ପ୍ରବଳ ବର୍ଷା ନେଇ ଓଡ଼ିଶା ସମେତ ୫ ରାଜ୍ୟକୁ ରେଡ୍ ଆଲର୍ଟ
ପ୍ରବଳ ବର୍ଷା ୫ ରାଜ୍ୟକୁ ନେଇ ରେଡ୍ ଆଲର୍ଟ । ଓଡ଼ିଶା, ପଶ୍ଚିମବଙ୍ଗ, ଝାଡ଼ଖଣ୍ଡକୁ ରେଡ୍ ଆଲର୍ଟ । ଆସାମ ଓ ମେଘାଳୟକୁ ବି ରେଡ୍ ଆଲର୍ଟ ଜାରି ।

ସୂଚନା ଅନୁସାରେ ଦେଶର ଉଭୟ ପଶ୍ଚିମ ଏବଂ ପୂର୍ବ ଭାଗରେ ଦୁଇଟି ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି। ପଶ୍ଚିମ ଭାଗରେ ଲଘୁଚାପଟି ଦକ୍ଷିଣ ଗୁଜରାଟ ଏବଂ ତାର ପାର୍ଶ୍ବବର୍ତ୍ତୀ ଅଞ୍ଚଳ ଏବଂ ପୂର୍ବ ଭାଗରେ ଦକ୍ଷିଣ-ପଶ୍ଚିମ ବାଂଲାଦେଶ ପାର୍ଶ୍ବବର୍ତ୍ତୀ ଗାଙ୍ଗେୟ ପଶ୍ଚିମବଙ୍ଗ ଉପତ୍ୟାକାରେ ସୃଷ୍ଟି ହୋଇଛି। ଏହି ଦୁଇଟି ଲଘୁଚାପ ପ୍ରଭାବରେ ରାଜ୍ୟର ବିଭିନ୍ନ ଅଞ୍ଚଳରେ ଝିପିଝିପି ବର୍ଷା ଲାଗି ରହିଛି। ସାରା ରାଜ୍ୟକୁ ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ ଅଗ୍ରସର ହୋଇଛି। ସୃଷ୍ଟ ଲଘୁଚାପ ପ୍ରଭାବରେ ଆସନ୍ତା ତିନିଦିନ ପର୍ଯ୍ୟନ୍ତ ପ୍ରବଳରୁ ଅତି ପ୍ରବଳ ବର୍ଷା ସମ୍ଭାବନା ରହିଛି।
ଆସନ୍ତା ଦୁଇଦିନ ପର୍ଯ୍ୟନ୍ତ ରାଜ୍ୟରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବ। କିଛିକିଛି ସ୍ଥାନରେ ବଜ୍ରପାତ ସହିତପ୍ରବଳରୁ ଅତି ପ୍ରବଳ ବର୍ଷା ନେଇ ସତର୍କତା ଜାରି କରିଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର। ଦକ୍ଷିଣ-ପଶ୍ଚିମ ବାଂଲାଦେଶ ଏବଂ ଏହାର ସଂଲଗ୍ନ ଅଞ୍ଚଳରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି। ଏହା ଆସନ୍ତା ୨୪ ଘଣ୍ଟାରେ ପଶ୍ଚିମ-ଉତ୍ତର ପଶ୍ଚିମ ଦିଗକୁ ଗତି କରିବା ସହ ବର୍ଷା କରାଇବ। ଅନ୍ୟପଟେ ମଙ୍ଗଳବାର ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ ସାରା ରାଜ୍ୟକୁ ଛୁଇଁଥିବାରୁ ସବୁ ଜିଲାରେ ବର୍ଷା ଜାରି ରହିଛି। ଆସନ୍ତା ୩ଦିନ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବା ନେଇ ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ପୂର୍ବାନୁମାନ କରାଯାଇଛି। ୧୯ ତାରିଖ ପର୍ଯ୍ୟନ୍ତ ସମୁଦ୍ର ଅଶାନ୍ତ ରହିଥିବାରୁ ଏହି ସମୟରେ ମତ୍ସ୍ୟଜୀବୀଙ୍କୁ ସମୁଦ୍ରକୁ ଯିବାକୁ ବାରଣ କରାଯାଇଛି। ବର୍ଷା ସମୟରେ ବଜ୍ରପାତ ପାଇଁ ସତର୍କ ରହିବାକୁ ନିର୍ଦ୍ଦେଶ ଦିଆଯାଇଛି। ବୁଧବାର କେନ୍ଦୁଝର, ସୁନ୍ଦରଗଡ଼, ମୟୂରଭଞ୍ଜ ଓ ଝାରସୁଗୁଡ଼ାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ନେଇ ଅରେଞ୍ଜ ଓ୍ବାର୍ନିଂଜାରି କରାଯାଇଛି। ଏସବୁଜିଲାକୁ ବିଜୁଳି ଘଡ଼ଘଡ଼ି ଭୟ ରହିଥିବାବେଳେ ଘଣ୍ଟାପ୍ରତି ୩୦ରୁ ୪୦ କିଲୋମିଟର ବେଗରେ ଝଟକା ପବନ ବହିବାର ସମ୍ଭାବନା ରହିଛି।












Click it and Unblock the Notifications