ଆସନ୍ତାକାଲି ଶ୍ରୀଜିଉଙ୍କ ଆଡ଼ପ ବିଜେ , ସୋମବାର ଠାରୁ ଆଡ଼ପ ଦର୍ଶନ
ଶରଧାବାଲିରେ ପହଞ୍ଚିଛି ୩ ରଥ ତାଳଧ୍ୱଜ, ଦର୍ପଦଳନ ଓ ନନ୍ଦଘୋଷ । ରତ୍ନବେଦୀ ଛାଡ଼ି ଜନ୍ମବେଦୀକୁ ନବଦିନାତ୍ମକ ଯାତ୍ରାରେ ଯାଇଛନ୍ତି ଚତୁର୍ଦ୍ଧାମୂର୍ତ୍ତି । ରଥଯାତ୍ରା ପାଇଁ ଉତ୍ସବମୁଖର ଶ୍ରୀକ୍ଷେତ୍ର । ଚାରିଆଡ଼େ ଭକ୍ତିମୟ ପରିବେଶ । ଶରଧାବାଲିରେ ପ୍ରଥମେ ବଡ଼ ଠାକୁର ବଳଭଦ୍ରଙ୍କ ତାଳଧ୍ବଜ ରଥ ୧୧.୧୫ରେ ଶ୍ରୀ ଗୁଣ୍ଡିଚା ମନ୍ଦିର ସମ୍ମୁଖରେ ଲାଗିଥିଲା । ପରେ ଦେବୀ ସୁଭଦ୍ରାଙ୍କ ଦର୍ପଦଳନ ପହଞ୍ଚିଥିଲା । ପରେ ନନ୍ଦିଘୋଷରେ ପହଞ୍ଚିଥିଲେ କାଳିଆ ସାଆନ୍ତ । ଶରଧାବାଲିରେ ତିନି ରଥରେ ବିରାଜିତ ଚତୁର୍ଦ୍ଧାମୂର୍ତ୍ତି ଭକ୍ତଙ୍କୁ ଦର୍ଶନ ଦେଉଛନ୍ତି । ଆଜି ସକାଳ ସାଢ଼େ ୯ଟାରୁ ରଥଟଣା ଆରମ୍ଭ ହୋଇଥିଲା । ଲକ୍ଷାଧିକ ଭକ୍ତଙ୍କ ଗହଣରେ ତିନି ରଥରେ ଜନ୍ମବେଦୀ ଅଭିମୁଖେ ବାହାରିଥିଲେ ତିନି ଠାକୁର ।
ଆଜି ରଥ ଉପରେ ମହାପ୍ରଭୁ ଦର୍ଶନ ଦେବେ । ଆସନ୍ତାକାଲି ଆଡ଼ପ ମଣ୍ଡପ ବିଜେ କରିବେ । ରତ୍ନବେଦୀ ଛାଡ଼ି ଜନ୍ମବେଦୀକୁ ନବଦିନାତ୍ମକ ଯାତ୍ରାରେ ଆସିଛନ୍ତି ଭାଇ ଭଉଣୀ । କାଲିଠୁ ଜନ୍ମବେଦୀରେ ମହାପ୍ରଭୁଙ୍କ ଲୀଳାଖେଳା । ରଥାରୂଢ଼ ଶ୍ରୀଜିଉଙ୍କ ଦର୍ଶନ ପାଇଁ ଆଜି ମଧ୍ୟ ଜନସମୁଦ୍ର ପାଲଟିଛି ବଡ଼ଦାଣ୍ଡ । ଲକ୍ଷାଧିକ ଭକ୍ତଙ୍କ ସମାଗମ ହୋଇଛି । ମହାପ୍ରଭୁଙ୍କ ଆଡ଼ପ ଦର୍ଶନ ସୋମବାର ଠାରୁ ଆରମ୍ଭ ହେବ। ସକାଳ ଆଳତି ପରେ ଏଭଳି ଦର୍ଶନ ଆରମ୍ଭ କରାଯିବ ବୋଲି ଜଣାପଡ଼ିଛି।

କଥିତ ଅଛି ଶ୍ରୀମନ୍ଦିରରେ ଦଶବର୍ଷ ଦର୍ଶନ କଲେ ଯାହା ଫଳ ମିଳେ, ଆଡ଼ପମଣ୍ଡପରେ ଦିନେ ଦର୍ଶନରେ ସେତିକି ଫଳ ମିଳିଥାଏ। ବିଶେଷକରି ଦିନ ଅପେକ୍ଷା ରାତିରେ ଦର୍ଶନ କଲେ ତାର ୧୦ ଗୁଣ ଅଧିକ ପୁଣ୍ୟ ମିଳିଥାଏ। ଆଡ଼ପମଣ୍ଡପରେ ଜଗନ୍ନାଥଙ୍କର ଅବସ୍ଥିତିକୁ ମହାବେଦି ଯୋଗ କୁହାଯାଏ। ଏଥିପାଇଁ ରଥଯାତ୍ରାରେ ଆଡ଼ପମଣ୍ଡପରେ ମହାପ୍ରଭୁଙ୍କ ଦର୍ଶନ ପାଇଁ ଭକ୍ତଙ୍କ ସୁଅ ଛୁଟେ।












Click it and Unblock the Notifications