ଆଜି ସଂଧ୍ୟା ସୁଦ୍ଧା ରତ୍ନଭଣ୍ଡାର ଅଳଙ୍କାର ସ୍ଥାନାନ୍ତର ପ୍ରକ୍ରିୟା ସରିବ: ଗଜପତି ମହାରାଜା

ଶ୍ରୀମନ୍ଦିର ଭିତର ରତ୍ନଭଣ୍ଡାରରୁ ବାହାରିବା ପରେ ପ୍ରତିକ୍ରିୟା ରଖିଲେ ଗଜପତି ମହାରାଜା । ଆଜି ସଂଧ୍ୟା ସୁଦ୍ଧା ସ୍ଥାନାନ୍ତର ପ୍ରକ୍ରିୟା ସରିବ ବୋଲି ଆଶା ରଖାଯାଇଥିବା କହିଲେ ।

୫ଦଶନ୍ଧି ପରେ ରତ୍ନଭଣ୍ଡାରରେ ହେବ ଗଣତି ମଣତି । ଭିତର ରତ୍ନଭଣ୍ଡାରରୁ ଅଳଙ୍କାର ସ୍ଥାନାନ୍ତର ହେବ । ଖଟଶେଯ ଘରେ ଗହଣା, ମୂଲ୍ୟବାନ ସାମଗ୍ରୀ ରଖାଯିବ । ମୂଲ୍ୟବାନ ସାମଗ୍ରୀ ରଖାଯିବା ପରେ କବାଟ ସିଲ୍ କରାଯିବ । କବାଟ ସିଲ୍ ପରେ ମୁଖ୍ୟ ପ୍ରଶାସକ ଟ୍ରେଜେରୀରେ ଚାବି ଦାଖଲ କରିବେ।

ରତ୍ନଭଣ୍ଡାର ମରାମତି ନିତାନ୍ତ ଆବଶ୍ୟକ କହିଲେ ଗଜପତି ମହାରାଜା । ରତ୍ନଭଣ୍ଡାର ଦେଖି ଫେରିଲା ପରେ ଗଜପତି ମହାରାଜା ପ୍ରତିକ୍ରିୟା ରଖିଛନ୍ତି।
ରତ୍ନଭଣ୍ଡାର ସଂପୂର୍ଣ୍ଣ ଖାଲି ହେଲା ପରେ ଲେଜର ସ୍କାନିଂ କରାଯିବ।

ratna bhandar i

ଶ୍ରୀମନ୍ଦିର ରତ୍ନଭଣ୍ଡାର ଭିତରୁ ବାହାରିବା ପରେ ଗଜପତି ମହାରାଜ ଦିବ୍ୟସିଂହ ଦେବ ତାଙ୍କର ପ୍ରତିକ୍ରିୟା ରଖିଛନ୍ତି । ସେ କହିଛନ୍ତି, ଗୁରୁବାର ଅର୍ଥାତ୍‌ ଆଜି ସନ୍ଧ୍ୟା ସୁଦ୍ଧା ସ୍ଥାନାନ୍ତର ପ୍ରକ୍ରିୟା ସରିବ ବୋଲି ଆଶା କରାଯାଉଛି । ଗଜପତି କହିଛନ୍ତି, ବାହାର ଏବଂ ଭିତର ରତ୍ନଭଣ୍ଡାର ମରାମତି ନିତାନ୍ତ ଆବଶ୍ୟକ। କେଉଁ କାଳରୁ କେବେ ମରାମତି ହୋଇଥିଲା, କେହି ଜାଣନ୍ତିନି ।

ଭିତରେ ଆଉ କିଛି ନାହିଁ ବୋଲି ସ୍ପଷ୍ଟ ହେଲା ପରେ ASIକୁ ହସ୍ତାନ୍ତର କରାଯିବ । ବାହାର ଏବଂ ଭିତର ରତ୍ନଭଣ୍ଡାର ମରାମତି ନିତାନ୍ତ ଆବଶ୍ୟକ । କେଉଁ କାଳରୁ କେବେ ମରାମତି ହୋଇଥିଲା, କେହି ଜାଣନ୍ତିନି । ୧୯୭୧ରୁ ଏଏସ୍‌ଆଇ ଦାୟିତ୍ବ ନେବା ପରେ ଆଦୌ ମରାମତି ହୋଇନି ।ମରାମତି କାର୍ଯ୍ୟ ଶେଷ ହେଲା ପରେ ଅଳଙ୍କାର ଗଣତି, ମଣତି ହେବ । ମରାମତି ସମ୍ପୂର୍ଣ୍ଣ ନ ସରିବା ଯାଏ ଗଣତି, ମଣତି କରାଯିବନି। ତଦାରଖ କମିଟି ଓ ପରିଚାଳନା କମିଟି ଉପସ୍ଥିତିରେ ଗଣତି, ମଣତି ହେବ ବୋଲି ଗଜପତି ମହାରାଜ କହିଛନ୍ତି ।

ମରାମତି ବେଳେ ନୀତିକାନ୍ତି ଓ ଦର୍ଶନ ଉଭୟ ପ୍ରଭାବିତ ନହେବାକୁ ଗୁରୁତ୍ବ। ଏ ସଂପର୍କରେ ଅନୁଧ୍ୟାନ କରି ମୁଖ୍ୟ ପ୍ରଶାସକ ମରାମତି ସମୟ ନିର୍ଦ୍ଧାରଣ କରିବେ । ମୁଖ୍ୟ ପ୍ରଶାସକଙ୍କ ନିର୍ଦ୍ଧାରିତ ସମୟରେ ଏଏସ୍‌ଆଇ ମରାମତି କରିବ ।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+