Get Updates
Get notified of breaking news, exclusive insights, and must-see stories!

ଆଜି ନୀଳ କନ୍ଦରକୁ ବିଜେ କରିବେ ମହାପ୍ରଭୁ, ରସଗୋଲା ଖୁଆଇ ମା ଲକ୍ଷ୍ମୀଙ୍କର କରିବେ ମାନଭଞ୍ଜନ

ନବଦିନାତ୍ମକ ଯାତ୍ରାର ଆଜି ଅନ୍ତିମ ଦିନ । ଆଜି ମହାପ୍ରଭୁ ଶ୍ରୀଜଗନ୍ନାଥ ଭାଇ ଭଉଣୀଙ୍କ ସହ ନୀଳାଦ୍ରି ବିଜେ କରିବେ । ରଥାରୁଢ ଥିବା ଚତୁର୍ଦ୍ଧା ମୂର୍ତ୍ତି ଆଦି ପୁଣି ରତ୍ନ ସିଂହାସନକୁ ଫେରିବେ ।

Niladri Bije

ପରମ୍ପରା ଅନୁଯାୟୀ ଏକାଦଶୀ ଦିନ ସୁନାବେଶ, ଦ୍ୱାଦଶୀରେ ଅଧରପଣା ପରେ ତ୍ରୟୋଦଶୀ ତିଥିରେ ନୀଳାଦ୍ରିବିଜେ ହୋଇଥାଏ । ଏହି ପରମ୍ପରା ଅନେକ ବର୍ଷ ଧରି ହୋଇଆସୁଛି । ରଥ ଉପରେ ଠାକୁରମାଙ୍କର ସନ୍ଧ୍ୟା ଧୂପ ନୀତି ସରିବା ପରେ ପ୍ରତି ରଥରେ ଚାରମାଳ ବନ୍ଧା ଯିବ । ପ୍ରଥମେ ବିଜେ କାହାଳି ବାଜିବା ପରେ ବନ୍ଦାପନା ଓ ଡୋରି ଲାଗି ନୀତି ହେବ । ପୁଷ୍ପାଳକ ମହାଜନମାନେ ସର୍ବପ୍ରଥମେ ମଦନମୋହନ ଓ ରାମକୃଷ୍ଣ ବିଗ୍ରହଙ୍କୁ ଧରି ଦକ୍ଷିଣି ଘରକୁ ବିଜେ କରିବେଳ । ତା'ପରେ ଗୋଟି ପହଣ୍ଡି କ୍ରମରେ ସୁଦର୍ଶନ, ବଳଭଦ୍ର, ସୁଭଦ୍ରାଙ୍କ ପହଣ୍ଡି ହୋଇ ଗମ୍ଭୀରାକୁ ବିଜେ କରିବେ ।

ପହଣ୍ଡି ବିଜେ ପୂର୍ବରୁ ରତ୍ନସିଂହାସନ ତ୍ରିମୁଣ୍ଡିରେ ଚାନ୍ଦୁଆ ବନ୍ଧାଯାଏ ଓ ଅଖଣ୍ଡ ବଇଠା ବସେ । ଠାକୁରମାନେ ପହଣ୍ଡିରେ ଆସିବାବେଳେ ମନ୍ଦିର ପରିସରସ୍ଥ ଶୁଆଶାରୀ ଦେଉଳଠାରେ ପ୍ରସାଦ ଲାଗି, ଘସା, ବିଡିଆ ମଣୋହି ଓ ବନ୍ଦାପନା ନୀତି ବଢ଼ିଥାଏ। ଜଗମୋହନଠାରେ ମଧ୍ୟ ଏହି ନୀତି ପାଳିତ ହୋଇଥାଏ ।

ଜଗନ୍ନାଥ ମହାପ୍ରଭୁ ପହଣ୍ଡି ବିଜେ କରି ଚାର ଉପରକୁ ଆସିଲେ ଲକ୍ଷ୍ମୀ ଠାକୁରାଣୀ ଭେଟ ମଣ୍ଡପକୁ ଆସିଥାନ୍ତି। ଉଭୟ ଜଗନ୍ନାଥ ଓ ଲକ୍ଷ୍ମୀ ଠାକୁରାଣୀ ପରସ୍ପରକୁ ଭେଟନ୍ତି। ଏହାପରେ ଲକ୍ଷ୍ମୀଙ୍କ ତରଫରୁ ଭିତରଚ୍ଛ ବନ୍ଦାପନା ନୀତି ବଢ଼ାଇଥାନ୍ତି। ଏହି ସମୟରେ ପରମ୍ପର ଅନୁଯାୟୀ ମହାପ୍ରଭୁ ସିଂହଦ୍ୱାର ନିକଟରେ ପହଞ୍ଚିବା ବେଳେ ସାମୟିକ ଭାବେ ଦ୍ୱାର ବନ୍ଦ ରହିଥାଏ ଓ କିଛି କ୍ଷଣ ପରେ ଦ୍ୱାର ଖୋଲିଯାଏ ।

ପୁନଶ୍ଚ ଜଗନ୍ନାଥ ମହାପ୍ରଭୁ ଜୟ ବିଜୟ ଦ୍ୱାର ନିକତରେ ବିଜେ କରିବା ସମୟରେ ଉକ୍ତ ଦ୍ୱାର ଭିତର ପଟୁ ବନ୍ଦ କରାଯାଇଥାଏ । ଲକ୍ଷ୍ମୀ ଠାକୁରାଣୀଙ୍କ ତରଫରୁ ଜୟ ବିଜୟ ଦ୍ୱାରର ଭିତର ପଟେ ଜନୈକ ଦେବଦାସୀ ଏବଂ ମହାପ୍ରଭୁଙ୍କ ତରଫରୁ ଜଣେ ଦଇତାପତି ଦ୍ୱାରର ଅପରପାର୍ଶ୍ୱରେ ରହିବା ସଙ୍ଗେ ସଙ୍ଗେ ଉଭୟଙ୍କ ମଧ୍ୟରେ ଲୋକ ପରମ୍ପରାଗତ ବଚନିକା ପରେ ଜୟ ବିଜୟ ଦ୍ୱାର ଫିଟିଥାଏ ।

More From
Prev
Next
Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+