କନିଷ୍ଠ ଶିକ୍ଷକ ନିଯୁକ୍ତି ଅନିୟମିତତା ମାମଲା; ରାୟ ସଂରକ୍ଷିତ ରଖିଲେ ହାଇକୋର୍ଟ
କନିଷ୍ଠ ଶିକ୍ଷକ ନିଯୁକ୍ତି ଅନିୟମିତତା ମାମଲା । ହାଇକୋର୍ଟରେ ଶୁଣାଣି ଶେଷ ହୋଇଛି । ରାୟ ସଂରକ୍ଷିତ । କନିଷ୍ଠ ଶିକ୍ଷକ ନିଯୁକ୍ତି ଅନିୟମିତତା ମାମଲାରେ ବୁଧବାର ହାଇକୋର୍ଟ ଶୁଣାଣି କରିଛନ୍ତି । ହାଇକୋର୍ଟରେ ଶୁଣାଣି ଶେଷ କରି ରାୟ ସଂରକ୍ଷିତ ରଖିଛନ୍ତି ।
ଶିକ୍ଷକ ନିଯୁକ୍ତିରେ ହୋଇଥିବା ବ୍ୟାପକ ଅନିୟମିତତାକୁ ନେଇ ହାଇକୋର୍ଟରେ ଏକ ପିଟିସନ ରୁଜୁ ହୋଇଥିଲା । ଏହି ମାମଲାର ଶୁଣାଣି କରି ହାଇକୋର୍ଟ ନିଯୁକ୍ତି ଉପରେ ରୋକ ଲଗାଇବାକୁ ନିର୍ଦ୍ଦେଶ ଦେଇଥିଲେ ।

ସୂଚନାଯୋଗ୍ୟ ଯେ , ହାଇକୋର୍ଟରେ କନିଷ୍ଠ ଶିକ୍ଷକ ନିଯୁକ୍ତି ଅନିୟମିତତା ମାମଲାରେ ହାଇକୋର୍ଟ ରୋକ ଲଗାଇଥିଲେ । କନିଷ୍ଠ ଶିକ୍ଷକ ହୋଇଥିବା ଦୁର୍ନିତୀକୁ ନେଇ ହାଇକୋର୍ଟରେ ଏକ ମାମଲା ରୁଜୁ ହୋଇଥିଲା । ଯାହାର ଶୁଣାଣି କରି ହାଇକୋର୍ଟ ନିଯୁକ୍ତି ପ୍ରକ୍ରିୟା ଉପରେ ରହିତାଦେଶ ଦେଇଥିଲେ ।
ତେବେ ପ୍ରାର୍ଥୀ ଚୟନ ପ୍ରକ୍ରିୟା ଚାଲିଥିବା ବେଳେ ନିୟମରେ କାହିଁକି ପରିବର୍ତ୍ତନ କରାଗଲା ବୋଲି ଆବେଦନକାରୀ ପ୍ରଶ୍ନ କରିଛନ୍ତି । ଉଭୟ ପକ୍ଷର ଯୁକ୍ତି ଶୁଣିବା ପରେ ହାଇକୋର୍ଟ ତାଙ୍କ ରାୟକୁ ସଂରକ୍ଷିତ ରଖିଛନ୍ତି ।
ସୂଚନା ଯୋଗ୍ୟ, ୨୦୨୩ ଅକ୍ଟୋବର ୨୩ ତାରିଖରେ ପ୍ରାୟ ୨୦ ହଜାର କନିଷ୍ଠ ଶିକ୍ଷକ ନିଯୁକ୍ତି ପାଇଁ ବିଜ୍ଞପ୍ତି ପ୍ରକାଶ ପାଇଥିଲା । ପରେ ଏହାକୁ ନେଇ ବିବାଦ ମୁଣ୍ଡ ଟେକିଲା । ଏପିରିକି କିଛି ପ୍ରାର୍ଥୀ ନିଯୁକ୍ତି ପ୍ରକ୍ରିୟାରେ ଅନିୟମିତତା ହୋଇଥିବାର ଅଭିଯୋଗ କରି ହାଇକୋର୍ଟଙ୍କ ଦ୍ୱାରସ୍ତ ହୋଇଛନ୍ତି । ମାମଲାର ପ୍ରାରମ୍ଭିକ ଶୁଣାଣି କରି ଗତ ୧୯ ତାରିଖ ନିଯୁକ୍ତି ପ୍ରକ୍ରିୟା ଉପରେ ରହିତାଦେଶ ଜାରି କରିଥିଲେ ହାଇକୋର୍ଟ ।
ତେବେ ମାମଲାର ଚୂଡାନ୍ତ ଶୁଣାଣି ଚାଲିଥିବା ବେଳେ ରାଜ୍ୟ ସରକାର କେତୋଟି ପ୍ରସଙ୍ଗରେ ସ୍ପଷ୍ଟୀକରଣ ରଖିଛନ୍ତି । ଯାହାକୁ ଆବେଦନକାରୀ ବିରୋଧ କରିଛନ୍ତି । ଆବେଦନକାରୀଙ୍କ ପକ୍ଷରୁ ପ୍ରଶ୍ନ ଉଠିଥିଲା କି, ଶିକ୍ଷକ ନିଯୁକ୍ତି ଜିଲ୍ଲା ଭିତ୍ତିକ ହେଉଛି ନା ରାଜ୍ୟ ଆଧାରରେ। ଯାହା ଉତ୍ତରରେ (ଏଜି) କହିଛନ୍ତି କି, ନିଯୁକ୍ତି ଜିଲ୍ଲା ଆଧାରରେ ହେବ ।












Click it and Unblock the Notifications