୪୪ ଡିଗ୍ରୀ ଟପିଲା ରାଜଧାନୀର ତାପମାତ୍ରା, ସତର୍କ ସୂଚନା ଜାରି କଲା ପାଣିପାଗ ବିଭାଗ
ରାଜ୍ୟରେ ଆଜିବି ଜାରି ରହିଛି ଗ୍ରୀଷ୍ମ ପ୍ରବାହ। ତାତିକୁ ଅସହ୍ୟ ଗୁଳୁଗୁଳି ଅସ୍ତବ୍ୟସ୍ତ କରିଦେଲେଣି ଜନଜୀବନ। ଘରୁ ବାହାରକୁ ଯିବାକୁ ଭୟ କରୁଛନ୍ତି ଲୋକେ । ପ୍ରଚଣ୍ଡ ଗ୍ରୀଷ୍ମ ପ୍ରବାହ ପାଇଁ ଟ୍ୱିନସିଟି କୁ ରେଡ୍ ଆଲର୍ଟ ଜାରି କରାଯାଇଛି । ଆଜି ଉଭୟ ଭୁବନେଶ୍ୱର ଓ କଟକ ସହରରେ ଅସହ୍ୟ ଗ୍ରୀଷ୍ମ ପ୍ରବାହ ଅନୁଭୂତ ହେଉଛି । ଏହାରି ଭିତରେ ରାଜଧାନୀ ଭୁବନେଶ୍ୱରରେ ରେକର୍ଡ ଭାଙ୍ଗିଛି ତାପମାତ୍ରା । ଦିନ ସାଢେ ୨ଟା ସୁଦ୍ଧା ରାଜଧାନୀରେ ୪୪ ଦଶମିକ ୬ ତାପମାତ୍ରା ରେକର୍ଡ ହୋଇଛି ।

ଏହାପୂର୍ବରୁ ଭୁବନେଶ୍ୱର ଓ କଟକ ପାଇଁ ରେଡ୍ ଆଲର୍ଟ ଜାରି କରିଥିଲା ଆଂଚଳିକ ପାଣିପାଗ କେନ୍ଦ୍ର । ପାଣିପାଗ କେନ୍ଦ୍ରର ସୂଚନା ଅନୁସାରେ ୩୦ ତାରିଖ ପର୍ଯ୍ୟନ୍ତ ଅସହ୍ୟ ଗ୍ରୀଷ୍ମ ପ୍ରବାହ ଅନୁଭୂତ ହେବ । ଅସହ୍ୟ ତାତି ପାଇଁ ଉତର ଓଡ଼ିଶା, ପଶ୍ଚିମ ଓ ଆଭ୍ୟନ୍ତରୀଣ ଓଡ଼ିଶାର କିଛି ଜିଲ୍ଲା ପାଇଁ ମଧ୍ୟ ରେଡ୍ ୱାର୍ଣ୍ଣିଂ ଜାରି କରାଯାଇଛି । କଟକ ଭୁବନେଶ୍ୱର ସମେତ ଆଜି ୧୦ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ ଜାରି କରାଯାଇଛି । ପାଣିପାଗ କେନ୍ଦ୍ରର ସୂଚନା ଅନୁସାରେ ୩୦ ତାରିଖ ପର୍ଯ୍ୟନ୍ତ ଅସହ୍ୟ ଗ୍ରୀଷ୍ମ ପ୍ରବାହ ଅନୁଭୂତ ହେବ । ଅସହ୍ୟ ତାତି ପାଇଁ ଉତର ଓଡ଼ିଶା, ପଶ୍ଚିମ ଓ ଆଭ୍ୟନ୍ତରୀଣ ଓଡ଼ିଶାର କିଛି ଜିଲ୍ଲା ପାଇଁ ମଧ୍ୟ ରେଡ୍ ୱାର୍ଣ୍ଣିଂ ଜାରି କରାଯାଇଛି ।
ଆଗାମୀ ୨୪ ଘଂଟା ପାଇଁ ମୟୂରଭଂଜ, ଝାରସୁଗୁଡ଼ା, ସୁନ୍ଦରଗଡ଼, କେନ୍ଦୁଝର, ଢେଙ୍କାନାଳ, ବୌଦ୍ଧ, ବଲାଙ୍ଗୀର, ସମ୍ବଲପୁର, ନୂଆପଡ଼ା, ଅନୁଗୁଳ, ଯାଜପୁର ଓ ଖୋର୍ଦ୍ଧା ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ ଜାରି ହୋଇଛି । ସେହିପରି କଟକ, ଜଗତସିଂହପୁର, ଭଦ୍ରକ, ବାଲେଶ୍ୱର, କେନ୍ଦ୍ରାପଡ଼ା, ସୋନପୁର, ମାଲକାନଗିରି, କଳାହାଣ୍ଡି, କନ୍ଧମାଳ, ଗଞ୍ଜାମ, ଗଜପତି, ନୟାଗଡ଼, ନବରଙ୍ଗପୁର, ଦେବଗଡ଼, ବରଗଡ଼ ଓ ରାୟଗଡ଼ା ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି ହୋଇଛି ।












Click it and Unblock the Notifications