Ratna Bhandar: ଖୁବ ଶୀଘ୍ର ଖୋଲିବ ରତ୍ନଭଣ୍ଡାର, କହିଲେ ଆଇନ ମନ୍ତ୍ରୀ
ରତ୍ନଭଣ୍ଡାର ନିଶ୍ଚିତ ଖୋଲା ଯିବ ବୋଲି ଆଇନମନ୍ତ୍ରୀ ପୃଥ୍ବୀରାଜ ହରିଚନ୍ଦନ କହିଛନ୍ତି। ଖୁବ୍ଶୀଘ୍ର ରତ୍ନଭଣ୍ଡାର ଖୋଲାଯାଇ ଗଣତି କରାଯିବ । ଏଥିପାଇଁ ଯାହା ପ୍ରକ୍ରିୟା ରହିଛି ତାହା କରାଯାଉଛି। ନିର୍ଦ୍ଦିଷ୍ଟ ତାରିଖ ଓ ଗାଇଡ୍ଲାଇନ୍ ବିଭାଗ ପକ୍ଷରୁ ଜଣାଇ ଦିଆଯିବ ବୋଲି ମନ୍ତ୍ରୀ କହିଛନ୍ତି।
ରତ୍ନଭଣ୍ଡାରରେ କେତେ ଅଳଙ୍କାର ରହିଛି ଏହାକୁ ଗଣତି କରାଯିବ ପରେ ରିପୋର୍ଟକୁ ସାର୍ବଜନୀନ କରାଯିବ । ତେବେ ରତ୍ନଭଣ୍ଡାର ଖୋଲାଯିବା ନିଶ୍ଚିତ । ଏହାକୁ କେଉଁଦିନ ଓ କିପରି ଖୋଲାଯିବ ସେନେଇ ମୋଡାଲିଟି ପ୍ରସ୍ତୁତ କରାଯିବ । ଶାସନକୁ ଆସିବା ପୂର୍ବରୁ ବିଜେପି ଯେଉଁ ପ୍ରତିଶ୍ରୁତିି ଦେଇଥିଲା ତାହା ନିଶ୍ଚୟ ପୂୂରଣ ହେବ ବୋଲି କହିଛନ୍ତି ମନ୍ତ୍ରୀ ।
ସୂଚନାଯୋଗ୍ୟ, ୨୦୧୮ ମାର୍ଚ୍ଚ ୨୨ରେ ହାଇକୋର୍ଟଙ୍କ ନିର୍ଦ୍ଦେଶ ମୁତାବକ ପ୍ରଥମେ ମାର୍ଚ୍ଚ ୨୬ରେ ଭାରତୀୟ ପ୍ରତ୍ନତତ୍ତ୍ୱ ସର୍ବେକ୍ଷଣ ସଂସ୍ଥା (ଏଏସ୍ଆଇ) ଟିମ୍ ରତ୍ନଭଣ୍ଡାର ଯାଞ୍ଚ କରିଥିଲେ। ପରେ ଏପ୍ରିଲ ୪ରେ ଭିତର ରତ୍ନଭଣ୍ଡାର ଖୋଲିବାକୁ ୧୭ ଜଣିଆ ପ୍ରାଧିକୃତ ଟିମ ଯାଇଥିଲା। ତେବେ ଚାବି ହଜିଥିବାରୁ ଭିତର ରତ୍ନଭଣ୍ଡାର ଖୋଲାଯାଇପାରି ନ ଥିଲା। ପରେ ଚାବି ହଜିବା ସମ୍ପର୍କରେ ସରକାରଙ୍କ ପକ୍ଷରୁ ଜଷ୍ଟିସ ରଘୁବୀର ଦାସ କମିଶନ ତଦନ୍ତ କରିଥିଲା। ମାତ୍ର ତଦନ୍ତ ରିପୋର୍ଟ ସାର୍ବଜନୀନ କରାଗଲା ନାହିଁ। ଶ୍ରୀମନ୍ଦିର ରେକର୍ଡ ଅଫ୍ ରାଇଟସ୍ ମୁତାବକ ପ୍ରତି ତିନିବର୍ଷରେ ରତ୍ନଭଣ୍ଡାର ଖୋଲାହେବା ନିୟମ ରହିଥିବାବେଳେ ଆଜିକୁ ପ୍ରାୟ ୪୫ ବର୍ଷ ହେବ ଏହା ଖୋଲାଯାଇନାହିଁ।

ମନ୍ତ୍ରୀ ପୃଥ୍ବୀରାଜ ହରିଚନ୍ଦନ ଆହୁରି କହିଛନ୍ତି, ଆଇନ୍, ପୂର୍ତ୍ତ ଓ ଅବକାରୀ ଭଳି ତିନୋଟି ବିଭାଗ କିଭଳି ରାଜ୍ୟବାସୀଙ୍କ ସେବାରେ ଲାଗି ପାରିବ ତାହା ହିଁ ମୋର ପ୍ରାଥମିକତା। ୧୦୦ ଦିନିଆ, ବର୍ଷିକିଆ, ଓ ୫ ବର୍ଷିଆ ପାଇଁ ସ୍ୱତନ୍ତ୍ର ରଣନୀତି ପ୍ରସ୍ତୁତ କରାଯାଉଛି। ଭୁବନେଶ୍ୱର କୋର୍ଟ କମ୍ପ୍ଲେକ୍ସ ତୁରନ୍ତ କାର୍ଯ୍ୟକ୍ଷମ କରିବାକୁ ଆଜି ଅପରାହ୍ଣରେ ପୂର୍ତ୍ତ ବିଭାଗର ଅଧିକାରୀଙ୍କ ସହ ସମୀକ୍ଷା କରିବି। ଅଗଷ୍ଟ ପ୍ରଥମ ସପ୍ତାହରେ ଭୁବନେଶ୍ୱର କୋର୍ଟ କମ୍ପ୍ଲେକ୍ସ ଉଦଘାଟନ କରିବା ପାଇଁ ପଦକ୍ଷେପ ନିଆଯାଇଛି। ଭୁବନେଶ୍ୱରର ଆଇନଜୀବୀମାନେ ତମ୍ଭୁ ତଳେ ବସିଥିବା ଦେଖି ଖରାପ ଲାଗୁଛି। ତେଣୁ ତୁରନ୍ତ କାମ ଶେଷ ପାଇଁ ବିଭାଗ ପଦକ୍ଷେପ ନେଇଛି।












Click it and Unblock the Notifications