ଆରମ୍ଭ ହେଲା ରଥଟଣା: ବଡ଼ଦାଣ୍ଡରେ ଗଡ଼ିଲା ତାଳଧ୍ୱଜ ରଥ

ପୁରୀ: ଆରମ୍ଭ ହେଲା ରଥଟଣା । ବଡ଼ଦାଣ୍ଡରେ ଗଡ଼ିଲା ତାଳଧ୍ୱଜ ରଥ । ଘଣ୍ଟଘଣ୍ଟା ନାଦରେ ପ୍ରକମ୍ପିତ ହେଉଛି ବଡ଼ଦାଣ୍ଡ, ହୁଳହୁଳି ଓ ହରିବୋଲ ଧ୍ୱନିରେ ପ୍ରକମ୍ପିତ ହେଉଛି ଶ୍ରୀକ୍ଷେତ୍ର ।

ratha yatra

ପରମ୍ପରା ଅନୁସାରେ ପ୍ରଥମେ ଶ୍ରୀ ବଳଭଦ୍ରଙ୍କର ରଥ ଟଣା ଯାଏ । ରଥରେ ଅଶ୍ୱ ଯୋଖା ହେବା ପରେ ତାଳଧ୍ୱଜ ରଥ ଟଣା ଆରମ୍ଭ ହୋଇଛି । ବିଭିନ୍ନ ନୀତିକାନ୍ତି ପରେ ନିର୍ଦ୍ଧାରିତ ସମୟ ଠାରୁ ପୂର୍ବରୁ ତାଳଧ୍ୱଜ ରଥ ମାଉସୀ ମା' ଅଭିମୁଖେ ଗଡିଛି । ଡାହୁକ ରଥ ଉପରେ ଛିଡା ହୋଇ ଳମ୍ବା ବେତ ଧରି ଭକ୍ତ ମାନଙ୍କୁ ରଥ ଟାଣିବାକୁ ଉତ୍ସାହିକ କରୁଛନ୍ତି । ସେହିପରି ହୋଳହୁଳି ହରିବୋଲରେ ପ୍ରକମ୍ପିତ ହୋଇ ଉଠୁଛି ବଡ଼ ଦାଣ୍ତ ।

ଭକ୍ତମାନଙ୍କ ହରିବୋଲ, ହୁଳହୁଳି, ସଂକୀର୍ତ୍ତନ ଇତ୍ୟାଦିରେ ସମଗ୍ର ବଡ଼ଦାଣ୍ଡ ଏକ ଆଧ୍ୟାତ୍ମିକ ପରିବେଶ ସୃଷ୍ଟି ହୋଇଥାଏ । ତାଳଧ୍ୱଜ ରଥ ପରେ ଦେବୀ ସୁଭଦ୍ରାଙ୍କ ଦେବଦଳନ ଓ ଜଗନ୍ନାଥଙ୍କ ନନ୍ଦିଘୋଷ ରଥ ଟଣା ଯାଇଥାଏ ।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+