ରାଜଧାନୀରେ ପୁଣି ଜମିବ ପଥ ଉତ୍ସବ, ଡିସେମ୍ବର ୨୨ ରୁ ଆରମ୍ଭ

ଭୁବନେଶ୍ୱର: ଆସନ୍ତା ୨୨ ତାରିଖରୁ ଭୁବନେଶ୍ବରରେ ପାଳିତ ହେବ ପଥ ଉତ୍ସବ। ବିଗତ ବର୍ଷମାନଙ୍କୁ ଦୃଷ୍ଟିରେ ରଖି ନୂଆ ଢଙ୍ଗ ଓ ନୂଆ ରୂପରେ ଏହାକୁ ପାଳନ କରିବାକୁ ଲକ୍ଷ୍ୟ ରଖିଛି ବିଏମସି । ଏନେଇ ବିଏମସି ସୋସିଆଲ ମିଡିଆରେ ସୂଚନା ଦେଇଛି। ଚଳିତବର୍ଷ ପଥ ଉତ୍ସବର ବିଶେଷତା ହେଉଛି ରାଜଧାନୀରେ ଜାନୁଆରୀ ୮ରୁ ୧୦ ଯାଏ ହେବାକୁ ଥିବା ପ୍ରବାସୀ ଭାରତୀୟ ଦିବସରେ ଅତିଥି ମାନଙ୍କୁ ସ୍ୱାଗତ କରିବା।

Path Festival

୨୨ ତାରିଖ ରବିବାର ଦିନ ମାଷ୍ଟରକ୍ୟାଣ୍ଟିନ ଛକରୁ ରାମମନ୍ଦିର ଯାଏଁ ଅନୁଷ୍ଠିତ ହେବ ପଥ ଉତ୍ସବ। ମାଷ୍ଟରକ୍ୟାଣ୍ଟିନ ଛକରେ ମୁଖ୍ୟ ମଞ୍ଚ ରହିବ ଓ ରାମ ମନ୍ଦିର ନିକଟରେ ଦ୍ବିତୀୟ ମଞ୍ଚ ନିର୍ମାଣ କରାଯିବ । ନାଚ, ଗୀତ, ଝୋଟି, ଯୋଗ, ସ୍କେଟିଂ, ସାଇକେଲିଂ, ବାସ୍କେଟ ବଲ, ଲୁଡୁ, କୁଇଜ୍ କମ୍ପିଟିସନ, ରଙ୍ଗୋଲୀ, ମ୍ୟାଜିକ ଶୋ, କ୍ଲେ ଆର୍ଟ, ଫେସ୍ ପେଣ୍ଟିଂ, ଜୁମ୍ବା ଆଦି ବିଭିନ୍ନ କାର୍ଯ୍ୟକ୍ରମ କରାଯିବ । ପଥ ଉତ୍ସବକୁ ପରିଚାଳନା କରିବାକୁ ବିଭିନ୍ନ ଅଧିକାରୀଙ୍କୁ ଦାୟିତ୍ବ ଦିଆଯାଇଛି ।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+