ପୁଣି ଆରମ୍ଭ ହେଲା ରଥଟଣା, ଗୁଣ୍ଡିଚା ଅଭିମୁଖେ ନନ୍ଦିଘୋଷ ଓ ଦର୍ପଦଳନ

ପୁରୀ : ପୁଣି ଆରମ୍ଭ ହେଲା ରଥଟଣା । ଅଧା ବାଟରେ ଅଟକିଥିବା ନନ୍ଦିଘୋଷ ଓ ଦର୍ପଦଳନକୁ ପୁଣି ମାଉସୀ ମା ଘର ଆଡ଼କୁ ଟାଣି ନେଉଛନ୍ତି ଭକ୍ତଗଣ । ଗତକାଲି କେବଳ ବଳଭଦ୍ରଙ୍କର ତାଳଧ୍ୱଜ ରଥ ଶରଧାବାଲିରେ ଲାଗିଥିଲା । ଦେବୀ ସୁଭଦ୍ରାଙ୍କ ଦେବଦଳନ ରଥ ବଡ଼ଶଙ୍ଖ ଠାରେ ଅଟକି ଥିବା ବେଳେ ଆଜି ପୁଣି ଥରେ ଆରମ୍ଭ ହୋଇଛି ରଥଟଣା ।

Ratha yatra

ମହାପ୍ରଭୁ ଜଗନ୍ନାଥଙ୍କ ନନ୍ଦିଘୋଷ ରଥ ମାଉସୀ ମା ଛକରେ ଅଟକି ରହିଥିଲା । ଆଜି ତିନି ରଥ ଶରଧାବାଲିରେ ଲାଗିବା ପରେ ଭକ୍ତମାନେ ରଥଉପରେ ହିଁ ଚତୁର୍ଦ୍ଧାମୂର୍ତ୍ତିଙ୍କୁ ଦର୍ଶନ କରିପାରିବେ । ଆସନ୍ତା କାଲି ଆଡ଼ପ ମଣ୍ଡପ ବିଜେ କରିବେ ଚତୁର୍ଦ୍ଧାମୂର୍ତ୍ତି । ଶୁକ୍ରାବର ଦିନ ଗୁଣ୍ଡିଚା ମନ୍ଦିରରେ ଭକ୍ତମାନେ ଆଡ଼ପ ଅବଢ଼ା ପାଇବେ ।

ଶ୍ରୀକ୍ଷେତ୍ରରେ ମହାପ୍ରଭୁଙ୍କ ରଥଯାତ୍ରା ପାଇଁ ପୁରୀରେ ଲାଗିଛି ଭକ୍ତଙ୍କ ଭିଡ଼ । ନବଦିନାତ୍ମକ ଯାତ୍ରାରେ ରତ୍ନବେଦୀ ଛାଡ଼ି ଭକ୍ତଙ୍କ ଗହଣରେ ମାଉସୀ ମା ଘରକୁ ଯାଉଛନ୍ତି ଚତୁର୍ଦ୍ଧା ମୂର୍ତ୍ତି ।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+