Cyclone Dana: ବାତ୍ୟା ଲ୍ୟାଣ୍ତଫଲ୍ ପରେ ୩ ଜିଲ୍ଲାକୁ ରେଡ୍ ଆଲର୍ଟ ଜାରି
Cyclone Dana Latest Updates: ବାତ୍ୟା ଲ୍ୟାଣ୍ତଫଲ୍ ପରେ ୩ଟି ଜିଲ୍ଲାକୁ ରେଡ୍ ଆଲର୍ଟ ଜାରି କରାଯାଇଛି । ବାଲେଶ୍ୱର, ଭଦ୍ରକ ଏବଂ ମୟୂରଭଞ୍ଜରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି । କିଛି କିଛି ସ୍ଥାନରେ ବର୍ଷାର ପରିମାଣ ଆହୁରି ବଢିବାର ସମ୍ଭାବନା ରହିଛି । ସେହିପରି କେନ୍ଦ୍ରପଡ଼ା, ଯାଜପୁର, କେନ୍ଦୁଝର ଏବଂ କଟକ, ଜଗତସିଂହପୁର, ଅନୁଗୁଳ, ଖୋର୍ଦ୍ଧାରେ ମଧ୍ୟ ପ୍ରବଳ ବର୍ଷିବ ।

ସୂଚନାଥାଉ ଯେ, ଗତରାତିରୁ ଆରମ୍ଭ ହୋଇଥିବା ବାତ୍ୟା 'ଦାନ'ଲ୍ୟାଣ୍ଡଫଲ ପ୍ରକ୍ରିୟା ସଂପୂର୍ଣ୍ଣ ହୋଇଛି । ଏ ନେଇ ଭାରତୀୟ ପାଣିପାଗ ବିଭାଗ ପକ୍ଷରୁ ସୂଚନା ଜାରି କରାଯାଇଛି । ଦୁର୍ବଳ ହୋଇ ଏକ ବାତ୍ୟାରେ ପରିଣତ ହୋଇଛି । ଆସନ୍ତା ୬ ଘଣ୍ଟା ମଧ୍ୟରେ ଆହୁରି ଦୁର୍ବଳ ହୋଇ ଗଭୀର ଅବପାତରେ ପରିଣତ ହେବ । ଦୁର୍ବଳ ହୋଇ ଘଣ୍ଟାକୁ ଏହା ୧୦ କିମି ବେଗରେ ଗତି କରୁଛି । ଏଥିସହ ଉତ୍ତର ଉତ୍ତରପଶ୍ଚିମ ଦିଗ ଆଡକୁ ଗତି କରୁଛି ।












Click it and Unblock the Notifications