Get Updates
Get notified of breaking news, exclusive insights, and must-see stories!

୧୪ରେ ରତ୍ନଭଣ୍ଡାର ଖୋଲିବା ପ୍ରାୟତଃ ସ୍ପଷ୍ଟ: ଆଇନ ମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନ

ଆସନ୍ତା ୧୪ ତାରିଖରେ ରତ୍ନଭଣ୍ଡାର ଖୋଲିବା ପ୍ରାୟତଃ ସ୍ପଷ୍ଟ । ଏନେଇ ଆଇନମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନ ସୂଚନା ଦେଇଛନ୍ତି । ଗଣମାଧ୍ୟମକୁ ସୂଚନା ଦେଇ ଆଇନ ମନ୍ତ୍ରୀ କହିଛନ୍ତି, ପୂର୍ବରୁ ଯାଞ୍ଚ କମିଟି ଯେଉଁ ସୁପାରିଶ କରିଥିଲା ସେଥିରେ ମୋହର ମାରିଛି ପରିଚାଳନା କମିଟି ।

ଗତକାଲି ପରିଚାଳନା କମିଟିର ବୈଠକରେ ହୋଇଥିବା ସୁପାରିଶ ଆଜି ସରକାରଙ୍କ ପାଖରେ ପହଞ୍ଚିବା ପରେ ଏହାର ଯାଞ୍ଚ କରାଯିବ । ଯେଉଁ ଏସଓପି ସୁପାରିଶ ଆସିବ ତାହାକୁ ନେଇ ବିଭିନ୍ନ ଦିଗରେ ତର୍ଜମା କରାଯିବା ପରେ ନିଷ୍ପତ୍ତି ନିଆଯିବ ।

ସବୁଠୁ ବଡ କଥା ହେଲା, ନୀତିକାନ୍ତି ସହ ଖାପଖୁଆଇ ସବୁ ଦିଗକୁ ସୁବିଧା ହେବା ଭଳି ନିଷ୍ପତ୍ତି ନିଆଯିବ । ଯାଞ୍ଚ କମିଟି ଯେଉଁ ତାରିଖ ଧାର୍ଯ୍ୟ କରିଛି ସେ ତାରିଖ ପ୍ରାୟତଃ ସ୍ପଷ୍ଟ ବୋଲି କହିଛନ୍ତି ଆଇନମନ୍ତ୍ରୀ ।

Ratnabhandar

ସୂଚନା ଯୋଗ୍ୟ, ରତ୍ନଭଣ୍ଡାର ଯାଞ୍ଚ କମିଟି ବୈଠକରେ ଆସନ୍ତା ୧୪ ତାରିଖରେ ରତ୍ନଭଣ୍ଡାର ଖୋଲିବା ନେଇ ନିଷ୍ପତ୍ତି ହୋଇଥିଲା । ଚାବି କାମ କରୁ କି ନକରୁ ରତ୍ନଭଣ୍ଡାର ଖୋଲାଯିବ ବୋଲି କହିଥିଲେ ଯାଞ୍ଚ କମିଟିର ଅଧ୍ୟକ୍ଷ । ପରେ ପରିଚାଳନା କମିଟି ବୈଠକରେ ମଧ୍ୟ ଯାଞ୍ଚ କମିଟିର ପ୍ରସ୍ତାବ ଉପରେ ମୋହର ବାଜିଥିଲା ।

ଯେଉଁ ଏସଓପି ସୁପାରିଶ ଆସିବ ତାହାକୁ ନେଇ ବିଭିନ୍ନ ଦିଗରେ ତର୍ଜମା କରାଯିବା ପରେ ଖୋଲିବା ନେଇ ନିଷ୍ପତ୍ତି ନିଆଯିବ। ନୀତିକାନ୍ତି ସହ ଖାପଖୁଆଇ ସବୁ ଦିଗକୁ ସୁବିଧା ହେବା ଭଳି ନିଷ୍ପତ୍ତି ନିଆଯିବ। ଯାଞ୍ଚ କମିଟି ଯେଉଁ ତାରିଖ ଧାର୍ଯ୍ୟ କରିଛି ସେହି ତାରିଖରେ ରତ୍ନଭଣ୍ଡାର ଖୋଲିବା ପ୍ରାୟତଃ ସ୍ପଷ୍ଟ ବୋଲି ଆଇନମନ୍ତ୍ରୀ କହିଛନ୍ତି ।

ସୂଚନାଯୋଗ୍ୟ ରତ୍ନଭଣ୍ଡାର ଯାଞ୍ଚ କମିଟି ବୈଠକରେ ଆସନ୍ତା ୧୪ ତାରିଖରେ ରତ୍ନଭଣ୍ଡାର ଖୋଲିବା ନେଇ ନିଷ୍ପତ୍ତି ହୋଇଥିଲା। ଚାବି କାମ କରୁ କି ନ କରୁ ରତ୍ନଭଣ୍ଡାର ଖୋଲାଯିବ ବୋଲି ଯାଞ୍ଚ କମିଟିର ଅଧ୍ୟକ୍ଷ ଜଷ୍ଟିସ ବିଶ୍ବନାଥ ରଥ କହିଥିଲେ। ତେବେ ବୁଧବାର ପରିଚାଳନା କମିଟି ବୈଠକରେ ଯାଞ୍ଚ କମିଟିର ପ୍ରସ୍ତାବ ଉପରେ ମୋହର ବାଜିଥିଲା।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+