Get Updates
Get notified of breaking news, exclusive insights, and must-see stories!

Ratna Bhandar: "ମୋ ପାଖରେ ରତ୍ନଭଣ୍ଡାର ଚାବି ନାହିଁ": ପୁରୀ ଜିଲ୍ଲାପାଳ

ସରକାରଙ୍କ ନିଷ୍ପତ୍ତି କ୍ରମେ ଆଜି ଖୋଲିବାକୁ ଯାଉଛି ଶ୍ରୀମନ୍ଦିର ରତ୍ନଭଣ୍ଡାର। ଏନେଇ ରତ୍ନଭଣ୍ଡାର ରକ୍ଷକ ପ୍ରଭୁ ଶ୍ରୀ ଲୋକନାଥଙ୍କ ନିକଟରୁ ଆଜ୍ଞାମାଳ ଆସି ସାରିଛି। ଆଉ କିଛି ସମୟପରେ ଭଣ୍ଡାର ଖୋଲିବ।

ତେବେ ଏହା ପୂର୍ବରୁ ଜଷ୍ଟିସ ବିଶ୍ବନାଥ ରଥଙ୍କ ଅଧ୍ୟକ୍ଷତାରେ ପ୍ରଶାସନ କାର୍ଯ୍ୟାଳୟରେ ଗୁରୁତ୍ୱପୂର୍ଣ୍ଣ ବୈଠକ ଅନୁଷ୍ଠିତ ହୋଇଛି । ଏଥିରେ ଯୋଗଦେବାକୁ ଯିବା ସମୟରେ ପୁରୀ ଜିଲାପାଳ ସିଦ୍ଧାର୍ଥ ଶଙ୍କର ସ୍ୱାଇଁ ବଡ଼ ସୂଚନା ଦେଇଛନ୍ତି । ରତ୍ନଭଣ୍ଡାର ଖୋଲିବା ପୂର୍ବରୁ ହେବାକୁ ଥିବା ବୈଠକରେ ଜେଗାଦେବାକୁ ଯିବା ସମୟରେ ସେ ସୂଚନା ଦେଇ କହିଛନ୍ତି ଯେ, 'ମୋ ପାଖରେ ରତ୍ନଭଣ୍ଡାର ଚାବି ନାହିଁ ।

ରତ୍ନଭଣ୍ଡାର ଖୋଲିବା ପାଇଁ ଦିନ ୧ଟା ୨୮ ଶୁଭ ମୁହୂର୍ତ୍ତ । ତଦାରଖ କମିଟି ବୈଠକ ପରେ ଅଧ୍ୟକ୍ଷ ଜଷ୍ଟିସ ରଥଙ୍କ ସୂଚନା । ୧ଟା ୨୮ ସୁଦ୍ଧା ତାଲା ଖୋଲିବା ପ୍ରକ୍ରିୟା ଆରମ୍ଭ ହେବ ।

Ratna Bhandar

ରତ୍ନଭଣ୍ଡାର ଭିତରକୁ ମୋଟ ୧୧ ଜଣ ସଦସ୍ୟ ଯିବେ । ତଦାରଖ କମିଟିର ୨ ଜଣ ସଦସ୍ୟ ଯିବେ ବୋଲି ଜଷ୍ଟିସ ରଥ କହିଛନ୍ତି । ମୁଁ ଆଉ ଓ ଡାକ୍ତର ସିବିକେ ମହାନ୍ତି ଭିତରକୁ ଯିବୁ ବୋଲି ସେ କହିଛନ୍ତି ।

ରତ୍ନଭଣ୍ଡାର ଖୋଲିବା ସମୟରେ ତଦାରଖ କମିଟିର ୨ ଜଣ ସଦସ୍ୟ ରତ୍ନଭଣ୍ଡାର ଭିତରକୁ ଯିବେ । ଅଧ୍ୟକ୍ଷ ଜଷ୍ଟିସ ବିଶ୍ବନାଥ ରଥ ଓ ଡାକ୍ତର ସିବିକେ ମହାନ୍ତି । ଏନେଇ କମିଟି ଅଧ୍ୟକ୍ଷ ଜଷ୍ଟିସ ବିଶ୍ବନାଥ ରଥ ସୂଚନା ଦେଇଛନ୍ତି ।

ରତ୍ନଭଣ୍ଡାର ଖୋଲିବା ସମୟରେ ଶ୍ରୀମନ୍ଦିରରେ ସାମୟିକ କଟକଣା ରହିବ। ସିଂହଦ୍ୱାରକୁ ଛାଡ଼ି ବାକି ତିନି ଦ୍ୱାର ବନ୍ଦ ରହିବ। ଯେଉଁମାନେ ସେବା ଓ ପୂଜା ପାଇଁ ଅଧିକୃତ ସେମାନଙ୍କୁ ଛଡ଼ାଯିବ। କମିଟିର ସଦସ୍ୟ ଯିବା ବେଳେ ବି ସେମାନଙ୍କୁ ଯାଞ୍ଚ କରାଯିବ । ବେହରଣ ଦ୍ବାର ନିକଟରେ ସେମାନଙ୍କୁ ଯାଞ୍ଚ କରାଯିବ। ସେପଟେ ରତ୍ନଭଣ୍ଡାର ଖୋଲିବ ।

ଖୋଲିବ କାଳିଆର ରତ୍ନ ଭଣ୍ଡାର । ୪୬ବର୍ଷ ପ୍ରତୀକ୍ଷାର ଅନ୍ତ ହୋଇଛି । ଆଜି ସବୁ ଜଗନ୍ନାଥ ପ୍ରେମୀଙ୍କ ପାଇଁ ଖୁସିର ଦିନ। ରତ୍ନଭଣ୍ଡାରର ମରାମତି ସହ ଅଳଙ୍କାର ଗଣତି ମଧ୍ୟ ହେବ।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+