ରଥରେ ବିଜେ ତିନି ଠାକୁର; ଛେରା ପହଁରା ସେବା ଆରମ୍ଭ କଲେ ଗଜପତି ମହାରାଜ

ରଥରେ ବିଜେ ହେବା ପରେ ତିନି ଠାକୁର । ପରେ ପରେ ଛେରା ପହଁରା ଆରମ୍ଭ କରିଛନ୍ତି ଗଜପତି ମହାରାଜା। ପ୍ରଥମେ ତାଳଧ୍ବଜ ରଥରେ ଛେରା ପହଁରା କଲେ ଗଜପତି । ଅପରାହ୍ନ ୫ଟାରେ ରଥ ଟାଣିବାକୁ ନୀତି ନିର୍ଘଣ୍ଟ ହୋଇଛି।

rath yatra

ଏପଟେ ରଥାରୂଢ଼ ଠାକୁରଙ୍କ ଦର୍ଶନ ପାଇଁ ବଡ଼ଦାଣ୍ଡରେ ରାଷ୍ଟ୍ରପତି । ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ, ରାଜ୍ୟପାଳ ରଘୁବର ଦାସ । ମୁଖ୍ୟମନ୍ତ୍ରୀ ମୋହନ ମାଝୀ, କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଉପସ୍ଥିତ । ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକ ଉପସ୍ଥିତ ରହିଛନ୍ତି ।

ବିଶ୍ୱପ୍ରସିଦ୍ଧ ରଥଯାତ୍ରାର ଅନ୍ୟତମ ମୁଖ୍ୟ ଆକର୍ଷଣ ହେଉଛି ପୁରୀ ଗଜପତି ମହାରାଜାଙ୍କ ଛେରା ପହଁରା ସେବା । ଶ୍ରୀଜିଉଙ୍କ ଏହି ସ୍ୱତନ୍ତ୍ର ନୀତିକୁ ଦେଖିବା ଲାଗି ଉଭୟ ସିଂହଦ୍ୱାର ଓ ଗୁଣ୍ଡିଚା ମନ୍ଦିର ଠାରେ ଲକ୍ଷାଧିକ ଭକ୍ତଙ୍କର ଜନ ସମାଗମ ହୋଇଥାଏ । ଗଜପତି ମହାରାଜାଙ୍କ ଛେରା ପହଁରା ନୀତି ମଧ୍ୟରେ ମୁଖ୍ୟତଃ ଦର୍ଶନ, ରାଜନୀତି, ବନ୍ଦାପନା, କର୍ପୂର ବର୍ତକ, ଚାମର, ଆଲଟ ସେବା, ପୟମାଳା ଗ୍ରହଣ ଆଦି ରହିଥାଏ ।ତିନି ରଥ ଉପରେ ଶ୍ରୀ ବିଗ୍ରହମାନଙ୍କ ପହଣ୍ଡି ବିଜେ ହୋଇ ରଥାରୂଢ ହେବାପରେ ମୁଖ୍ୟ ବିଗ୍ରହମାନଙ୍କ ମଇଲମ ଓ ମାଳଫୁଲ, ଲାଗି ହୋଇଥାଏ । ଏହାପରେ ଶ୍ରୀମନ୍ଦିର ପ୍ରଶାସନ ତରଫରୁ ଜନୈକ ପଦାଧିକାରୀ, ଶ୍ରୀମନ୍ଦିର କମାଣ୍ଡର, ଆବଶ୍ୟକ ସଂଖ୍ୟକ ମନ୍ଦିର ପୁଲିସ ଏବଂ ସରକାରୀ ପୁଲିସ ଶ୍ରୀନଅରକୁ ଯାଇ ବିଧିବଦ୍ଧ ଭାବେ ଗଜପତି ମହାରାଜାଙ୍କୁ ଛେରା ପହଁରା ସେବା କରିବା ପାଇଁ ଖବର ପଠାଇଥାନ୍ତି । ଶ୍ରୀନଅରରେ ଖବର ପଂହଚିବା ପରେ ଗଜପତି ମହାରାଜା ରାଜକୀୟ ବେଶରେ ଆସି ଛେରା ପହଁରା କରିଥାନ୍ତି ।
ଛେରା ପହଁରା ନୀତି ନସରିବା ଯାଏଁ ଗଜପତି ମହାରାଜା ଉପବାସ ରହିବା ସଂଗେ ସଂଗେ ଶ୍ରୀନଅର ଅଗଣାରେ ରଖାଯାଇଥିବା କନକ ଦୁର୍ଗା ଠାକୁରାଣୀଙ୍କୁ ପ୍ରଣାମ କରି ହାତୀଦନ୍ତ ଓ ରୈାପ୍ୟ ନିର୍ମିତ ତାମଯାନରେ ବିଜେ କରିଥାନ୍ତି ।ଶ୍ରୀନଅରରୁ ବିଜେ କରିବା ସମୟରେ ବେହେରା ଖୁଂଟିଆ ଆଗରେ ରହିଥାନ୍ତି , କାହାଳୀ ଓ ବଜନ୍ତରୀ ବାଦ୍ୟର ତାଳେତାଳେ ପଟୁଆର ଶୋଭାଯାତ୍ରାରେ ଗଜପତି ରଥ ଆଡକୁ ଆସୁଥିବା ବେଳେ ବଡଦାଣ୍ଡରେ ଅସଂଖ୍ୟ ଭକ୍ତ ହରିବୋଲ ଓ ହୁଳୁହୁଳି ଦେଇ ଠାକୁରମାନଙ୍କର ଜୟଜୟକାର କରିଥାନ୍ତି ।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+