ । ପୂର୍ବ ପରମ୍ପରା ଅନୁଯାୟୀ ସ୍ୱତନ୍ତ୍ର ଭାବେ ପ୍ରସ୍ତୁତ ହୋଇଥିବା ଫୁଲୁରୀ ତେଲ ବଡ଼ ଓଡ଼ିଆ ମଠ ଯୋଗାଇଦେଇଥିଲା । ରାଶିତେଲରେ ବିଭିନ୍ନ ପ୍ରକାର ଚେର, ଔଷଧୀୟ ଫୁଲ ମିଶାଇ ଗୋଟିଏ ବର୍ଷତଳୁ ମାଟିତଳେ ପୋତାଯାଇଥାଏ । ମହାପ୍ରଭୁଙ୍କ ଶ୍ରୀଅଙ୍ଗରେ ସେବାୟତ ଏହି ଫୁଲୁରୀ ତେଲ ଲାଗି କରିଛନ୍ତି ।
ଏହା ପରେ ଆଜି ଷଷ୍ଠୀରେ ଲାଗି ହେବ ଓଷ । ଶ୍ରୀମନ୍ଦିରରେ ମଧ୍ୟାହ୍ନ ଧୂପ ସରିବା ପରେ ବେହରଣ ଦ୍ୱାର ଦେଇ ଦଇତାପତି ପ୍ରବେଶ କରି ଓଷ ଲାଗି କରିବେ । ଶ୍ରୀମନ୍ଦିର ରାଜବୈଦ୍ୟଙ୍କ ପରାମର୍ଶ କ୍ରମେ ପ୍ରଭୁଙ୍କ ଆୟୁର୍ବେଦ ପଦ୍ଧତିରେ ଚିକିତ୍ସା କରାଯାଉଥିବା ବେଳେ ଘନ ଅନ୍ଧକାର ମଧ୍ୟରେ ଅଣବସର ଗୁପ୍ତ ଚିକିତ୍ସା କରାଯାଉଛି ।












Click it and Unblock the Notifications