ଆଜି ତିନି ରଥ ନେବେ ଦକ୍ଷିଣ ମୋଡ଼

ପୁରୀ : ନବଦିନାତ୍ମକ ଯାତ୍ରାରେ ଚତୁର୍ଦ୍ଧା ମୂର୍ତ୍ତି ଗୁଣ୍ଡିଚା ମନ୍ଦିର ଆସିଥିବା ରଥ ଶରଧା ବାଲିରେ ରହିଛି । ଏହା ପରେ ବର୍ତ୍ତମାନ ବାହୁଡ଼ା ଯାତ୍ରା ପାଇଁ ପ୍ରସ୍ତୁତି ଆରମ୍ଭ ହୋଇଛି । ପରମ୍ପରା ଅନୁସାରେ ଗୁଣ୍ଡିଚା ମନ୍ଦିର ସମ୍ମୁଖରେ ଅଟକି ରହିଥିବା ତିନି ରଥ ଆଜି ଦକ୍ଷିଣମୋଡ଼ ନେବେ । ନାକଚଣା ଦ୍ୱାରସ୍ଥିତ ଶରଧାବାଲିରେ ରହିବେ । ଏଥିପାଇଁ ସମସ୍ତ ପ୍ରସ୍ତୁତି ଆରମ୍ଭ ହୋଇଛି ।

Ratha yatra

ସେବାୟତ ଓ ପୁଲିସ ବଳଙ୍କ ସହଯୋଗରେ ତିନି ରଥକୁ ନାକଚଣା ଦ୍ୱାର ସମ୍ମୁଖ ଶରଧାବାଲିକୁ ନିଆଯିବ । ରଥଯାତ୍ରା ପରଠାରୁ ତିନି ରଥ ଉତ୍ତରମୁହାଁ ହୋଇ ରହିଥିଲେ । ବାହୁଡ଼ାଯାତ୍ରା ପୂର୍ବପ୍ରସ୍ତୁତି ସ୍ୱରୂପ ତିନି ରଥକୁ ଦକ୍ଷିଣମୋଡ଼ ଦେଇ ସୁସଜ୍ଜିତ କରି ରଖାଯିବ ।

ମଧ୍ୟାହ୍ନ 12.30 ରେ ମହାପ୍ରଭୁଙ୍କ ଆଜ୍ଞାମାଳ ବିଜେ ପରେ ତିନି ରଥ ଦକ୍ଷିଣ ମୋଡ଼ ନେଇ ଶରଧାବାଲିରେ ବାହୁଡ଼ା ଯାତ୍ରା ପାଇଁ ପ୍ରସ୍ତୁତ ହୋଇ ରହିବେ । ପ୍ରଥମେ ମା' ସୁଭଦ୍ରାଙ୍କ ଦର୍ପଦଳନ ରଥକୁ ଦକ୍ଷିଣ ମୋଡ଼ ପାଇଁ ଶରଧାବାଲିକୁ ନିଆଯିବ । ଏହା ପରେ ବଡଠାକୁରଙ୍କ ତାଳଧ୍ୱଜ ରଥ ଓ ଶେଷରେ ମହାପ୍ରଭୁଙ୍କ ନନ୍ଦିଘୋଷ ରଥକୁ ଟାଣି ଦକ୍ଷିଣମୁହାଁ କରି ରଖାଯିବ ।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+