ଆଜି ଖୋଲିବ ରତ୍ନଭଣ୍ଡାର; ଭଣ୍ଡାର ଘରେ ରହିଛି ଏତେ ମୋତି-ମାଣିକ, ସୁନା-ରୂପା, ଅଳଙ୍କାର !

ଖୋଲିବ କାଳିଆର ରତ୍ନ ଭଣ୍ଡାର । ୪୬ବର୍ଷ ପ୍ରତୀକ୍ଷାର ଅନ୍ତ ହୋଇଛି । ଆଜି ସବୁ ଜଗନ୍ନାଥ ପ୍ରେମୀଙ୍କ ପାଇଁ ଖୁସିର ଦିନ। ରବିବାର ଦିନ ୧ଟାରୁ ୧ଟା ୩୦ ଭିତରେ ରତ୍ନଭଣ୍ଡାର ଖୋଲିବାକୁ ଯାଉଛି । ରତ୍ନଭଣ୍ଡାରର ମରାମତି ସହ ଅଳଙ୍କାର ଗଣତି ମଧ୍ୟ ହେବ।

ଦ୍ୱାଦଶ ଶତାବ୍ଦୀର ବିଶ୍ୱ ପ୍ରସିଦ୍ଧ ଐତିହ୍ୟ ପୁରୀ ଶ୍ରୀମନ୍ଦିରରେ ଥିବା ରତ୍ନଭଣ୍ଡାର ଏବେ ବି ଲୋକଙ୍କ ପାଇଁ ଏକ ରହସ୍ୟ ହୋଇ ରହିଛି। ମହାପ୍ରଭୁଙ୍କର ଦୁଇଟି ରତ୍ନଭଣ୍ଡାର ଅଛି। ଗୋଟିଏ ଭିତର ଓ ଅନ୍ୟଟି ବାହାର ରତ୍ନଭଣ୍ଡାର। ପ୍ରତିବର୍ଷ ରଥଯାତ୍ରା ଓ ମହାପ୍ରଭୁଙ୍କ ଅନ୍ୟାନ୍ୟ ଯାନିଯାତ୍ରା ସମୟରେ ବାହାର ରତ୍ନଭଣ୍ଡାରରୁ ରତ୍ନ ଆଭୂଷଣ ଅଣାଯାଇ ବେଶ କରାଯାଇଥାଏ। କିନ୍ତୁ ଭିତର ରତ୍ନଭଣ୍ଡାର ବନ୍ଦ ରହିଥିବାରୁ ସେଠାରେ କେତେ ପରିମାଣର ଆଭୂଷଣ ରହିଛି ତା'ର ସବିଶେଷ ବିବରଣୀ କାହା ପାଖରେ ନାହିଁ। ଏପରି କି ଭିତର ରତ୍ନଭଣ୍ଡାରରେ ୭ଟି ଭଣ୍ଡାର ଘର ଥିବା କୁହାଯାଉଛି। ଭିତର ରତ୍ନଭଣ୍ଡାରକୁ ଖୋଲିବା ପାଇଁ ଅତୀତରେ କ୍ୱଚିତ ଉଦ୍ୟମ ହୋଇଛି।

Ratna Bhandar

ରତ୍ନଭଣ୍ଡାର ଖୋଲାଥିଲା

ତଥ୍ୟ ମୁତାବକ ନୀଳମଣି ରାଉତରାୟ ୧୯୭୭ରୁ ୧୯୮୦ ପର୍ଯ୍ୟନ୍ତ ଓଡ଼ିଶାର ଦଶମ ମୁଖ୍ୟମନ୍ତ୍ରୀ ଥିଲେ। ତାଙ୍କ ଅମଳରେ ୧୯୭୮ ମେ' ୧୩ରୁ ଜୁଲାଇ ୨୩ ମଧ୍ୟରେ ରତ୍ନଭଣ୍ଡାର ଖୋଲାଯାଇଥିଲା। ସେତେବେଳେ ଭଣ୍ଡାରରେ ଥିବା ଅଳଙ୍କାରଗୁଡ଼ିକୁ ଗଣତି କରାଯାଇଥିଲା। ଏହା ପରେ ୧୯୮୦ ମେ'ରେ ଅନୁଷ୍ଠିତ ରାଜ୍ୟ ବିଧାନସଭା ର୍ନିବାଚନରେ ନୀଳମଣିଙ୍କ ନେତୃତ୍ୱାଧୀନ ଜନତା ଦଳ ସରକାରର ପତନ ଘଟିଥିଲା। ଏହି ର୍ନିବାଚନରେ କଂଗ୍ରେସ ସରକାର ଗଠନ କରିଥିଲା। କଂଗ୍ରେସ ନେତା ଜାନକୀ ବଲ୍ଲଭ ପଟ୍ଟନାୟକ (୧୯୮୦-୧୯୮୯) ମୁଖ୍ୟମନ୍ତ୍ରୀ ହୋଇଥିଲେ। ୧୯୮୫ ଜୁଲାଇ ୧୪ ରତ୍ନଭଣ୍ଡାର ଖୋଲିବାକୁ ଉଦ୍ୟମ ହୋଇଥିଲା।

୧୯୭୮ ମସିହାରେ ଶେଷଥର ପାଇଁ ରତ୍ନଭଣ୍ଡାରର ଅଳଙ୍କାର ଗଣତି ହୋଇଥିଲା। ଯେଉଁଥିରେ ବାହାର, ଭିତର ଓ ଚଳନ୍ତି ରତ୍ନଭଣ୍ଡାରର ଅଳଙ୍କାର ମିଶାାଇ ତାଲିକା ହୋଇଥିଲା। ୧୨ହଜାର ୮୩୧ ଭରି ପଥର ସହିତ ସୁନା ଅଳଙ୍କାର ଓ ୨୨ହଜାର ୧୫୩ ଭରି ପଥର ସହିତ ରୁପା ବାସନ, ପୂଜା ସାମଗ୍ରୀ ରହିଛି। ଗୋଟିଏ ଭରିର ଓଜନ ୧୧.୬୬ ଗ୍ରାମ ବୋଲି କୁହାଯାଉଥିବାରୁ ସେତେବେଳେ ସୁମାରି ହୋଇଥିବା ମୂଲ୍ୟବାନ ପଥର ସହିତ ସୱର୍ଣ୍ଣ ସାମଗ୍ରୀର ଓଜନ ୧୪୯ କିଲୋ ୬୦୯ ଗ୍ରାମରୁ ଅଧିକ ଥିଲା । ସେହିପରି ମୂଲ୍ୟବାନ ପଥର ସହିତ ରୁପା ସାମଗ୍ରୀର ଓଜନ ୨୫୮ କିଲୋ ୩୦୩ ଗ୍ରାମରୁ ଅଧିକ ରହିଥିବା ଜଣାପଡିଥିଲା ।

ତେବେ ଶ୍ରୀମନ୍ଦିର ପ୍ରଶାସନ ତରଫରୁ ଏହି ସୁନା ଓ ରୁପାକୁ କିଲୋଗ୍ରାମ ଆକାରରେ ୨୦୨୩ରେ ହାଇକୋର୍ଟରେ ସତ୍ୟପାଠରେ ଦର୍ଶାଯାଇଛି। ତେବେ ସତ୍ୟପାଠରେ ଦର୍ଶାଯାଇଥିବା ରିପୋର୍ଟରେ ୭୫ କିଲୋଗ୍ରାମ ରୁପା କମ ରହିଛି। ୧୨,୮୩୧ ଭରି ସୁନାର ସମୁଦାୟ ଓଜନ ହେଉଛି ୧୪୯ କିଲୋଗ୍ରାମ ୬୦୯ ଗ୍ରାମ। ସେହିପରି ୨୨୧୫୩ ଭରି ରୂପାର ଓଜନ ହେଉଛି ୨୫୮ କିଲୋଗ୍ରାମ ୩୦ ଗ୍ରାମ। ୨୦୧୮ ମସିହାରେ ବିଧାନସଭାରେ ଆଇନମନ୍ତ୍ରୀ ରତ୍ନଭଣ୍ଡାର ଅଳଙ୍କାର ନେଇ ସମାନ ଉତ୍ତର ରଖିଥିଲେ। କିନ୍ତୁ ଶ୍ରୀମନ୍ଦିର ପ୍ରଶାସନ ତରଫରୁ ସତ୍ୟପାଠରେ ଦର୍ଶାଯାଇଛି ଯେ, ରତ୍ନଭଣ୍ଡାର ଭିତରେ ୧୪୯ କିଲୋ ସୁନା ଓ ୧୮୩ କିଲୋ ରୂପା ରହିଛି।

ଆଇନ ମନ୍ତ୍ରୀ ପୃଥୀରାଜ ହରିଚନ୍ଦନ କହିଛନ୍ତି, ରତ୍ନଭଣ୍ଡାରର ମରାମତି ଓ ଗଣତିମଣତି ବାବଦ କାର୍ଯ୍ୟ ଅତ୍ୟନ୍ତ ସ୍ବଚ୍ଛତା ସହ ଓ ସୁରୁଖୁରୁରେ କରିବା ପାଇଁ ବିଭିନ୍ନ କମିଟି ଗଠନ ହୋଇଛି। କିଏ କେଉଁ କମିଟିରେ ରହିବେ ତାହା ମଧ୍ୟ ସରକାର ଚୂଡ଼ାନ୍ତ କରିସାରିଛନ୍ତି। ପ୍ରତ୍ୟେକ କାର୍ଯ୍ୟ ବିଧିବ୍ୟବସ୍ଥା ଅନୁସାରେ କରାଯିବ । ତେବେ କାଳିଆର ସେହି ଚର୍ଚ୍ଚିତ ଭଣ୍ଡାରରେ କେତେ ସୁନା-ରୁପା ରହିଛି ଜାଣନ୍ତୁ ।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+