ଜାନୁଆରୀ ମାସରୁ ରାସନ କାର୍ଡ ହିତାଧିକାରୀଙ୍କୁ ମିଳିବ ଗହମ: କୃଷ୍ଣଚନ୍ଦ୍ର ପାତ୍ର

ରାସନ୍‌ କାର୍ଡ ହିତାଧିକାରୀଙ୍କ ପାଇଁ ଖୁସି ଖବର। ପୁଣି ରାସନ୍‌ କାର୍ଡରେ ମିଳିବ ଗହମ । ଏନେଇ ଆଜି କହିଛନ୍ତି ଖାଦ୍ୟ ଯୋଗାଣ ମନ୍ତ୍ରୀ କୃଷ୍ଣଚନ୍ଦ୍ର ପାତ୍ର। ଜାନୁଆରୀ ମାସରୁ ରାସନ କାର୍ଡ ହିତାଧିକାରୀଙ୍କୁ ମିଳିବ ଗହମ । ଏନେଇ ବିଭାଗ ତରଫରୁ ପ୍ରସ୍ତୁତି ଜାରି ହୋଇଛି । ଜିଲ୍ଲା ଅଧିକାରୀ ଦେବେ କେଉଁ ଜିଲ୍ଲାରେ କେତେ ଆବଶ୍ୟକ ଗହମ । ଲୋକଙ୍କ ଚାହିଦା ହିସାବରେ ଗହମ ଦିଆଯିବ। ଏନେଇ ଖାଦ୍ୟ ଯୋଗାଣ ମନ୍ତ୍ରୀ କୃଷ୍ଣ ଚନ୍ଦ୍ର ପାତ୍ରଙ୍କ ସୂଚନା ଦେଇଛନ୍ତି ।

ଅନ୍ୟପଟେ, ଇ-କେୱାଇସିକୁ ନେଇ ସାଧାରଣରେ ଥିବା ଦ୍ୱନ୍ଦ୍ୱ ଦୂର କରିଛନ୍ତି ରାଜ୍ୟ ଯୋଗାଣ ଓ ଖାଉଟି କଲ୍ୟାଣ ମନ୍ତ୍ରୀ କୃଷ୍ଣଚନ୍ଦ୍ର ପାତ୍ର। ମନ୍ତ୍ରୀ କହିଛନ୍ତି, ଇ-କେୱାଇସି ଅନ୍ତିମ ପର୍ଯ୍ୟାୟରେ ପହଂଚିଛି । ଏଯାଏଁ ୮୫ ପ୍ରତିଶତ ଲୋକ ଇ-କେୱାଇସି କରିସାରିଲେଣି । ୧୬ ଲକ୍ଷ ଅଯୋଗ୍ୟ ରାସନକାର୍ଡ ହିତାଧିକାରୀ ଚିହ୍ନଟ ହୋଇଛନ୍ତି ।

ସରକାରଙ୍କ ଲକ୍ଷ ଯେଉଁମାନେ ଭୂତ ରାସନକାର୍ଡ କିମ୍ବା ଅଯୋଗ୍ୟ ସେମାନଙ୍କୁ ବାଦ୍ ଦେବା । ରାସନକାର୍ଡରୁ ବାଦ୍ ପଡ଼ିବେ ୧୬ ଲକ୍ଷ ଅଯୋଗ୍ୟ ହିତାଧିକାରୀ । ରୋହିଙ୍ଗ୍ୟା କିମ୍ବା ବିଦେଶୀଙ୍କୁ ମିଳିଥିବା ରାସନ କାର୍ଡର ତଦନ୍ତ ପାଇଁ ନିର୍ଦ୍ଦେଶ ଦିଆଯାଇଛି । ରୋହିଙ୍ଗ୍ୟାମାନେ କାର୍ଡ ପାଇଥିଲେ ଏହାକୁ କଟାଯିବ ବୋଲି ମନ୍ତ୍ରୀ କହିଛନ୍ତି । ଆଉ ଅଳ୍ପ ଦିନ ଭିତରେ ଇ-କେୱାଇସି ଯାଞ୍ଚ ଶେଷ ହେବ । ଏହାପରେ ଯେଉଁମାନେ ଅଯୋଗ୍ୟ ଥିବେ ରାଜ୍ୟ ସରକାର ସେମାନଙ୍କ କାର୍ଡ କାଟିବେ ବୋଲି ମନ୍ତ୍ରୀ କହିଛନ୍ତି ।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+