ଆସନ୍ତାକାଲି ଖୋଲିବ ରତ୍ନଭଣ୍ଡାର ସୂଚନା ଦେଲେ ଆଇନ୍ ମନ୍ତ୍ରୀ
ଆସନ୍ତାକାଲି ଖୋଲିବ ଶ୍ରୀମନ୍ଦିର ରତ୍ନଭଣ୍ଡାର । ଏନେଇ ମୁଖ୍ୟମନ୍ତ୍ରୀ ଚୂଡାନ୍ତ ଅନୁମୋଦନ ଦେଇସାରିଛନ୍ତି । ଆସନ୍ତାକାଲିଠୁ ରତ୍ନଭଣ୍ଡାର ଖୋଲିବା ପ୍ରକ୍ରିୟା ଆରମ୍ଭ ହେବ ।ରତ୍ନଭଣ୍ଡାର ଖୋଲାଯିବା ନେଇ ଆଇନ ମନ୍ତ୍ରୀ ପୃଥ୍ବୀରାଜ ହରିଚନ୍ଦନ ବଡ଼ ସୂଚନା ଦେଇଛନ୍ତି। ସେ ଏକ ପ୍ରେସ୍ମିଟ୍ କରି ଏହି ସୂଚନା କହିଛନ୍ତି, ଆସନ୍ତାକାଲି ଅର୍ଥାତ୍ ରବିବାର ରତ୍ନଭଣ୍ଡାର ଖୋଲାଯିବ। ଏଥିରେ କୌଣସି ପରିବର୍ତ୍ତନ କରାଯିବ ନାହିଁ।
ଆଇନ ମନ୍ତ୍ରୀ କହିଛନ୍ତି, କାଲିଠାରୁ ଶ୍ରୀମନ୍ଦିର ରତ୍ନଭଣ୍ଡାର ଖୋଲିବା ପ୍ରକ୍ରିୟା ଆରମ୍ଭ ହେବ। ଏହା କ୍ରମାଗତ ଭାବେ ଚାଲିବ। କେତେବେଳେ ଖୋଲିବ, ସେ ନିଷ୍ପତ୍ତି ନେବାକୁ ମୁଖ୍ୟ ପ୍ରଶାସକଙ୍କୁ ଦାୟିତ୍ୱ ଦିଆଯାଇଛି। ଶୁଭ ସମୟ ଦେଖି ମୁଖ୍ୟ ପ୍ରଶାସକ ଏହାର ନିଷ୍ପତ୍ତି ନେବେ। ରତ୍ନଭଣ୍ଡାର ଗଣତି, ମଣତି ନେଇ ଆର୍ବିଆଇ ସହାୟତା ନିଆଯିବ। ତାଙ୍କ ପ୍ରତିନିଧି ଉପସ୍ଥିତ ରହିବେ ।

ଅଳଙ୍କାରର ସଂଖ୍ୟା, ମାନ ଏବଂ ଓଜନ ନିର୍ଦ୍ଧାରଣ କରାଯିବ। ଅଳଙ୍କାରଗୁଡ଼ିକର ଡିଜିଟାଲ ଫଟୋଗ୍ରାଫି କରାଯିବ। ଫଟୋଗ୍ରାଫ କରାଯାଇ ଏକ ଡିଜିଟାଲ କାଟାଲଗ୍ ତିଆରି ହେବ। ଆଗାମୀ ଦିନ ପାଇଁ ଏହା ଏକ ରେଫରେନ୍ସ ଡକ୍ୟୁମେଣ୍ଟ ଭାବେ ରହିବ ବୋଲି ଆଇନ ମନ୍ତ୍ରୀ କହିଛନ୍ତି।












Click it and Unblock the Notifications