ସୁବର୍ଣ୍ଣପୁର ଠାରେ ଆଞ୍ଚଳିକ ଗଣମାଧ୍ୟମ କର୍ମଶାଳା ‘‘ବାର୍ତ୍ତାଳାପ’’ ଆୟୋଜିତ

ଭାରତ ସରକାରଙ୍କ ସୂଚନା ଓ ପ୍ରସାରଣ ମନ୍ତ୍ରଣାଳୟ ଅଧୀନ ପତ୍ର ସୂଚନା କାର୍ଯ୍ୟାଳୟ (ପିଆଇବି), ଭୁବନେଶ୍ୱର ପକ୍ଷରୁ ସୁବର୍ଣ୍ଣପୁର ଜିଲ୍ଲା ଡିଆରଡିଏ ସମ୍ମିଳନୀ କକ୍ଷରେ ଆଞ୍ଚଳିକ ଗଣମାଧ୍ୟମ କର୍ମଶାଳା ''ବାର୍ତ୍ତାଳାପ'' ଆୟୋଜିତ ହୋଇଯାଇଛି । କେନ୍ଦ୍ର ସରକାରଙ୍କ ବିଭିନ୍ନ ଜନକଲ୍ୟାଣକାରୀ ଯୋଜନା ଓ ଏହାର କାର୍ଯ୍ୟକାରିତା ସମ୍ପର୍କରେ ଆଞ୍ଚଳିକ ସାମ୍ବାଦିକମାନଙ୍କ ସହ ଆଲୋଚନା କରିବା ତଥା ଜନ ସଚେତନତା ସୃଷ୍ଟି କରିବାରେ ସାମ୍ବାଦିକଙ୍କ ଭୂମିକା ଉପରେ ଗୁରୁତ୍ୱାରୋପ କରିବା ବାର୍ତ୍ତାଳାପ କାର୍ଯ୍ୟକ୍ରମର ମୁଖ୍ୟ ଉଦ୍ଦେଶ୍ୟ ।

ଆଜିର କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ସୁବର୍ଣ୍ଣପୁର ଜିଲ୍ଲାପାଳ ବିମଳେନ୍ଦୁ ରାୟ ଯୋଗ ଦେଇ କହିଥିଲେ, ଗଣତନ୍ତ୍ରକୁ ସୁଦୃଢ଼ କରିବାରେ ଗଣମାଧ୍ୟମର ପ୍ରମୁଖ ଭୂମିକା ରହିଛି । ସେ ଆହୁରି କହିଥିଲେ, ପ୍ରଶାସନ ପାଇଁ ଗଣମାଧ୍ୟମ ପଥପ୍ରଦର୍ଶକ ଭୂମିକା ନିର୍ବାହ କରିଥାଏ। ଗଠନମୂଳକ ସମାଲୋଚନା ଏବଂ ତୃଣମୂଳ ସ୍ତରରେ ସରକାରୀ ଯୋଜନା ଓ କାର୍ଯ୍ୟକ୍ରମ ସହ ଜଡ଼ିତ ପ୍ରସଙ୍ଗରେ ଖବର ପ୍ରସାରଣ ଜରିଆରେ ଗଣମାଧ୍ୟମ ଏକ ଗୁରୁତ୍ୱପୂର୍ଣ୍ଣ ଭୂମିକା ନିର୍ବାହ କରିଥାଏ । ଆଜିର ଯୁଗରେ ଡିଜିଟାଲ ମିଡିଆ ଓ ସାମାଜିକ ଗଣମାଧ୍ୟମ ଦ୍ରୁତ ଓ ପ୍ରଭାବୀ ସୂଚନା ପ୍ରସାରଣରେ ପ୍ରମୁଖ ଭୂମିକା ନିର୍ବାହ କରୁଛି ବୋଲି ଜିଲ୍ଲାପାଳ ତାଙ୍କ ଅଭିଭାଷଣରେ କହିଥିଲେ ।

media_workshop

ସମ୍ମାନିତ ଅତିଥି ଭାବେ ସୁବର୍ଣ୍ଣପୁର ଅତିରିକ୍ତ ଜିଲ୍ଲାପାଳ ଅଞ୍ଜଳିନା ପ୍ରଧାନ କାର୍ଯ୍ୟକ୍ରମକୁ ସମ୍ବୋଧିତ କରି ସରକାର ଓ ଜନସାଧାରଣଙ୍କ ମଧ୍ୟରେ ଗଣମାଧ୍ୟମକୁ ଏକ ସମ୍ପର୍କର ସେତୁ ଭାବେ ଅଭିହିତ କରିଥିଲେ । ସାଧାରଣ ଜନତା ଓ ସେମାନଙ୍କ ସମସ୍ୟା ସହ ଜଡ଼ିତ ସ୍ଥାନୀୟ ପ୍ରସଙ୍ଗ ଉପରେ ଧ୍ୟାନ ଦେଇ ଖବର ପରିବେଷଣ କରିବା ଲାଗି ସେ ଗ୍ରାମୀଣ ସାମ୍ବାଦିକମାନଙ୍କୁ ଅନୁରୋଧ କରିଥିଲେ। ସରକାରୀ ଯୋଜନା, ସେଗୁଡ଼ିକର ପ୍ରମୁଖ ବୈଶିଷ୍ଟ୍ୟ, ସଫଳତାର କାହାଣୀ ସମ୍ପର୍କରେ ଅଧିକ ଖବର ପ୍ରସାରଣ କରିବାକୁ ସେ ପରାମର୍ଶ ଦେଇଥିଲେ ଯଦ୍ଦ୍ୱାରା ହିତାଧିକାରୀଙ୍କ ମଧ୍ୟରେ ବ୍ୟାପକ ସଚେତନତା ସୃଷ୍ଟି କରାଯାଇପାରିବ ।

ମୁଖ୍ୟ ଉନ୍ନୟନ ଅଧିକାରୀ ତଥା ଜିଲ୍ଲା ପରିଷଦ କାର୍ଯ୍ୟନିର୍ବାହୀ ଅଧିକାରୀ ଅଶ୍ୱିନୀ କୁମାର ମେହେର ମୁଖ୍ୟବକ୍ତା ଭାବେ ଯୋଗଦେଇ ମନରେଗା, ପିଏମ ଆବାସ ଯୋଜନା, ପିଏମଇଜିପି ଓ ଡିଡିୟୁଜିକେୱାଇ ଆଦି ଯୋଜନା ଉପରେ ଆଲୋକପାତ କରିଥିଲେ। ସରକାରଙ୍କ ବିଭିନ୍ନ ପ୍ରମୁଖ ଯୋଜନା, ଏହାର ଲାଭ ଏବଂ କାର୍ଯ୍ୟକାରିତାରେ ରହିଥିବା ସମସ୍ୟା ବିଷୟରେ ଗଣମାଧ୍ୟମରେ ଖବର ପ୍ରସାରଣ କରିବାକୁ ସେ ସାମ୍ବାଦିକମାନଙ୍କୁ ପରାମର୍ଶ ଦେଇଥିଲେ। ଗ୍ରାମାଞ୍ଚଳରେ ହିତାଧିକାରୀଙ୍କ ଅଧିକାର ଓ ସେମାନଙ୍କ ପାଇଁ ରହିଥିବା ବିଭିନ୍ନ ସୁବିଧା ସୁଯୋଗ ସମ୍ପର୍କରେ ଗଣମାଧ୍ୟମ ସଚେତନତା ସୃଷ୍ଟି କରିବା ଆବଶ୍ୟକ ବୋଲି ସେ କହିଥିଲେ ।

ବରିଷ୍ଠ ସାମ୍ବାଦିକ ସ୍ୱୟମ୍ଭୁନାଥ ଖଣ୍ଡଗିରି ବିଶିଷ୍ଟ ଅତିଥି ଭାବେ ଯୋଗ ଦେଇ ''ପିଆଇବିର ସାମ୍ବାଦିକ କଲ୍ୟାଣ ଯୋଜନା ସମ୍ପର୍କରେ ସଚେତନତା ସୃଷ୍ଟି କରିବା କ୍ଷେତ୍ରରେ ଗଣମାଧ୍ୟମର ଭୂମିକା ଉପରେ ବକ୍ତବ୍ୟ ରଖିଥିଲେ।

ପିଆଇବିର ଗଣମାଧ୍ୟମ ଓ ଯୋଗାଯୋଗ ଅଧିକାରୀ ପ୍ରଦୀପ କୁମାର ଚୌଧୁରୀ ବାର୍ତ୍ତାଳାପ କାର୍ଯ୍ୟକ୍ରମରେ ଅଧ୍ୟକ୍ଷତା କରିବା ସହିତ ସ୍ୱାଗତ ଭାଷଣ ପ୍ରଦାନ କରିଥିଲେ । ବାର୍ତ୍ତାଳାପ କାର୍ଯ୍ୟକ୍ରମର ଲକ୍ଷ୍ୟ ଓ ଉଦ୍ଦେଶ୍ୟ ତଥା ପିଆଇବି ଏବଂ ସୂଚନା ପ୍ରସାରଣ ମନ୍ତ୍ରଣାଳୟର ବିଭିନ୍ନ ବିଭାଗର କାର୍ଯ୍ୟଧାରା ସମ୍ପର୍କରେ ଶ୍ରୀ ଚୌଧୁରୀ ସୂଚନା ଦେଇଥିଲେ । ପିଆଇବିର ସୂଚନା ଅଧିକାରୀ ସ୍ୱାଧୀନ ଶକ୍ତିପ୍ରସାଦ କାର୍ଯ୍ୟକ୍ରମର ପ୍ରାରମ୍ଭିକ ଭାଗକୁ ପରିଚାଳନା କରିଥିଲେ ।

ପିଏମ୍‌ ଫସଲ ବୀମା ଯୋଜନା ଓ ମିଲେଟ୍‌ ମିଶନ୍‌ ଉପରେ ଜିଲ୍ଲା ମୁଖ୍ୟ ଜିଲ୍ଲା କୃଷି ଅଧିକାରୀ ଡକ୍ଟର ବିଭୂତି ଭୂଷଣ ମିଶ୍ର, ଜାତୀୟ ଶିକ୍ଷା ନୀତି ଉପରେ ସୁବର୍ଣ୍ଣପୁର ଡିଆଇଇଟି ଅଧ୍ୟକ୍ଷ ଡକ୍ଟର ପ୍ରସନ୍ନ କୁମାର ସାହୁ, ମେରୀ ମାଟି ମେରା ଦେଶ ଅଭିଯାନ ଓ ସ୍ୱଚ୍ଛ ଭାରତ ଅଭିଯାନ ଉପରେ ସୁବର୍ଣ୍ଣପୁର ନେହରୁ ଯୁବା କେନ୍ଦ୍ର ସଂଗଠନର ଯୁବ ସ୍ବେଚ୍ଛାସେବୀ ଆଲୋଚନା କରିଥିଲେ । ଜିଲ୍ଲା ସୂଚନା ଓ ଲୋକ ସମ୍ପର୍କ ଅଧିକାରୀ ଅଶ୍ୱିନୀ କୁମାର ଭୋଇ ମଧ୍ୟ କାର୍ଯ୍ୟକ୍ରମରେ ଯୋଗଦେଇଥିଲେ । ଏହି କାର୍ଯ୍ୟକ୍ରମରେ ସୁବର୍ଣ୍ଣପୁର ଜିଲ୍ଲାର ପ୍ରାୟ ଶହେ ଜଣ ଗଣମାଧ୍ୟମ ପ୍ରତିନିଧି ଯୋଗ ଦେଇ ମତ ବିନିମୟ କରିଥିଲେ ।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+